ପ୍ରମୂଖ ଖବର
  • ଉତ୍ତରାଖଣ୍ଡ: ପହଲଗାମ୍ ଆକ୍ରମଣ ପରେ ଉତ୍ତରାଖଣ୍ଡରେ ସୁରକ୍ଷା କଡ଼ାକଡ଼ି, ଭ୍ୟାଲି ଅଫ୍ ଫ୍ଲାୱାର୍ସରେ ଆତଙ୍କବାଦ ବିରୋଧୀ ଦଳ ମୁତୟନ
  • ||
  • ଗୁଜରାଟ: ଅହମ୍ମଦାବାଦ ଏୟାରପୋର୍ଟ ନିକଟରେ ଯାତ୍ରୀବାହୀ ବିମାନ ଦୁର୍ଘଟଣା, ପ୍ଲେନ୍‌ରେ ଥିଲେ ୨୪୨ ଯାତ୍ରୀ
  • ||
  • ରାଜଧାନୀରୁ ୩ ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଡ଼ବିଲ: ଯୋଡ଼ ଗ୍ରାମ୍ୟ ଉନ୍ନୟନ ବ୍ୟାଙ୍କରୁ ଲୁଟ, ବନ୍ଧୁକ ମୁନରେ ୫ ଦୁର୍ବୃତ୍ତ ଲୁଟିନେଲେ ନଗଦ ୧୧ ଲକ୍ଷ ଟଙ୍କା, ସୁନା ଅଳଙ୍କାର
  • ||
  • ରାଜ୍ୟ ସ୍ତରୀୟ 'ବିକାଶ ବାହନ'ର ଶୁଭାରମ୍ଭ, ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ନେଇ ଲୋକଙ୍କୁ କରିବ ସଚେତନ
  • ||
  • ନୂଆପଡ଼ାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦଘାଟିତ
  • ||
  • କଟକ : ଜମି ବିବାଦକୁ କେନ୍ଦ୍ରକରି ଗଣ୍ଡଗୋଳ, ସମ୍ପର୍କୀୟ ଭାଇର କଟୁରୀ ଚୋଟରେ ବୃଦ୍ଧ ଗୁରୁତର
  • ||
  • ଛତିଶଗଡ଼ ସୁକମାରେ ଏନ୍‌କାଉଣ୍ଟ, ଯବନାଙ୍କ ଗୁଳିରେ ୨ ମାଓବାଦୀ ନିହତ, ସର୍ଚ୍ଚ ଅପରେସନ୍ ଜାରି
  • ||
  • ଭଦ୍ରକ : ତିହିଡ଼ି ‘ଏୟୁ ସ୍ମଲ୍ ଫାଇନାନ୍ସ ବ୍ୟାଙ୍କ’ରୁ ଡକାୟତି ଅଭିଯୋଗ; ୭ଲକ୍ଷ ୫୨ ହଜାର ଟଙ୍କା ଚୋରି
  • ||
  • ଅନୁଗୁଳ : ୨ ବାଇକ୍‌ ମୁହାଁମୁହିଁ ଧକ୍କା: ୨ ମୃତ , ଦୁଇ ଗୁରୁତର
  • ||
  • ଭୁବନେଶ୍ୱର-ଆବୁଧାବିକୁ ଡାଇରେକ୍ଟ ଫ୍ଲାଇଟ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବାଲିପାଟଣାରେ ଗୋଷ୍ଠୀ ସଙ୍ଘର୍ଷ, ୫ ଆହତ
  • ||
  • ସୋରରେ ଆତଙ୍କରାଜ୍, ଡାକ୍ତରଙ୍କ ଘରେ ଡକାୟତି, ଲୁଟେରାଙ୍କ ଭୁଜାଲି ମାଡ଼ରେ ୨ ଗୁରୁତର
  • ||
  • ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୧୦ ଲକ୍ଷ କ୍ଷତିପୂରଣ, ପରିବାରର ଜଣକୁ ନିଯୁକ୍ତି
  • ||
  • ଗୋ ଚାଲାଣରୁ ରକ୍ତପାତ ମାମଲା: ଜୀବନ ଯୁଦ୍ଧରେ ହାରିଗଲେ ସନ୍ତୋଷ, କଷଟି ଓ ତୁଳସୀପୁରରେ ପୁଲିସ ଛାଉଣି
  • ||
  • ଅଣସରରେ ଦାରୁବ୍ରହ୍ମ, ଶ୍ରୀମନ୍ଦିରରେ ପୂଜା ପାଉଛନ୍ତି ପଟିଦିଅଁ
  • ||
  • ଫେରିଲା ମୌସୁମୀ, ତାତିରେ ଲାଗିଲା ବ୍ରେକ୍: ୧୭ ଯାଏ ବର୍ଷା ସମ୍ଭାବନା, ୨ରୁ ୪ ଡିଗ୍ରୀ ଖସିବ ପାରଦ
  • ||

