ପ୍ରମୂଖ ଖବର
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଶୁକ୍ରବାର ନୀଳଗିରି ଏନଏସି ଅଧ୍ୟକ୍ଷାଙ୍କ ବିରୁଦ୍ଧରେ ଅନାସ୍ଥା , ପୁଣି ଅଜ୍ଞାତବାସରେ କାଉନସିଲର

ନୀଳଗିରି ,୨୬/୯(ଆ.ପ୍ର):ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ଅମ୍ବିକା ଦାସଙ୍କ ବିରୁଦ୍ଧରେ ପୁଣି ଅନାସ୍ଥା ପ୍ର୍ରସ୍ତାଵ ଆସିଥିବା ବେଳେ ଆଜି ବିରୋଧୀଙ୍କ ଚୂଡାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।ପୂର୍ବରୁ ଜୁଲାଇ ୩୦ ତାରିଖରେ ଏକ ଅନାସ୍ଥା ପ୍ରସ୍ତାବ ଚେୟାରମ୍ୟାନଙ୍କ ବିରୁଦ୍ଧରେ ଆସିବା ପରେ ସେ  ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ପୁଣି କିଛି ଦିନପରେ ସମୟ ପାଇଁ ଗଡିଯାଇଥିଲା। ପୂର୍ବରୁ ଅଗଷ୍ଟ ୫ ତାରିଖରେ ବିଜେପି ଏବଂ ସମର୍ଥିତ ୧୧ ଜଣ କାଉନସିଲର ବାଲେଶ୍ୱର ଜିଲ୍ଲାପାଳଙ୍କ ଠାରେ  ଆବେଦନ କରିଥିଲେ l ବାଲେଶ୍ୱର ଜିଲ୍ଲାପାଳ ଆଶିଷ ଠାକରେ ଅଗଷ୍ଟ ୧୪ ତାରିଖରେ ଏନଏସି ସଭା ଗୃହରେ ଏକ ବୈଠକର ଆହ୍ୱାନ କରିବା ସହିତ ମତଦାନ କରାଯିବାର ନିର୍ଦେଶନାମା ଦେଇଥିଲେ। ସମସ୍ତ କାଉନସିଲର, ଲନିର୍ବାହୀ ଅଧିକାରୀ, ଅଧକ୍ଷା ଏବଂ ନୀଳଗିରି ଉପଜିଲ୍ଲାପାଳଙ୍କୁ ଅବଗତ କରାଯାଇ ଥିଲା।

 ମାତ୍ର ଅଗଷ୍ଟ ୧୨ ତାରିଖ ରେ ଅଧକ୍ଷା ଏହା ବିପକ୍ଷରେ ଓଡିଶା ଉଚ୍ଚ ନ୍ୟାୟାଳୟରେ ଦ୍ୱାରସ୍ଥ ହୋଇଥିଲେ। ହାଇ କୋର୍ଟ ସେପ୍ଟେମ୍ବର ୫ ତାରିଖରେ ଏହାର ଚୂଡାନ୍ତ ଶୁଣାଣି କରି ନୂତନ ଭାବେ ଅଗ୍ରଗତି କରିବା ପାଇଁ କର୍ତ୍ତୃପକ୍ଷଙ୍କୁ ଅନାସ୍ଥା ସଂକଳ୍ପ ଆଇନ ଅନୁଯାଇ ସ୍ୱାଧୀନତା ପ୍ରଦାନ କରାଯାଇଥିଲା l ଉକ୍ତ ଆଦେଶକୁ ପାଳନ କରି ଆସନ୍ତା ସେପ୍ଟେମ୍ବର ମାସ ୨୭ ତାରିଖ ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ସଭାଗୃହରେ ପୂର୍ବାହ୍ନ ୧୧ ଘଟିକା ଠାରୁ ମଧ୍ୟାହ୍ନ ୧୨ ଘଟିକା ପର୍ଯ୍ୟନ୍ତ ପ୍ରସ୍ତାବିତ ସଂକଳ୍ପ ଉପରେ ଆଲୋଚନା କରାଯିବା ସହିତ ୧୨.୧୦ମିନିଟରେ ମତଦାନ ଏବଂ ୧୨. ୩୦ ମିନିଟରେ ଫଳାଫଳ ପ୍ରକାଶ କରିବାକୁ ବାଲେଶ୍ୱର ଜିଲ୍ଲାପାଳ ନିର୍ଦେଶନାମା ଜାରି କରିଥିଲେ। ଏହାର ଏକକିତା ନକଲ ସମସ୍ତ କାଉନସିଲର, ନିର୍ବାହୀ ଅଧିକାରୀ,ଅଧକ୍ଷା ଏବଂ ନୀଳଗିରି ଉପଜିଲ୍ଲାପାଳଙ୍କୁ ପ୍ରେରଣ କରାଯିବା ପରେ ପୁଣି ଅନସ୍ଥା ପ୍ରସ୍ତାବ ହେବ କି ନାହିଁ ଆଶଙ୍କା ଘାରି ଥିଲା। କାରଣ ପୁଣି ହାଇକୋର୍ଟରେ ମାମଲା ପହଞ୍ଚି ଥିଲା। ହେଲେ ଗୁରୁବାର ଦିନ ଚେୟାରମ୍ୟାନ   ସ୍ଥଗିତାଦେଶ ପାଇଁ ଆଶା ବାନ୍ଧି ରଖିଥିବା ବେଳେ ତାରିଖ ପଡିନଥିବା ଜଣାପଡିଛି।ସେପଟେ ୧୧ ଜଣ କାଉନସିଲର ଚେୟାରମ୍ୟାନ ଙ୍କ ବିରୁଦ୍ଧରେ ଶୁକ୍ରବାର ଅନାସ୍ଥା ପାଇଁ ଚୂଡାନ୍ତ ପ୍ରସ୍ତୁତି କରିଛନ୍ତି ।ବିରୋଧୀ କାଉନସିଲର ମାନେ ନୀଳଗିରି ଠାରୁ ଅଜ୍ଞାତବାସରେ ଯାଇଥିବା ବେଳେ ସେଠାରୁ ସିଧା ଭୋଟିଂ ପାଇଁ ପହଂଚିବେ ବୋଲି ଜଣାପଡିଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.