ପ୍ରମୂଖ ଖବର
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା, ଆଜି ପୁଣି ପାଣି ଛାଡ଼ିବ ହୀରାକୁଦ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ

Published By : Rasmita Pradhan | August 22, 2025 11:38 AM

ଭୁବନେଶ୍ଵର, ୨୨/୦୮ : ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବଡ଼ ଘୋଷଣା। ଏଣିକି ସରକାରୀ ବସ୍‌ରେ ମାଗଣାରେ ଯିବେ ଛାତ୍ରଛାତ୍ରୀ। ବସ୍‌ରେ ଛାତ୍ରଛାତ୍ରୀମାନେ ପରିଚୟପତ୍ର ଦେଖାଇ ମାଗଣାରେ ସ୍କୁଲ୍ ଯାଇପାରିବେ। ମୁଖ୍ୟମନ୍ତ୍ରୀ ବସ୍ ସେବା ମାଧ୍ୟମରେ ପ୍ରଥମରୁ ପ୍ଲୁସ ଟୁ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ମାଗଣାରେ ଯିବା ଆସିବ କରିବେ। 

ମନ୍ତ୍ରୀ କହିଛନ୍ତି ଯେ, ଆଗରୁ SC, ST ପିଲାଙ୍କୁ ମାଗଣା ବହି ମିଳୁଥିଲା, ସରକାର ଏବେ ସବୁ ପିଲାଙ୍କୁ ମାଗଣା ବହି ଦେବେ। ପ୍ରଥମରୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ଦିଆଯିବ। ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ହେବ। NCERT ଢ଼ାଞ୍ଚାରେ SCERTକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ। ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍‌ ଦିଆଯିବ। ଗୁରୁବାର ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। 

ସେହିପରି ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ନଥିବା ମନ୍ତ୍ରୀ ସ୍ୱୀକାର କରିଛନ୍ତି। ସେ କହିଛନ୍ତି ଯେ, ଭିତ୍ତିଭୂମି ଉନ୍ନତି ପାଇଁ ସରକାର ଗୁରୁତ୍ଵ ଦେବେ। ଆଗାମୀ ଦିନରେ ସୁଧାର ଆଣିବା ପାଇଁ ଗତକାଲି ମୁଖ୍ୟମନ୍ତ୍ରୀଙ୍କ ସହିତ ବି ଆଲୋଚନା ହୋଇଛି। ଯେଉଁଠି ଅବ୍ୟବସ୍ଥା ରହିଛି ଅତିରିକ୍ତ ଘର ନିର୍ମାଣ ସହ ମରାମତି କରାଯାଉଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.