ପ୍ରମୂଖ ଖବର
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ପୁଣି ଅଲୋଡ଼ା ଶିଶୁକନ୍ୟା, ପୋଖରୀ କୂଳରୁ ନବଜାତ ଉଦ୍ଧାର

Published By : Rasmita Pradhan | October 28, 2024 2:16 PM

ପାଟଣା, ୨୮/୧୦ : ପୁଣି ଅଲୋଡ଼ା ଶିଶୁକନ୍ୟା। ପୋଖରୀ କୂଳରୁ ବ୍ୟାଗ୍ ଭିତରୁ ଉଦ୍ଧାର ହେଲା ଶିଶୁକନ୍ୟା। କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଖିରେଇଟାଙ୍ଗିରୀ ଶିଶୁ ବିଦ୍ୟା ମନ୍ଦିର ପଛପଟରେ ଥିବା ପୋଖରୀ କୂଳରୁ ଏହି ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି।

ସୂଚନାନୁଯାୟୀ, ଖିରେଇଟାଙ୍ଗିରୀ ଗ୍ରାମର ଜଣେ ମହିଳା ପୋଖରୀକୁ ଯାଉଥିବା ସମୟରେ ଛୁଆର କାନ୍ଦ ଶୁଣି ବ୍ୟାଗ୍ ଖୋଲିଥିଲେ। ବ୍ୟାଗ୍ ଭିତରୁ ଶିଶୁକନ୍ୟାକୁ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଁଞ୍ଚି ଶିଶୁକନ୍ୟାକୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଶିଶୁକନ୍ୟାର ସ୍ଵାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ସେ ୩ ଦିନର ବୋଲି ଜଣାପଡ଼ିଛି। କେହି ଶିଶୁକନ୍ୟାକୁ ବ୍ୟାଗ୍‌ରେ ଭର୍ତ୍ତି କରି ସେଠାରୁ ଚାଲିଯାଇଥିବା ଜଣାପଡ଼ିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.