ପ୍ରମୂଖ ଖବର
  • ପୃଥ୍ବୀରାଜ ହରିଚନ୍ଦନଙ୍କୁ ଆଇନ୍‌, ପୂର୍ତ୍ତ ଓ ଅବକାରୀ ବିଭାଗ
  • ||
  • ଡ. ମୁକେଶ ମହାଲିଙ୍ଗଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ ବିଭାଗ
  • ||
  • ନିତ୍ୟାନନ୍ଦ ଗଣ୍ଡଙ୍କୁ ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ସଶକ୍ତିକରଣ
  • ||
  • ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
  • ||
  • ସୁରେଶ ପୂଜାରୀଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ
  • ||
  • ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ
  • ||
  • ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି
  • ||
  • ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ମୁଖ୍ୟମନ୍ତ୍ରୀଙ୍କ ପାଖରେ ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ
  • ||
  • ମାଲକାନଗିରି ସୀମାନ୍ତରେ ବଡ ଧରଣର ଅପରେସନ୍, ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୮ ମାଓବାଦୀ ନିହତ
  • ||
  • କଇଁଛ ଚୋରା ଚାଲାଣ ବେଳେ ଚାରି ଜଣକୁ ଧରିଲା ଝରିଗାଁ ବନ ବିଭାଗ।
  • ||
  • ଚିଲିକାରେ ପୁଣି ଫସିଲା ଡଙ୍ଗା, ୧୦ ବାଇକ୍ ସହ ୨୦ରୁ ଅଧିକ ଯାତ୍ରୀ ଥିବା ସୂଚନା
  • ||
  • ରାମମନ୍ଦିରକୁ ବୋମାରେ ଉଡ଼ାଇଦେବାକୁ ଜୈସ୍‌-ଇ-ମହମ୍ମଦ ଧମକ, ଅଯୋଧ୍ୟାରେ ହାଇଆଲର୍ଟ
  • ||
  • କୁଏତରୁ ଓଡ଼ିଶା ଫେରିଲା ୨ଯୁବକଙ୍କ ମୃତଦେହ, ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ଖୋର୍ଦ୍ଧା: ଭାରସାମ୍ୟ ହରାଇ ଓଲଟିଲା ବସ୍, ୪ ଆହତ
  • ||
  • ନିଧି ଫାଇନାନ୍ସ ଠକେଇ ମାମଲା: ତୁଷାର ଭଞ୍ଜଙ୍କ ସରିଲା ରିମାଣ୍ଡ, ଇଓଡବ୍ଲ୍ୟୁ ନିରାଶ
  • ||
  • ରଜ ସଂକ୍ରାନ୍ତିରେ ଘରେ ଘରେ ମଉଜ: ପିଠା ପଣାରେ ମହକୁଛି ଗାଁଠୁ ସହର, ସବୁଠି ଉତ୍ସବ ମୁଖର
  • ||
  • ଓଡ଼ିଶାରେ ଆଗେଇବ ମୌସୁମୀ: ୧୭ରୁ ପ୍ରବଳ ବର୍ଷା ଆଶଙ୍କା, ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

ଏହି ରାଶିରେ ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ

ମେଷ : ସପ୍ତମଚନ୍ଦ୍ର, ମଙ୍ଗଳବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ମୂଲ୍ୟବାନ ଧାତୁ, ବସନ ଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ। ବାଣିଜ୍ୟ , ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହ ଯୋଗ ପ୍ରାପ୍ତ କରିବେ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ବୃଷ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, କ୍ଳେଶ, ଶୋକ, ଅନୁତପ୍ତ, ଅନୁଶୋଚନା ଏବଂ ଶତ୍ରୁ ଏଥିରୁ ସାମୟିକ ମୁକ୍ତି ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ। ଯେଉଁମାନଙ୍କର କୃତ୍ତିକା ଓ ମୃଗ ଶିରାବୃଷ , ସେମାନେ ଉପକୃତ ହେବେ। ଶୁଭରଙ୍ଗ:  ଧଳା, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ।

ମିଥୁନ : ପଞ୍ଚମ ଚନ୍ଦ୍ର ଏବଂ ସକାଳ ୫ଟା ୪୬ ମିନିଟ୍‌ ପରେ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ମିଳିବ ନାହିଁ। ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣଶକ୍ତିର ବିକାଶ ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କ ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ। ଶୁଭରଙ୍ଗ:  ସବୁଜ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ି ପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ। ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଏବଂ ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ବିରୋଧର ଶିକାର ହେବେ। ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ସିଲଭର, ସଂଖ୍ୟା: ୨, ଆରାଧନା : ଭଗବାନ ଶିବ।

ସିଂହ : ଦ୍ୱିତୀୟ ଚନ୍ଦ୍ର, ମଙ୍ଗଳବାର ଏବଂ ମଙ୍ଗଳ ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ। ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ

କନ୍ୟା : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟ ପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଯେତେ ଅଧିକ ହେଲେ ମନ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ। ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର ନୂତନ ମାର୍ଗ ଖୋଲିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଶ୍ରୀଚନ୍ଦ୍ର ଯୋଗୁ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ ଏବଂ ତାଙ୍କ ସହ ସମ୍ପର୍କ ମଜଭୁତ ହେବ। ଆମୋଦପ୍ରମୋଦ, ମଉଜ, ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ। ଶୁଭରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା: ପ୍ରଭୁଶ୍ରୀରାମ।

ବିଛା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ। ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସମସ୍ତକର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ। ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖା ଦେବ। ଯେଉଁମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଯୋଗୁ ମୂଲ୍ୟବାନ ଧାତୁ, ଭୂମିକ୍ରୟ କରିବେ। ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନ ପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ପ୍ରମୋଶନ ମିଳି ପାରେ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଆରାଧନା।

ମକର : ଦଶମ ଚନ୍ଦ୍ର ଓ ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦ ଗ୍ରସ୍ତ ରହିବ। ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଦେବେ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠାମକର, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା।

କୁମ୍ଭ : ନବମ ଚନ୍ଦ୍ର, ମଙ୍ଗଳବାର ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ। ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା :  ମା’ କାଳୀ ।

ମୀନ : ଅଷ୍ଟମଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର  ରେବତୀ ମୀନ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.