ପ୍ରମୂଖ ଖବର
  • ଚଣ୍ଡିଖୋଲ : ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
  • ||
  • ଆନନ୍ଦପୁର : ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି
  • ||
  • ବୌଦ୍ଧରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ପ୍ରଥମ ରୋଗୀ ଚିହ୍ନଟ, ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଯୁବକ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ, ଚାଏ ପେ ଚର୍ଚ୍ଚାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
  • ||
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର

କଟକ,୨୧/୦୯: ବାଣପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାତ୍ରିକାଳୀନ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇ ଡ୍ରାଇଭର ସମେତ ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ । ଏହି ଦୁର୍ଘଟଣାରେ ଡ୍ରାଇଭର ଗୁରୁତର ହୋଇଛନ୍ତି । କଟକ ଉପକଣ୍ଠ ଭାଣପୁର ନିକଟରେ ଏଭଳି ଦୁର୍ଘଟଣା ଘଟିଛି । 

ସୂଚନା ମୁତାବକ, ଏକ ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ସୁନ୍ଦରଗଡରୁ ଭୁବନେଶ୍ୱର ଆସୁଥିଲା । ଶନିବାର ଭୋର ସାଢେ ପାଞ୍ଚଟା ସମୟରେ ବସ୍‌ଟି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ବସ୍‌ରେ ଥିବା ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହେବା ସହ ବସ୍‌ର ଡ୍ରାଇଭର ଗୁରୁତର ହୋଇଛନ୍ତି । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ କଟକ ସଦର ପୋଲିସ ପହଞ୍ଚି ଆହତ ଏବଂ ଗୁରୁତର ଡ୍ରାଇଭରକୁ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି । ତେବେ ଏହି ବସ୍‌ଟି ଏକ ଡମ୍ପର ସହ ପିଟି ହୋଇଥିବା ସନ୍ଦେହ କରାଯାଉଛି । ଦୁର୍ଘଟଣା ପରେ ଘଟଣା ସ୍ଥଳରୁ ଡମ୍ପର ଗାଡି ପଳାଇ ଯାଇଛି । ଘଟଣାସ୍ଥଳରେ ସଦର ପୋଲିସ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.