ଭୁବନେଶ୍ୱର ସହରାଞ୍ଚଳ ପୋଲିସର ଆରକ୍ଷୀ ଉପଆୟୁକ୍ତଙ୍କ ନବ ନିର୍ମିତ କାର୍ଯ୍ୟାଳୟ ଉଦଘାଟିତ

Published By : Gurupada Nath | June 10, 2025 9:30 PM

ଭୁବନେଶ୍ୱର,୧୦/୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଅର୍ବାନ ପୋଲିସ ଆରକ୍ଷୀ ଉପଆୟୁକ୍ତ (DCP)ଙ୍କ ନବନିର୍ମିତ କାର୍ଯ୍ୟାଳୟର ଉଦ୍‍ଘାଟନ କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୨୭୨ବର୍ଗମିଟର ଅଞ୍ଚଳରେ ୭ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟରେ ଚାରି ମହଲା ବିଶିଷ୍ଟ ଏହି ନୂତନ କାର୍ଯ୍ୟାଳୟ ସୌଦ୍ଧଟି ନିର୍ମାଣ ହୋଇଛି । ଉଦଘାଟନୀ ଅବସରରେ ମୁଖ୍ୟମନ୍ତୀ କହିଛନ୍ତି ଯେ, ଏହି ନୂଆ ଭବନ ଲୋକମାନଙ୍କୁ ଉକୃଷ୍ଟ ସେବା ଦେବାରେ ସାହାଯ୍ୟ କରିବ । ଏଥିରେ ଭିନ୍ନକ୍ଷମ ଲୋକଙ୍କ ପାଇଁ ରାମ୍ପ, ସାଇବର ସେଲ୍, CCTNS ରୁମ୍‍, ଇଣ୍ଟିଗ୍ରେଟେଡ୍ କଣ୍ଟ୍ରୋଲ ରୁମ୍‍, ଲିଗାଲ ସେଲ୍, ପାସର୍ପୋଟ ବିଭାଗ ଆଦି ସୁବିଧା ଉପଲବ୍ଧ କରାଯାଇଛି । ଏଥିସହ Conference Hall ଏବଂ ଟ୍ରେନିଂ ହଲ୍‍ର ସୁବିଧା ମଧ୍ୟ ରହିଛି । ଏହି ନୂଆ ଭବନଟି ପୋଲିସ ପ୍ରଶାସନକୁ ଦକ୍ଷତାର ସହ ଲୋକଙ୍କୁ ଠିକ୍‍ ସମୟରେ ସେବା ଯୋଗାଇ ଦେବା ପାଇଁ  ଉପଯୋଗୀ ହେବ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଗତ ମାର୍ଚ୍ଚ ମାସରେ ୪୨କୋଟି ଟଙ୍କା ବ୍ୟୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ନିର୍ମିତ ୧୪ଟି ନୂତନ ଥାନା ଉଦ୍‍ଘାଟିତ ହୋଇଥିଲା । ସେ କହିଥିଲେ ଆମ ପୋଲିସ ନିରପେକ୍ଷ ଭାବେ ବିନା ପକ୍ଷପାତିତା ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି । ଗତ ୧ ବର୍ଷରେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସନ୍ତୋଷ ଜନକ ରହିଛି ଏବଂ ଏ ନେଇ କେନ୍ଦ୍ର ସରକାର ମଧ୍ୟ ସନ୍ତୋଷ ବ୍ୟକ୍ତ କରିଛନ୍ତି। ରାଜ୍ୟରେ ପ୍ରତ୍ୟେକ ଥାନାରେ କାର୍ଯ୍ୟରତ ତଦନ୍ତକାରୀ ଅଫିସରମାନଙ୍କୁ ଅଧିକ କ୍ରିୟାଶୀଳ କରିବା ପାଇଁ ଅଧିକ ଦୁଇ ଚକିଆ ଯାନର ବ୍ୟବସ୍ଥା କରାଯାଇଛି । ଆଜି ଏହି କ୍ରମରେ ମୁଖ୍ୟମନ୍ତ୍ରୀ କମିଶନରେଟ ପୋଲିସ ଅନ୍ତର୍ଗତ ବିଭିନ୍ନ ଥାନାର ତଦନ୍ତକାରୀ ଅଫିସରମାନଙ୍କୁ ୪୨୫ଟି ଦୁଇ ଚକିଆ ଯାନ ପ୍ରଦାନ କରିଥିଲେ । ସେ କହିଥିଲେ ଯେ, ଥାନାମାନଙ୍କୁ ଅଧିକ ଚାରି ଚକିଆ ଯାନ ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି । ଅପରାଧିକ ଆଇନ ଗୁଡ଼ିକର ତଦନ୍ତ ପ୍ରକ୍ରିୟାରେ ଟେକ୍ନୋଲୋଜିର ପ୍ରୟୋଗ ପାଇଁ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । 

ଏହି ଉଦ୍‍ଘାଟନୀ କାର୍ଯ୍ୟକ୍ରମରେ ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂହ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ମେୟର ସୁଲୋଚନା ଦାସ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାଦା ପ୍ରକାଶ ମିଶ୍ର, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂହ, ଅତିରିକ୍ତ ପୋଲିସ କମିଶନର ନରସିଂହ ଭୋଳ, ଡିସିପି ଭୁବନେଶ୍ୱର ଜଗମୋହନ ମୀନା ଏବଂ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.