ପ୍ରମୂଖ ଖବର
  • କୁମ୍ଭମେଳା ଦେଖି ଫେରୁଥିବାବେଳେ କାର-ଟ୍ରକ୍ ଧକ୍କା, ୬ ଜଣଙ୍କର ଚାଲିଗଲା ଜୀବନ
  • ||
  • ବିଧାନସଭାରେ କିଟ୍ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗ : ଘୁଞ୍ଚିବ ସେମିଷ୍ଟର ପରୀକ୍ଷା, ଛାତ୍ରଛାତ୍ରୀଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ ସରକାର
  • ||
  • କନ୍ଧମାଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ଭୁବନେଶ୍ଵରରେ ପ୍ରଥମ କରି ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା, ୩୦୦ରୁ ଅଧିକ ଷ୍ଟଲରେ ହେବ ବିକାକିଣା
  • ||
  • ଜୟପୁର : ବେଆଇନ ମାଟି ଇଟା ଭାଟି ଉପରେ କାର୍ଯ୍ୟାନୁଷ୍ଠାନ, ଏକାଧିକ ଇଟା ଭାଟି ଭାଙ୍ଗିଲା ଜିଲ୍ଲା ପ୍ରଶାସନ
  • ||
  • ଭୁବନେଶ୍ୱର : ଗ୍ରୀନ୍‌ ଟ୍ରେଣ୍ଡ୍‌ସ ପାର୍ଲରରେ ଅଗ୍ନିକାଣ୍ଡ, ନିଆଁ ଲାଗି ଲକ୍ଷାଧିକ ଟଙ୍କାର ପାର୍ଲର ସାମଗ୍ରୀ ପାଉଁଶ
  • ||
  • ବାଲେଶ୍ୱର : ବେଆଇନ୍ ବାଲି ଚାଲାଣ ବେଳେ ଚଢାଉ, ୮୦ରୁ ଉର୍ଦ୍ଧ୍ୱ ହାଇୱା ଜବତ
  • ||
  • କଟକ : ଶତାଧିକ ଲିଟର କଫ୍‌ ସିରପ୍‌ ଜବତ, ଜଣେ ଗିରଫ
  • ||
  • ଖାକିରେ କଳଙ୍କ: ସାହାଯ୍ୟ କରିବା ବାହାନାରେ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ, ଏଏସ୍‌ଆଇ ଗିରଫ
  • ||
  • କେନ୍ଦ୍ରାପଡ଼ା : ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯିବାବେଳେ ଓଲଟିଲା ବୋଲେରୋ, ୧୧ ଆହତ
  • ||
  • ବାଲିପାଟଣା: ପ୍ରେମିକ ଘର ଆଗରେ ଫିନାଇଲ୍ ପିଇଦେଲା ପ୍ରେମିକା, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚାମ୍ପିଅନ୍ସ ଟ୍ରଫି ୨୦୨୫: ଆଜି ଆଫଗାନିସ୍ତାନକୁ ଭେଟିବ ଦକ୍ଷିଣ ଆଫ୍ରିକା, ଦେଖିବାକୁ ମିଳିବ କଡ଼ା ଟକ୍କର
  • ||
  • ବାଲେଶ୍ୱର : ଅଧାରେ ରହିଗଲା ଭବିଷ୍ୟତ: ବାହାରୁଥିଲେ ପରୀକ୍ଷା ସେଣ୍ଟର, ହଠାତ୍ ଟଳି ପଡ଼ିଲେ ଛାତ୍ର
  • ||
  • ଭୂକମ୍ପ ଝଟକାରେ ଥରିଲା ଆଣ୍ଡାମାନ ଏବଂ ନିକୋବର ଦ୍ବୀପ, ରେକ୍ଟର ସ୍କେଲରେ ୫.୨ ତୀବ୍ରତା ରେକର୍ଡ
  • ||
  • ଶ୍ରୀଜିଉଙ୍କ ନିକଟର ଲାଗି ହେଲା 'ଅମୃତ ଅନ୍ନ', ୫ ପ୍ରକାର ଜୈବିକ ଚାଉଳ ପ୍ରସ୍ତୁତ
  • ||
  • ଦୁର୍ଗାପୁର ଏକ୍ସପ୍ରେସୱେରେ ପୂର୍ବତନ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କର କାର୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦାଦା
  • ||
  • ରାଜ୍ୟରେ ଆଜିଠୁ ମାଟ୍ରିକ୍‌ ପରୀକ୍ଷା, ପରୀକ୍ଷାର୍ଥୀଙ୍କୁ ସ୍ମାର୍ଟ ୱାଚ୍‌ ମନା, କପି ରୋକିବାକୁ ୪ ସ୍ତରୀୟ ସ୍ବାର୍ଡ ବ୍ୟବସ୍ଥା
  • ||
  • ରାଜ୍ୟରେ ଆସନ୍ତା ୨୪ ଯାଏ ବର୍ଷା ସମ୍ଭାବନା, ପବନ ଏବଂ କୁଆପଥର ମାଡ଼ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

