ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ୟୁଜିସି ନେଟ ପରୀକ୍ଷା ପାଇଁ ନୂତନ ତାରିଖ ଘୋଷଣା, ଜାଣନ୍ତୁ କେବେ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯/୬: ପୁଣିଥରେ ୟୁଜିସି ନେଟ ପରୀକ୍ଷା ପାଇଁ ନୂତନ ତାରିଖ ଘୋଷଣା କଲା ଏନଟିଏ। ଆସନ୍ତା ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ମଧ୍ୟରେ ହେବ ପରୀକ୍ଷା । ସେହିପରି ଜଏଣ୍ଟ ସିଏସଆଇଆର ୟୁଜିସି ନେଟ ପରୀକ୍ଷା ଜୁଲାଇ ୨୫ରୁ ୨୭ ଏବଂ ଏନସିଇଟି ୨୦୨୪ ପରୀକ୍ଷା ଜୁଲାଇ ୧୦ ତାରିଖରେ ହେବା ନେଇ ଏନଟିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ତେବେ UGC-NET ପରୀକ୍ଷା ସିବିଟି ମୋଡରେ ହେବ । ଜୁନ୍ ୧୮ ତାରିଖରେ ଅଫଲାଇନ ମୋଡରେ ଦୁଇଟି ସିଫ୍ଟରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ପରୀକ୍ଷାର ଗୋଟିଏ ଦିନ ପରେ ଗୃହ ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତୀୟ ସାଇବର କ୍ରାଇମ ସମନ୍ୱୟ କେନ୍ଦ୍ରର ଜାତୀୟ ସାଇବର କ୍ରାଇମ ଆନାଲିଟିକ୍ସ ୟୁନିଟ ପରୀକ୍ଷାରେ ଅନିୟମିତିତା ହୋଇଥିବା ଜାଣିବା ପରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୟୁଜିସି ନେଟ ପରୀକ୍ଷାକୁ ବାତିଲ କରାଯାଇଥିଲା । ପରୀକ୍ଷା ପ୍ରକ୍ରିୟାରେ ସ୍ୱଚ୍ଛତା ନିଶ୍ଚିତ କରିବାକୁ ଶିକ୍ଷା ମନ୍ତ୍ରଣାଳୟ ଏପରି ନିଷ୍ପତ୍ତି ନେଇଥିବା ଦର୍ଶାଇଥିଲା । ଏହାପରେ ଆଉ ଥରେ ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କୁହାଯାଇଥିଲା । ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋକୁ ହସ୍ତାନ୍ତର କରାଯାଇଥିଲା । ତେବେ ପ୍ରବେଶିକା ପରୀକ୍ଷାରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ଏନଟିଏ ଗଠନ କରାଯାଇଥିବା ବେଳେ ବାରମ୍ବାର ପରୀକ୍ଷାଗୁଡିକରେ ଅନିୟମିତତା ଅଭିଯୋଗ ଆସୁଛି। ତେଣୁ   ଏନଟିଏ କାର୍ଯ୍ୟକାରିତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.