ଭୁବନେଶ୍ୱର , ୩୦।୬ : ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ କ୍ୟାଡର ଆଇଏସଏସ ହେଉଛନ୍ତି ନିକୁଞ୍ଜ।
ଅନ୍ୟପକ୍ଷରେ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି ମନୋଜ ଆହୁଜା। ଲୋକସେବା ଭବନରେ ପୂର୍ବତନ ଶାସନ ସଚିବ ପ୍ରଦୀପ ଜେନାଙ୍କ ଠାରୁ ସେ ଦାୟିତ୍ବ ଗ୍ରହଣ କରିଛନ୍ତି।