ପ୍ରମୂଖ ଖବର
  • ଜଗନ ମୋହନ ରେଡ୍ଡୀଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା, ହୋଇପାରନ୍ତି ଗିରଫ
  • ||
  • ଦକ୍ଷିଣ ମୋଡ଼ ନେଇ ନାକଚଣା ଦ୍ୱାରରେ ଲାଗିଲା ତାଳଧ୍ୱଜ, ଦର୍ପଦଳନ, ଆଜି ନନ୍ଦିଘୋଷର ଦକ୍ଷିଣ ମୋଡ଼
  • ||
  • ଆସୁଛି ଲଘୁଚାପ: ରବିବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା, ୧୫ରୁ ୨୧ ଯାଏଁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||

ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇନି : ଆଇନ ମନ୍ତ୍ରୀ

ଭୁବନେଶ୍ବର,୧୯।୬ : ଜୁଲାଇ ୮ରେ ଖୋଲିବନି ରତ୍ନଭଣ୍ଡାର। ରତ୍ନ ଭଣ୍ଡାର ଖୋଲିବା ନେଇ ଛତିଶା ନିଯୋଗ ବୈଠକରେ କୌଣସି ନିଷ୍ପତ୍ତି ହୋଇ ନାହିଁ । ରତ୍ନ ଭଣ୍ଡାର ଖୋଲିବା ନେଇ ସରକାର କୌଣସି ନିଷ୍ପତ୍ତି ନେଇ ନାହାନ୍ତି ବୋଲି ଆଇନ ମନ୍ତ୍ରୀ  ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। 

ଜଣେ ଏଏସଆଇ ଅଧିକାରୀ ଏ ବାବଦରେ ଭ୍ରାନ୍ତ ବିବୃତି ଦେଇଛନ୍ତି। ତାଙ୍କ ଦୋଷ ତ୍ରୁଟି ଲୁଚାଇବାକୁ ଯାଇ ଏଭଳି ମନ୍ତବ୍ୟ ଦେଇଛନ୍ତି। ତାଙ୍କ ବିରୋଧରେ  କାର୍ଯ୍ୟାନୁଷ୍ଠାନ ନିଆଯିବ। ରତ୍ନ ଭଣ୍ଡାର ଖୋଲିବା ଉପରେ ସରକାର ନିଷ୍ପତ୍ତି ନେବା ପ୍ରକ୍ରିୟା ରେ ଅଛନ୍ତି।  ରତ୍ନଭଣ୍ଡାର କେବେ ଖୋଲାଯିବ, ଏହାର ତର୍ଜମା କରି ନିଷ୍ପତ୍ତି ନିଆଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.