ପ୍ରମୂଖ ଖବର
  • ଯାଜପୁର : ଋଣ ଭାର ସହି ନପାରି ଜୀବନ ହାରିଲେ ଦମ୍ପତି, ପୋଲିସର ତଦନ୍ତ ଆରମ୍ଭ
  • ||
  • ଖଣ୍ଡଗିରି କୁମ୍ଭମେଳାରେ ଅଶ୍ଳୀଳ ନୃତ୍ୟକୁ ବିରୋଧ, ଠେଙ୍ଗା ପୂଜା କଲେ ଏକାମ୍ର ବିଧାୟକ
  • ||
  • ଲୁଟ୍‌ ଘଟଣାରେ ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା: କହିଲେ ରାତି ହେଲେ ଛାତି ଥରୁଛି
  • ||
  • ଦାରିଙ୍ଗବାଡ଼ି : ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ,୨ ଗୁରୁତର
  • ||
  • ଭୁବନେଶ୍ୱର : ଷ୍ଟାର୍ ହୋଟେଲ୍ ବାହାଘରରୁ ଚୋରି, ନଗଦ ୨.୫ ଲକ୍ଷ ସହ ସବୁ ଗହଣା ନେଇଗଲେ ୨ ଲୁଟେରା
  • ||
  • ମାନସିକ ରୋଗୀ ନିର୍ଯାତନା ଘଟଣା: ‘ସମର୍ଥ’ ସମ୍ପାଦକ ହରିଶ୍ଚନ୍ଦ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବ ପୁଲିସ
  • ||
  • ୮ ଘଣ୍ଟିଆ ବିନିକା ବନ୍ଦ ଡାକରା, ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ବନ୍ଦ ପାଳନ
  • ||
  • ଧୂର୍ତ୍ତ ଯୋଡି ହଂସିତା-ଅନୀଲଙ୍କ ବଢ଼ିଲା ଅଡୁଆ, ଆଜି ଜେଲ୍‌ରେ ଜେରା କରିବ ଆୟକର ବିଭାଗ
  • ||
  • ଭୁବନେଶ୍ୱର : ରେଣ୍ଟାଲ୍ କଲୋନୀରେ ଜଳିଗଲା କାର୍‌, କାରଣ ଅସ୍ପଷ୍ଟ
  • ||
  • କୋଣାର୍କରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୩ ଉଠା ଦୋକାନ
  • ||
  • ଫେବ୍ରୁଆରୀ ଆରମ୍ଭରୁ ଅସମ୍ଭାଳ ତାତି: ପ୍ରଥମ ଥର ୩୬ ଡିଗ୍ରୀ ପାର୍ କଲା ପାରଦ, ୫ ସହର ୩୫ ଡିଗ୍ରୀ ଉପରେ
  • ||
  • ଜଳେଶ୍ୱର : କଣ୍ଟେନରକୁ ଧକ୍କାଦେଲା କଣ୍ଟେନର, ଡ୍ରାଇଭର ଗୁରୁତର
  • ||

ଲୁଟ୍‌ ଘଟଣାରେ ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା: କହିଲେ ରାତି ହେଲେ ଛାତି ଥରୁଛି

Published By : Harapriya Sethi | February 3, 2025 12:51 PM

ଭୁବନେଶ୍ୱର, ୦୩/୦୨: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍‌ ଘଟଣା । ୧୦ ଦିନ ପରେ ପୋଲିସ ହାତ ଖାଲି । ଏନେଇ ନିରଞ୍ଜନ ପଟ୍ଟନାୟକ ନିଜର ପ୍ରତିକ୍ରିୟା ରଖିଛନ୍ତି । କହିଲେ ଆଶା ମଉଳି ଯାଉଛି । ରାତି ହେଲେ ଛାତି ଥରୁଛି । ପୋଲିସ ମୋ ଘରକୁ ବାରମ୍ବାର ଆସୁଛି ହେଲେ ଚୋର ଧରୁଛି କି ନାହିଁ ଜଣା ପଡିନି । ରାଜଧାନୀ ଏବେ ଅସୁରକ୍ଷିତ ହୋଇପଡିଛି । ଲୋକଙ୍କୁ ସୁରକ୍ଷା ଦେବାକୁ ନିବେଦନ କଲେ ନିରଞ୍ଜନ । ପୋଲିସ ଚୋର ଧରିବାର ଦକ୍ଷତା ବଢାଉ । ଲୁଟ୍‌ ସମ୍ପତ୍ତି ମିଳିବା ଉପରେ ଧିରେ ଧିରେ ଆଶା ମଉଳି ଯାଉଛି ।

କହିରଖୁ କି, ଜାନୁଆରୀ ୨୫ ତାରିଖରେ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍‌ ହୋଇଥିଲା । ଘରର ଉପର ମହଲାରେ ରହୁଥିବା ପୁଅ ବୋହୂଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ଟଙ୍କା ଚୋରି ହୋଇଥିଲା । ଚୋରି କରିବାରୁ ଆସିଥିବା ଚୋର ପ୍ରଥମେ ଘରର ପାଚେରୀ ଡେଇଁ ଘରେ ପଶିଥିଲା । ପରେ ଘରେ କଳାକନା ବୁଲାଇ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ଟଙ୍କା ଲୁଟ୍‌ କରି ନେଇଥିଲା । ଚୋରର ସମସ୍ତ ଗତିବିଧିର ଦୃଶ୍ୟ ସିସିଟିଭିରେ କଏଦ ହୋଇଥିଲା । ଏନେଇ ଏଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା । ହେଲେ ଏଯାଏଁ ଚୋରର କୌଣସି ପତ୍ତା ପାଇ ନାହିଁ ପୋଲିସ । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.