ପ୍ରମୂଖ ଖବର
  • ବାରିପଦା : କଳା ବାଘ ଚମଡ଼ା ଜବତ, ୪ ଶିକାରୀ ଗିରଫ
  • ||
  • ଲିଙ୍ଗରାଜ ମନ୍ଦିର ବିବାଦକୁ ନେଇ ଆଇନ୍‌ମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଠାକୁରଙ୍କୁ ଉପାସ ରଖିବା ଦୁର୍ଭାଗ୍ୟଜନକ
  • ||
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

ରାଜ୍ୟରେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି

Published By : Prameya | January 15, 2025 8:15 PM

ଭୁବନେଶ୍ବର, ୧୫।୧: ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି -୨୦୨୦କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ  ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି।  ତେବେ ଓଡିଶା ପାଇଁ ପାଠ୍ୟକ୍ରମ ପ୍ରସ୍ତୁତି ବେଳେ ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନିଆଯିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।

ଗତ ବର୍ଷ ନଭେମ୍ବରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ ବୋଲି ଘୋଷଣା କରିଥିଲେ। ନୂତନ ଶିକ୍ଷା ନୀତି-୨୦୨୦ ଅନୁସାରେ ଓଡ଼ିଶାରେ ଚାରି ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବାକୁ ଯାଉଛି । ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ ସାର୍ଟିଫିକେଟ୍, ଡିପ୍ଲୋମା, ଡିଗ୍ରି  ଏବଂ ଡିଗ୍ରି ଅନର୍ସ  ପ୍ରଦାନ କରାଯିବ |

ୟୁଜିସି ଦ୍ୱାରା ପ୍ରଦତ୍ତ କ୍ରେଡିଟ୍ ଫ୍ରେମ୍‌ୱାର୍କ୍ ଆଧାରରେ ରାଜ୍ୟସ୍ତରୀୟ କ୍ରେଡିଟ୍ ଫ୍ରେମୱାର୍କ୍ ପ୍ରସ୍ତୁତ ହୋଇଛି । ଏଥିରେ ଦକ୍ଷତା ବିକାଶ ଏବଂ ଇଣ୍ଟର୍ଣ୍ଣସିପ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଛି। କମ୍ୟୁନିଟି ସର୍ଭିସ୍ ଓ ଏନସିସି, ଏନଏସଏସ  ଇତ୍ୟାଦି ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ । ଫଳରେ ଛାତ୍ରଛାତ୍ରୀମାନେ ନିଜ ବିଷୟ ଗୁଡିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚଶିକ୍ଷା ଅନୁଷ୍ଠାନମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ ୭ ବର୍ଷ ଭିତରେ ତାଙ୍କର ଡିଗ୍ରୀ କୋର୍ସକୁ ସମ୍ପୂର୍ଣ୍ଣ କରିପାରିବେ ।

ନୂତନ ଶିକ୍ଷା ନୀତି-୨୦୨୦ ଅନୁସାରେ ଓଡିଶାର ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁଣାତ୍ମକ, ସ୍ୱାୟତ୍ତ ଏବଂ ସମାବେଶୀ କରିବାକୁ ପଦକ୍ଷେପ ନିଆଯାଉଛି । ଏଥିରେ ଭିନ୍ନ ଯୋଜନାମାନଙ୍କ ମାଧ୍ୟମରେ ଅନୁସନ୍ଧାନ ଓ ନୂତନତାକୁ ବଢ଼ାଇବା, ପ୍ରାକ୍ଟିକାଲ୍ ଆଧାରିତ ଶିକ୍ଷା ଓ ଶିଳ୍ପ ସହିତ ଇଣ୍ଟର୍ନସିପ୍ ଆଦି ଦ୍ୱାରା ନିପୁଣତା ବଢ଼ାଇବା ଲକ୍ଷ୍ୟ ରଖାଯାଇଛି । ପାଠ୍ୟକ୍ରମକୁ ଅଧିକ ରୋଜଗାର ଭିତ୍ତିକ ଏବଂ ଶିଳ୍ପ ଆବଶ୍ୟକତା ଅନୁଯାୟୀ କରାଯିବ । ଏଥିପାଇଁ ବର୍ତ୍ତମାନ ୪୦ଟି ସ୍ନାତକ ମୂଳ ବିଷୟ ପାଇଁ ବିସ୍ତୃତ ମଡେଲ ସିଲାବସ ରହିବ ।

ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କୁହାଯାଇଛି ଯେ ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ଯତ୍ନର ସହ ବିଚାର କରିବା ପରେ ସରକାର ଶିକ୍ଷା ମନ୍ତ୍ରଣାଳୟ  ଦ୍ବାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ ଲାଗୁ ପାଇଁ ନିର୍ଦ୍ଦେଶ ଜାରି ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.