କରୋନା ମହାମାରୀ ସମୟରେ ନର୍ସ ମାନଙ୍କ ତ୍ୟାଗ ଅଭୂତପୂର୍ବ: ସୋଆ ଉପସଭାପତି

Published By : Prameya | February 19, 2025 10:21 PM

ଭୁବନେଶ୍ୱର ୧୯/୦୨: ହସ୍ପିଟାଲ୍‌ରେ ରୋଗୀଟିଏ ନର୍ସ ମାନଙ୍କର ଚିକିତ୍ସା ଓ ସେବା ଦ୍ୱାରା ହିଁ ସୁସ୍ଥତା ପାଇଥାଏ । କରୋନା ମହାମାରୀ ସମୟରେ ସେମାନଙ୍କର ତ୍ୟାଗ ସମ୍ପୂର୍ଣ୍ଣ ସମାଜ ଉପଲବ୍ଧି କରିଛି ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ । 

ସୋଆ ପରିଚାଳିତ ସମ୍‌ ନର୍ସିଂ କଲେଜର ଚଳିତ ଶିକ୍ଷା ବର୍ଷର ପ୍ରଥମ ବର୍ଷ ବିଏସ୍‌ସି ନର୍ସିଂ ଏବଂ ଜିଏନ୍‌ଏମ୍‌ ଛାତ୍ରଛାତ୍ରୀମାନଙ୍କର ଶପଥ ଗ୍ରହଣ ଏବଂ ପ୍ରଦୀପ ପ୍ରଜ୍ୱଳନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀମତି ଦାସ କହିଥିଲେ ଯେ ଏଭଳି କାର୍ଯ୍ୟକ୍ରମ ନର୍ସିଂ ବୃତିରେ ଅଧ୍ୟୟନ ପାଇଁ ଆସିଥିବା ଛାତ୍ରଛାତ୍ରୀମାନଙ୍କ ଜୀବନରେ ଏକ ନୂଆ ଅନୁଭୂତି ଆଣିଦେବ । 

କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ କଲେଜ ପକ୍ଷରୁ ଆୟୋଜିତ ପର୍ସନାଲିଟି ପ୍ରତିଯୋଗିତାର ମହିଳା ବିଭାଗରେ କଲେଜର ଦୁଇ ଜଣ ଆନ୍ତର୍ଜାତୀୟ ଛାତ୍ରୀ ବିଏସ୍‌ସି ନର୍ସିଂ ପ୍ରଥମରେ ଅଧ୍ୟୟନ କରୁଥିବା ଲିଲେ ଥାଣ୍ଡୋଲଉଥୁସିବୋଣ୍ଡଜା ‘ମିସ୍‌ ଏସ୍‌ଏନ୍‌ସି’ ଆଖ୍ୟା ହାସଲ କରିଥିବା ବେଳେ ବିଏସ୍‌ସି ନର୍ସିଂର ପ୍ରଥମ ବର୍ଷର ଆଉ ଜଣେ ବିଦେଶୀ ଛାତ୍ରୀ ଫେଥ ଲିକାନ୍‌ଡୋମୁନିଉ ଦ୍ୱିତୀୟ ରନର ଅପ୍‌ ଆଖ୍ୟା ହାସଲ କରିଛନ୍ତି । ଥାଣ୍ଡୋଲଉଥୁସିବୋଣ୍ଡଜା ଆଫ୍ରିକାର ସ୍ୱାଜିଲ୍ୟାଣ୍ଡ ଦେଶରୁ ଆସିଥିବା ବେଳେ ଲିକାନ୍‌ଡୋମୁନିଉ ଜାମ୍ବିଆର ନାଗରିକ । ସେହିପରି ବିଏସ୍‌ସି ନର୍ସିଂ ଚତୁର୍ଥ ବର୍ଷର ଛାତ୍ରୀ ସୁଶ୍ରୀ ଦେବସ୍ମିତା ଦାସ ପ୍ରଥମ ରନର ଅପ୍‌ ଆଖ୍ୟା ହାସଲ କରିଛନ୍ତି । ସେମାନଙ୍କୁ ପୁରସ୍କୃତ କରିବା ଅବସରରେ ଶ୍ରୀମତି ଦାସ ନିଜର ଖୁସି ବ୍ୟକ୍ତ କରିଥିଲେ ।  ବିଦେଶରୁ ଆସି ସୋଆରେ ଅଧ୍ୟୟନ କରୁଥିବା ଛାତ୍ରୀ ନିଜ ପ୍ରତିଭାର ପରିପ୍ରକାଶ କରିବା ଆମ ପାଇଁ ଗର୍ବର ବିଷୟ ବୋଲି ସେ କହିଛନ୍ତି । 

