ପ୍ରମୂଖ ଖବର
  • ସାଲେପୁର : ଝରକା ଚାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଭାରତରେ ୧୦ କୋଟିରୁ ଅଧିକ ଆୟ କରୁଥିବା ବ୍ୟକ୍ତିଙ୍କ ସଂଖ୍ୟାରେ ୬୩% ବୃଦ୍ଧି

 ନୂଆଦିଲ୍ଲୀ: ଭାରତରେ କୋଟିପତିଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଗତ ୫ ବର୍ଷ ମଧ୍ୟରେ ବାର୍ଷିକ ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବଢ଼ିଛି । ଏନେଇ ସେଣ୍ଟ୍ରମ୍ ଇନଷ୍ଟିଚ୍ୟୁସନାଲ ରିସର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି । ରିପୋର୍ଟ ଅନୁସାରେ, ଭାରତରେ ପ୍ରାୟ ୩୧ ହଜାର ୮୦୦ ଜଣ ଲୋକ ବାର୍ଷିକ ୧୦ କୋଟିରୁ ଅଧିକ ରୋଜଗାର କରନ୍ତି । ଏହି ସଂଖ୍ୟା ଗତ ପାଞ୍ଚ ବର୍ଷ ମଧ୍ୟରେ ୬୩ ପ୍ରତିଶତ ବୃଦ୍ଧି ପାଇଛି । 

ସେହିପରି ବର୍ଷକୁ ୫ କୋଟିରୁ ଅଧିକ ରୋଜଗାର କରୁଥିବା ବ୍ୟକ୍ତିଙ୍କ ସଂଖ୍ୟା ୪୯ ପ୍ରତିଶତ ବଢ଼ି ୫୮ ହଜାର ୨୦୦ରେ ପହଞ୍ଚିଯାଇଛି । ୫୦ ଲକ୍ଷରୁ ଅଧିକ ରୋଜଗାର କରୁଥିବା ଲୋକଙ୍କ ସଂଖ୍ୟା ୨୫ ପ୍ରତିଶତ ବୃଦ୍ଧି ପାଇ ୧୦ ଲକ୍ଷରେ ପହଞ୍ଚିଛି । ଆର୍ଥିକ ବର୍ଷ ୨୦୧୯ରୁ ୨୦୨୪ ମଧ୍ୟରେ ବର୍ଷକୁ ୫୦ ଲକ୍ଷରୁ ଅଧିକ ରୋଜଗାର କରୁଥିବା ଲୋକଙ୍କ ମୋଟ ଆୟରେ ୬୪ ପ୍ରତିଶତ ବୃଦ୍ଧି ହୋଇ ୪୯ ଲକ୍ଷ କୋଟିରେ ପହଞ୍ଚିଛି । ସେହିପରି ଏହି ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ରୋଜଗାର କରୁଥିବା ଲୋକଙ୍କ ମୋଟ ଆୟ ୧୨୧% ବୃଦ୍ଧି ପାଇ ୩୮ ଲକ୍ଷ କୋଟିରେ ପହଞ୍ଚି ଥିବାବେଳେ ୫ କୋଟିରୁ ଅଧିକ ରୋଜଗାର କରୁଥିବା ଲୋକଙ୍କ ଆୟ ୧୦୬ ପ୍ରତିଶତ ବଢ଼ି ୪୦ ଲକ୍ଷ କୋଟି ଟଙ୍କା ହୋଇଛି । 

ରିପୋର୍ଟ ଦେଖିଲେ ଜଣାପଡ଼ୁଛି ଯେ,  ୫୦ ଲକ୍ଷ ଟଙ୍କାରୁ ଅଧିକ ରୋଜଗାର କରୁଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୫ ପ୍ରତିଶତ ବଢ଼ି  ପ୍ରାୟ ୧୦ ଲକ୍ଷରେ ପହଞ୍ଚିଛି । ଅନ୍ୟପଟେ ଭାରତରେ  ଆଗକୁ ହାଇ ନେଟ୍ ୱର୍ଥ  ଏବଂ ଅଲ୍ଟ୍ରା ହାଇ ନେଟ୍ ୱର୍ଥ ବ୍ୟକ୍ତିବିଶେଷଙ୍କ ମିଳିତ ସମ୍ପତ୍ତିରେ ବୃଦ୍ଧି ଘଟିବ ବୋଲି ରିପୋର୍ଟରେ ପୂର୍ବାନୁମାନ କରାଯାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.