ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ବିଦ୍ୟୁତ୍ ଆଘାତରେ ଛତିଶଗଡ଼ରେ ଓଡ଼ିଆ ଦମ୍ପତି ମୃତ, ଗାଁରେ ହେଲା ଅନ୍ତିମ ସଂସ୍କାର

Published By : Prameya | October 20, 2024 11:59 AM

କାମାକ୍ଷାନଗର, ୨୦।୧୦: ମୃତ୍ୟୁ ଏମିତି ବି ଆସେ । ଛତିଶଗଡ଼ରେ ଓଡ଼ିଆ ଦମ୍ପତିଙ୍କ ମୃତ୍ୟୁ ହୋଇଥିବା ସୂଚନା । ଉଭୟ ସ୍ୱାମୀ-ସ୍ତ୍ରୀଙ୍କର ବିଦ୍ୟୁତ୍ ଆଘାତରେ  ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏମିତି ମୃତ୍ୟୁ ଯାହା ସମସ୍ତଙ୍କୁ ସ୍ତବ୍ଧ କରି ଦେଇଛି । ମୃତ ଦମ୍ପତି ଢେଙ୍କାନାଳ ଜିଲ୍ଲା ମହାବିରୋଡ଼ ଥାନା ବାମ୍ ପଞ୍ଚାୟତ ଅନ୍ତର୍ଗତ ରଗଡ଼ାସାହିର ଦୁର୍ଯ୍ୟୋଧନ ମହାନ୍ତ ଏବଂ ସ୍ତ୍ରୀ ଭାରତୀ ମହାନ୍ତ । ଉଭୟ ଦମ୍ପତ୍ତି ଛତିଶଗଡ଼ ରାଜ୍ୟ କୁର୍ବା ଜିଲ୍ଲା ଅନ୍ତର୍ଗତ କୁସମୁଣ୍ଡା ଗାଁରେ ରହୁଥିଲେ । ସେଠାରେ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ ଦୁର୍ଯ୍ୟୋଧନ । 

ଶନିବାର ଦିନ ୧୧ଟା ସମୟରେ ସ୍ତ୍ରୀ ଭାରତୀ ଲୁଗା ଶୁଖାଇବା ପାଇଁ ଛାତ ଉପରକୁ ଯାଇଥିଲେ । ତେବେ ସେଠାରେ ଲୁଗା ଶୁଖାଉଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ । ଭାରତୀଙ୍କ ଚିତ୍କାର ଶୁଣି ସ୍ୱାମୀ ଦୁର୍ଯ୍ୟୋଧନ ବଞ୍ଚାଇବାକୁ ଆସି ସେ ମଧ୍ୟ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ । ଉଭୟ ସ୍ୱାମୀ-ସ୍ତ୍ରୀଙ୍କୁ ସ୍ଥାନୀୟ ଲୋକମାନେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ମାତ୍ର, ସେଠାରେ ଡାକ୍ତର ଉଭୟ ଦମ୍ପତ୍ତିଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଉଭୟ ଦମ୍ପତ୍ତିଙ୍କର ଏକ ୧୦ ବର୍ଷର ଶିଶୁ ପୁତ୍ର ରହିଛି । ଯିଏକି ଘଟଣା ସମୟରେ ସ୍କୁଲ୍ ଯାଇଥିଲେ । ଉଭୟ ଦମ୍ପତ୍ତିଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ମରଶରୀର ବାମ ଗାଁରେ ପହଞ୍ଚିବା ପରେ ଡ୍ରାଇଭର ମହାସଂଘର ସଦସ୍ୟ ଏବଂ ଗ୍ରାମବାସୀମାନେ ଗାଁ ଶ୍ମଶାନରେ ଉଭୟ ଦମ୍ପତିଙ୍କ ଶେଷ କୃତ୍ୟ ସମ୍ପନ୍ନ କରିଛନ୍ତି । 

 

 

 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.