ଏହି ଅବସରରେ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିବା ଷ୍ଟେଟ୍‌ ଆଡପ୍ସନ୍‌ ରିସର୍ଚ୍ଚ ଏଜେନ୍ସି (ସାରା), ଓଡ଼ିଶାର ଗଭର୍ଣ୍ଣିଂ ବଡି ସଦସ୍ୟା ଶ୍ରୀମତି କାନ୍ତା ମହାନ୍ତି କହିଥିଲେ ଯେ ନର୍ସମାନେ କୋଭିଡ ସମୟରେ ନିଜ ଜୀବନକୁ ବାଜି ଲଗାଇ ଜନସାଧାରଣଙ୍କର ଜୀବନ ରକ୍ଷା କରିଥିଲେ । ତେଣୁ ନୂତନ ଭାବରେ ଏହି ପାଠ୍ୟକ୍ରମରେ ପ୍ରବେଶ କରି ଶପଥ ଗ୍ରହଣ କରିବା ପାଇଁ ଆସିଥିବା ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏହି ଶପଥ ଗୋଟିଏ ଦିନ ନୁହେଁ ବରଂ ସାରା ଜୀବନ ପାଇଁ ଏକ ସମର୍ପଣ ବୋଲି ସେ କହିଥିଲେ । ତେବେ ବର୍ତମାନର ଛାତ୍ରଛାତ୍ରୀମାନେ ଆର୍ଟିଫିସିଆଲ୍‌ ଇନ୍‌ଟେଲିଜେନ୍ସ (ଏଆଇ) ରୁ ବାହାରି ଇମୋସ୍‌ନାଲ୍‌ ଇନ୍‌ଟେଲିଜେନ୍ସକୁ ଅଧିକ ଗୁରୁତ୍ୱ ଦେବା ଦରକାର ବୋଲି ସେ କହିଥିଲେ । 

କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଡାଇରେକ୍ଟର ଅଫ୍‌ ମେଡିକାଲ୍‌ ଏଜୁକେସନ୍‌ ଆଣ୍ଡ ଟ୍ରେନିଂ ଓଡ଼ିଶାର ଅତିରିକ୍ତ ନିର୍ଦ୍ଦେଶକ ପ୍ରଫେସର (ଡାକ୍ତର) ବ୍ରଜକିଶୋର ଦାଶ, ଆଇଏମଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଡିନ୍‌ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ଓ ମେଡିକାଲ୍‌ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ଯୋଗ ଦେଇ ବକ୍ତବ୍ୟ ରଖିଥିବା ବେଳେ ପ୍ରଫେସନାଲ ଗେଷ୍ଟ ଭାବେ ସୋମି, ଓଡ଼ିଶା ଶାଖାର ସଚିବ ପ୍ରଫେସର ଅମ୍ରିତା ଲେଙ୍କା ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । 

କାର୍ଯ୍ୟକ୍ରମରେ ସମ୍‌ ନର୍ସିଂ କଲେଜର ଡିନ୍‌ ପ୍ରଫେସର ସସ୍ମିତା ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ନିର୍ଦ୍ଦେଶିକା ପ୍ରଫେସର ପ୍ରଭାତୀ ତ୍ରିପାଠୀ ବାର୍ଷିକ ବିବରଣୀ ପାଠ କରିଥିଲେ ଏବଂ ଆଡିସ୍‌ନାଲ୍‌ ଡିନ୍‌ (ପ୍ଲେସ୍‌ମେଂଟ ଆଣ୍ଡ ଟ୍ରେନିଂ) ପ୍ରଫେସର ତପତୀ ଶାହା ବକ୍ତବ୍ୟ ରଖିଥିଲେ । 

ସମ୍‌ ନର୍ସିଂ କଲେଜର ଆସୋସିଏଟ୍‌ ପ୍ରଫେସର ଦେବଯାନୀ ନାୟକ ଛାତ୍ରଛାତ୍ରୀମାନଙ୍କୁ ଫ୍ଲୋରେନ୍ସ ନାଇଟିଙ୍ଗେଲ୍‌ ଶପଥ ପାଠ କରାଇଥିଲେ । ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ଆସୋସିଏଟ୍‌ ପ୍ରଫେସର ମନୀଷା ପ୍ରହରାଜ ଧନ୍ୟବାଦ ଅର୍ପଣ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.