ପ୍ରମୂଖ ଖବର
  • ପୁରୀ : ଅର୍ବାନ ହାଟର ବିକାଶ ମେଳା ଚଳଚଞ୍ଚଳ, ମେଳାରେ ଲାଗିଛି ବିଭିନ୍ନ ବିଭାଗର ୭୦ ଟି ଷ୍ଟଲ
  • ||
  • ଲଗାଣ ବର୍ଷାରେ ବେହାଲ ଯାଜପୁର ସହର; ଅଫିସ ପରିସରରେ ଜମିରହିଚି ପାଣି, ଭାଙ୍ଗିଲା ଦୋକାନ
  • ||
  • ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାରିପଦାସ୍ଥ ଛଉ ପଡ଼ିଆରେ ଉଦ୍‌ଘାଟନ କରିବେ ବିକାଶ ମେଳ
  • ||
  • ଚଣ୍ଡିଖୋଲ : ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
  • ||
  • ଆନନ୍ଦପୁର : ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି
  • ||
  • ବୌଦ୍ଧରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ପ୍ରଥମ ରୋଗୀ ଚିହ୍ନଟ, ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଯୁବକ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ, ଚାଏ ପେ ଚର୍ଚ୍ଚାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
  • ||
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଫୁଲବାଣୀ ପୌରାଧ୍ୟକ୍ଷା ପଦବୀ ପାଇଁ ବିଜ୍ଞପ୍ତି ଜାରୀ କଲେ ରାଜ୍ୟ ସରକାର

ଫୁଲବାଣୀ,୨୧/୯ : ଫୁଲବାଣୀ ପୌର ପରିଷଦର ଅଧ୍ୟକ୍ଷାଙ୍କ ଅନାସ୍ଥା ଘଟଣାକୁ ନେଇ ଗତ ଏପ୍ରିଲ ମାସରୁ ଚାଲିଥିବା ନାଟକର ଅନ୍ତ ଘଟିଛି। ପୌରାଧ୍ୟକ୍ଷା ଅନାସ୍ଥା ଭୋଟରେ ପରାଜିତ ହେବାର ଦୁଇ ମାସ ପରେ ଶେଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ବିଜ୍ଞପ୍ତି ଜାରୀ ହୋଇଛି। ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ପୌର ପ୍ରଶାସନ ନିର୍ଦ୍ଦେଶକଙ୍କ ଚିଠି ସଂଖ୍ୟା ୧୮୮୦୨/୧୯-୯-୨୪ କ୍ରମେ ଜାରୀ ଏହି ବିଜ୍ଞପ୍ତିରେ ପୌରାଧ୍ୟକ୍ଷାଙ୍କୁ ଗତ ଜୁଲାଇ ୨୩ ତାରିଖରୁ ଏହି ପଦବୀ ପାଇଁ ଅଯୋଗ୍ୟ ଘୋଷିତ କରାଯାଇଛି। ଫଳରେ ପୌର ପରିଷଦରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହେବା ସହ  ନୂତନ ପୌରାଧ୍ୟକ୍ଷା ନିଯୁକ୍ତି ପାଇଁ ବାଟ ଫିଟିଛି।

ସୂଚନାଯୋଗ୍ୟ, ଗତ ଏପ୍ରିଲ ୧୦ ତାରିଖରେ ଫୁଲବାଣୀ ମ୍ୟୁନିସିପାଲିଟିର ୧୩ ଜଣ କାଉନସିଲରଙ୍କ ମଧ୍ୟରୁ ୧୧ ଜଣ ପୌରାଧ୍ୟକ୍ଷା ସ୍ମିତାରାଣୀ ମହାନ୍ତିଙ୍କ ବିରୋଧରେ ଅନାସ୍ଥା ପାଇଁ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଥିଲେ। ଜିଲାପାଳ ୨୭ ତାରିଖରେ ଏ ନେଇ ବୈଠକ ଆହ୍ବାନ କରିଥିଲେ। ତେବେ ଏହା ବିରୋଧରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଅଧ୍ୟକ୍ଷା। ତେଣୁ ପ୍ରକ୍ରିୟା ବିଳମ୍ବିତ ହୋଇଥିଲା। ବୈଠକ ଦୁଇ ଥର ବାତିଲ ହେବା ପରେ ଶେଷରେ ଜୁଲାଇ ୨୩ ତାରିଖରେ ମତଦାନ ହୋଇ ୧୦ ଜଣ କାଉନସିଲରଙ୍କ ସମର୍ଥନରେ ଅନାସ୍ଥା ପ୍ରସ୍ତାବ ଗୃହୀତ ହୋଇଥିଲା। ତେବେ ଜିଲ୍ଲା ପ୍ରଶାସନ କିମ୍ବା ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ କୌଣସି ବିଜ୍ଞପ୍ତି ପ୍ରକାଶ କରା ଯାଇ ନ ଥିଲା। ଫଳରେ କାଉନସିଲର ମୃତ୍ୟୁଞ୍ଜୟ ପେରା ହାଇକୋର୍ଟରେ ଏ ନେଇ ଏକ ରିଟ ପିଟିସନ ଦାଖଲ କରିଥିଲେ। ଏହାର ବିଚାର କରି  ଉଚ୍ଚ ଅଦାଲତ ସେପ୍ଟେମ୍ବର ତିନି ତାରିଖ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତେବେ ବିଳମ୍ବରେ ହେଲେ ବି ୧୯ ତାରିଖରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.