ପ୍ରମୂଖ ଖବର
  • ପୁରୀ : ଅର୍ବାନ ହାଟର ବିକାଶ ମେଳା ଚଳଚଞ୍ଚଳ, ମେଳାରେ ଲାଗିଛି ବିଭିନ୍ନ ବିଭାଗର ୭୦ ଟି ଷ୍ଟଲ
  • ||
  • ଲଗାଣ ବର୍ଷାରେ ବେହାଲ ଯାଜପୁର ସହର; ଅଫିସ ପରିସରରେ ଜମିରହିଚି ପାଣି, ଭାଙ୍ଗିଲା ଦୋକାନ
  • ||
  • ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାରିପଦାସ୍ଥ ଛଉ ପଡ଼ିଆରେ ଉଦ୍‌ଘାଟନ କରିବେ ବିକାଶ ମେଳ
  • ||
  • ଚଣ୍ଡିଖୋଲ : ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
  • ||
  • ଆନନ୍ଦପୁର : ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି
  • ||
  • ବୌଦ୍ଧରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ପ୍ରଥମ ରୋଗୀ ଚିହ୍ନଟ, ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଯୁବକ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ, ଚାଏ ପେ ଚର୍ଚ୍ଚାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
  • ||
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

ନୂଆଁଖାଇ ଦେଶରେ ନୂଆ ପରିଚୟ ତିଆରି କରିଛି : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୧/୯ : ଗଣପର୍ବ “ନୂଆଁଖାଇ” ସାରା ଦେଶରେ ଓଡ଼ିଶାର ନୂଆ ପରିଚୟ ତିଆରି କରିଛି । ଗାଁରୁ ସହର, ରାଜ୍ୟରୁ ଦେଶ ତଥା ବିଦେଶରେ ମଧ୍ୟ ଓଡ଼ିଆମାନେ ଉତ୍ସାହ ଉଦ୍ଦୀପନାରେ ଏହି ପର୍ବ ସହ ଯୋଡି ହେବା ଖୁସିର ବିଷୟ ବୋଲି ଶନିବାର ନୂଆଦିଲ୍ଲୀଠାରେ ‘ଜୁହାର୍ ନୂଆଁଖାଇ ପରବ୍-୨୦୨୪’ର ରୌପ୍ୟ ଜୟନ୍ତୀ ସମାରୋହରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ନୂଆଁଖାଇର ଶୁଭେଚ୍ଛା ଜଣାଇବା ସହ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଦିଲ୍ଲୀରେ ରହୁଥିବା ଆମର ଓଡ଼ିଆ ଭାଇ ଭଉଣୀମାନେ ଉତ୍ସାହର ସହ ନୂଆଁଖାଇ ପାଳି ବେଶ୍ ଆନନ୍ଦ ଅନୁଭବ କରିଛନ୍ତି । ନୂଆଁଖାଇ ଆଉ ରାଜ୍ୟ ଭିତରେ ସୀମିତ ହୋଇ ରହିଛି । ଦେଶରୁ ବିଦେଶ ପର୍ଯ୍ୟନ୍ତ ବ୍ୟାପିଲାଣି । ସମ୍ବଲପୁର ଲୋକସଭାର ପ୍ରତିନିଧି ଭାବରେ ଦାୟିତ୍ୱ ନେବା ପରେ ଦିଲ୍ଲୀରେ ଏହି ପର୍ବରେ ସାମିଲ ହେବା ମୋ ପାଇଁ ସୌଭାଗ୍ୟର ବିଷୟ । ରାଷ୍ଟ୍ରୀୟ ରାଜଧାନୀରେ ସମସ୍ତେ ଏକାଠି ହୋଇ ନୂଆଁଖାଇ ପାଳନ କରିବା ଏକ ଅପୂର୍ବ ଅବସର । ଆମର ସମୃଦ୍ଧ ସାଂସ୍କୃତିକ ପରମ୍ପରାକୁ ପାଳନ କରିବା ସହ ନୂଆଦିଲ୍ଲୀରେ ଓଡ଼ିଶାର ଭ୍ରମ ସୃଷ୍ଟି କରିପାରିଥିବାରୁ ଜୁହାର୍ ପରିବାରର ସମସ୍ତ ସଦସ୍ୟଙ୍କୁ ଅଭିନନ୍ଦନ ଜଣାଉଛି ।  

ଦୀର୍ଘ ୨୫ ବର୍ଷ ଧରି ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟର ପ୍ରଚାର ପ୍ରସାର ଦିଗରେ ଜୁହାର୍ ପରିବାରର ଉଦ୍ୟମ ସଫଳ ହେବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ । ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’ସମଲେଇଙ୍କ ପାଖରେ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳ କାମନା କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.