ପ୍ରମୂଖ ଖବର
  • ଘଟଗାଁ ମା' ତାରିଣୀଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ, ସମାଜର ପାଇଁ କଲେ ମଙ୍ଗଳ କାମନା
  • ||
  • ନବମ ଥର ପାଇଁ ନବୀନ ବିଜେଡି ମୁଖିଆ, ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ- ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ ଟକ୍କର, ବିଜୟ ପାଇଁ ବ୍ୟାକୁଳ ପରାଗ ବାହିନୀ
  • ||
  • ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି, ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ମେ ୭ ଯାଏ ୟୁଜିସି ନେଟ୍‌ ଆବେଦନ ସୁଯୋଗ, ଜୁନ୍‌ ୨୧ରୁ ୩୦ ମଧ୍ୟରେ ପରୀକ୍ଷା
  • ||
  • IPL 2024: ଆଜି କ୍ୟାପିଟାଲ୍ସକୁ ଭେଟିବ ଟାଇଟନ୍ସ, ଅହମ୍ମଦାବାଦରେ ସ୍ପିନ ଲଢ଼େଇ
  • ||
  • କଂଗ୍ରେସକୁ ଦୁର୍ବଳ କରିବାକୁ ସରକାରୀ କଳର ଅପବ୍ୟବହାରକୁ ବିରୋଧ, ଆଜି ଇଡି ଅଫିସ ଘେରିବ ଯୁବ କଂଗ୍ରେସ
  • ||
  • ସମ୍ୱଲପୁର : ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌, ଜଣେ ଆହତ
  • ||
  • ଯାଜପୁର : ବରଯାତ୍ରୀ ଗୋଷ୍ଠୀ ମଧ୍ୟରେ ଗାଡ଼ି ସାଇଡ୍‌ ମରାକୁ ନେଇ ବଚସା, ଫାଙ୍କା ଗୁଳିଚାଳନା କଲେ ଦୁର୍ବୃତ୍ତ
  • ||
  • ଶନିବାରଠୁ କମିବ କାଳବୈଶାଖୀ ବର୍ଷା, ୬ ଜିଲ୍ଲାକୁ ୨ ଦିନ ଯାଏ ବର୍ଷା ଆଲର୍ଟ: କେନ୍ଦ୍ରୀୟ ଓଡ଼ିଶାରେ ବଢ଼ିବ ତାତି
  • ||

ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କଲେ ନୀତିନ ଗଡକରୀ, ଅତ୍ୟାଧୁନିକ ଭିତ୍ତିଭୂମିକୁ କଲେ ପ୍ରଶଂସା

Published By : Prameya | April 17, 2025 9:13 PM

ଭୁବନେଶ୍ବର,୧୭।୪ : କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରାଳୟ  ମନ୍ତ୍ରୀ ନୀତିନ ଗଡ଼କରୀ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ଗୁରୁବାର ପରିଦର୍ଶନ କରିଥିଲେ। ସେ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ, ଟ୍ରାଭେଲେଟର ଓ ଏସ୍କାଲେଟର ଲାବୋରେଟୋରି ସହିତ ଅଟୋମେସନ ଆଣ୍ଡ ବେସିକ୍‌ ରୋବୋଟିକ୍ସ ଲ୍ୟାବ୍‌ ଏବଂ ଅତ୍ୟାଧୁନିକ ୱେଲ୍ଡିଂରେ ଉତ୍କର୍ଷ କେନ୍ଦ୍ର ବୁଲି ଦେଖିଥିଲେ। 

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ ଓ ପ୍ରଶିକ୍ଷକଙ୍କ ସହ କଥା ହୋଇଥିଲେ। ଏହି ଅତ୍ୟାଧୁନିକ ଲାବୋରେଟୋରିରେ ସେମାନଙ୍କ ଦକ୍ଷତା ବିକାଶ ଏବଂ କ୍ୟାରିୟର ସ୍ୱପ୍ନ ପୂରଣ ଦିଗରେ କିପରି ସହାୟକ ହେଉଛି ସେ ବିଷୟରେ ପଚାରି ବୁଝିଥିଲେ।

ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବିକାଶ ସହିତ ସେମାନଙ୍କୁ ଶିଳ୍ପ ଉପଯୋଗୀ ତାଲିମ ପ୍ରଦାନ କରିବାରେ ଏହି କେନ୍ଦ୍ର ବିଶେଷ ଭୂମିକା ଗ୍ରହଣ କରୁଥିବା ଜାଣି ଖୁସି ହୋଇଥିଲେ। ଏହି ଅତ୍ୟାଧୁନିକ ଭିତ୍ତିଭୂମି ପ୍ରତିଷ୍ଠା ପାଇଁ ସେ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଥିଲେ।   ଏହି ଅବସରରେ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ  ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଯୋଗ ଦେଇଥିଲେ। ସେ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦକ୍ଷତା ବିକାଶ କ୍ଷେତ୍ରକୁ ସୁଦୃଢ଼ କରାଯାଉଛି। ଯୁବପିଢ଼ିଙ୍କ ଦକ୍ଷତାକୁ ନୂଆ ଉଚ୍ଚତାକୁ ନେବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏ ଦିଗରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଏକ ବଡ଼ ଯୋଗଦାନ ରହୁଛି। ଏଠାରେ ଅତ୍ୟାଧୁନିକ ତାଲିମ ନେଇ ଛାତ୍ରଛାତ୍ରୀମାନେ ଦେଶ ବିଦେଶରେ ନିଯୁକ୍ତି ସୁଯୋଗ ପାଉଛନ୍ତି। ଆଗାମୀ ଦିନରେ ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଏକ ବିଶେଷ ପରିଚୟ ପାଇବାକୁ ଯାଉଛି।

କାର୍ଯ୍ୟକ୍ରମରେ ଭୁବନେଶ୍ୱର ଲୋକସଭା କ୍ଷେତ୍ରର  ସାଂସଦ ଅପରାଜିତା ଷଡ଼ଙ୍ଗୀ, ଖୋର୍ଦ୍ଧାର ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ସଚିବ ଭୁପେନ୍ଦ୍ର ସିଂ ପୁନିଆ, ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ରଶ୍ମିତା ପଣ୍ଡା, ବିଶ୍ୱ ଦକ୍ଷତା କେନ୍ଦ୍ରର ଚିଫ୍ ସ୍କିଲ ଅଫିସର ବ୍ରୁସ୍ ପୋହ ଏବଂ ସିଓଓ ପିନାକୀ ପଟ୍ଟନାୟକ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ଭିତରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ଟି ଥମ୍ବିରାଜା ଏବଂ ଉପାଧ୍ୟକ୍ଷା ଜିତାମିତ୍ର ଶତପଥୀ ପ୍ରମୁଖ ଯୋଗ ଦେଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.