ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ନର୍ସିଂ ଏକ ମହାନ୍ ଓ ଉତ୍ତମ ବୃତ୍ତି : ସୋଆ ଉପସଭାପତି

Published By : Gurupada Nath | July 12, 2025 8:14 PM

ଭୁବନେଶ୍ୱର, ୧୨/୭ : ନର୍ସିଂ ଏକ ମହାନ୍ ଓ ଉତ୍ତମ ବୃତ୍ତି ଏବଂ ମାନବ ସେବାର ପ୍ରକୃଷ୍ଟ ମାଧ୍ୟମ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ କହିଛନ୍ତି । ସୋଆ ପରିଚାଳିତ ସମ୍ ନର୍ସିଂ କଲେଜ-୨ର (୨୦୨୪-୨୮) ବିଏସ୍‌ସି ନର୍ସିଂ ପ୍ରଥମ ବ୍ୟାଚର ଶନିବାର ଲ୍ୟାମ୍ପ ଲାଇଟିଂ ଏବଂ ଓଥ୍ ଟେକିଂ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି ଶ୍ରୀମତି ଦାସ । 

ଶ୍ରୀମତି ଦାସ କହିଛନ୍ତି ଯେ, ଲ୍ୟାମ୍ପ ଲାଇଟିଂ ସମାରୋହ ମାଧ୍ୟମରେ ସେବିକାମାନେ ନର୍ସିଂ ଭଳି ମହାନ ବୃତ୍ତିରେ ପ୍ରବେଶ କରିଥାନ୍ତି । ଏହା ସେମାନଙ୍କ ଜୀବନର ଏକ ନୂତନ ପର୍ଯ୍ୟାୟ । ଏହି ଶପଥ ପାଠ ସେମାନଙ୍କୁ ଯତ୍ନ ଏବଂ ସେବାର ମନ୍ତ୍ର ପ୍ରଦାନ କରିବ ବୋଲି ଶ୍ରୀମତି ଦାସ କହିଛନ୍ତି । ଏହି ଅବସରରେ ଆଡିସ୍‌ନାଲ୍ ଡାଇରେକ୍ଟର ଡିଏମ୍‌ଇଟି ଡକ୍ଟର ଉମାକାନ୍ତ ଶତପଥୀ ସ୍ୱତନ୍ତ୍ର ଅତିଥି ଭାବେ ଯୋଗଦେଇ ଫ୍ଲୋରେନ୍ସ ନାଇଟେଙ୍ଗଲଙ୍କ ମନୋଭାବ ଏବଂ ପଥକୁ ପାଥେୟ କରି ଶିକ୍ଷା ଗ୍ରହଣ କରିବା ସହ ନିଜ ବୃତ୍ତିରେ ଆଗେଇବାକୁ ଛାତ୍ରଛାତ୍ରୀମାନଙ୍କୁ ଉପଦେଶ ଦେଇଥିଲେ । 

ଏହି କାର୍ଯ୍ୟକ୍ରମରେ ଓଏନ୍‌ଏମ୍‌ଇବିର ସେକ୍ରେଟାରୀ ବାସନ୍ତି ବେହେରା, ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍-୨ର ଡିନ୍ ପ୍ରଫେସର (ଡାକ୍ତର) ଅରକ୍ଷିତ ସ୍ୱାଇଁ ଏବଂ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କା ସମ୍ମାନିତ ଅତିଥି ଭାବେ ଯୋଗଦେଇ ବକ୍ତବ୍ୟ ରଖିଥିଲେ । କାର୍ଯ୍ୟକ୍ରମରେ ସମ୍ ନର୍ସିଂ କଲେଜ- ୨ର କୋଅର୍ଡିନେଟର ଅନୁରାଧା ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଏସ୍‌ଏନ୍‌ସିର ନିର୍ଦ୍ଦେଶିକା ପ୍ରଫେସର ପ୍ରଭାତୀ ତ୍ରିପାଠୀ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନେ ଫ୍ଲୋରେନ୍ସ ନାଇଟେଙ୍ଗଲ୍ ଶପଥ ଗ୍ରହଣ କରିଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.