ପ୍ରମୂଖ ଖବର
  • ମୁନିଗୁଡ଼ା : ରେଳ ଧାରଣାରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ
  • ||
  • ଭୁବନେଶ୍ୱର : ଅଳିଆ ଗଦାରେ ଲାଗିଲା ନିଆଁ, ୫୦ ଫୁଟ ଉଚ୍ଚରେ ଉଠିଲା ଧୂଆଁ
  • ||
  • କେନ୍ଦୁଝର : ବସ୍ ଧକ୍କାରେ ଓଲଟିଲା ନାଇଟ୍ ପାଟ୍ରୋଲିଂ ପୋଲିସ୍ ଗାଡ଼ି, ଅଳ୍ପକେ ବର୍ତ୍ତିଲେ ୫ଜଣ ପୋଲିସ୍ କର୍ମଚାରୀ
  • ||
  • ସାଲେପୁର : ଗୋରୁ ଚମଡା ସହ ବାଇକ୍‌ ଜବତ, ଜଣେ ଗିରଫ
  • ||
  • ଜାନୁଆରୀ ୧୫ରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
  • ||
  • ମୟୂରଭଞ୍ଜ : ଶୌଚ ପାଇଁ ଯାଇଥିବା ବେଳେ ଦଳିଦେଲେ ହାତୀପଲ, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ସୁନ୍ଦରଗଡ଼ : ହୁଣ୍ଡାଇ ସୋରୁମ୍‌ରେ ବନ୍ଧୁକ ଦେଖାଇ ଲୁଟ୍‌, ଲକ୍ଷାଧିକ ଟଙ୍କା ସହ କାଗଜ ପତ୍ର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ମାଲକାନଗିରି: ପାଇଖାନା ଟାଙ୍କିରୁ ସାମ୍ବାଦିକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଦୁର୍ଘଟଣା ହ୍ରାସ ପାଇଁ ବସ୍‌ରେ ଲାଗିବ ସ୍ମାର୍ଟ ଡିଭାଇସ୍‌
  • ||
  • ସିଡନୀ ଟେଷ୍ଟ: ଘାଇଲା କଲେ ଭାରତୀୟ ବୋଲର, ୧୮୧ରନରେ ଅଲଆଉଟ ଅଷ୍ଟ୍ରେଲିଆ
  • ||
  • ସୋର : ଶୋଇଥିବା ବେଳେ ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ଆଉ ୪ ଦିନ କଳବଲ କରିବ ଶୀତର ପ୍ରକୋପ, ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୧୨ରୁ ୧୩ ଡିଗ୍ରୀ ତଳକୁ ଖସିବ
  • ||
  • ସୁବର୍ଣ୍ଣପୁର ଜିଲ୍ଲାରେ ଶୀତ ଲହରୀ ଜାରି, ରାତିରେ ୧୦ ଡିଗ୍ରୀ ତଳକୁ ଖସୁଛି ପାରଦ
  • ||
  • କୋରାପୁଟରେ ୪ ଡିଗ୍ରୀ ତଳକୁ ଖସିଲା ପାରଦ, ଶୀତ ଲହରୀ ସାଙ୍ଗକୁ ତୁଷାରପାତ
  • ||

ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌

Published By : Prameya | January 2, 2025 2:56 PM

ଭୁବନେଶ୍ୱର ୦୨/୦୧: ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତିକ ବିମାନ ବନ୍ଦର ପହଞ୍ଚିଲେ ନୂଆ ରାଜ୍ୟପାଳ  ଡ. ହରିବାବୁ କମ୍ଭମପତି। ବିମାନ ବନ୍ଦରରେ ନୂଆ ରାଜ୍ୟପାଳଙ୍କୁ ଭବ୍ୟ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ-ମୁଖମନ୍ତ୍ରୀ ପ୍ରଭାତୀ ପରିଡ଼ା,କନକ ବର୍ଦ୍ଧନ ସିଂହ ଦେଓ।  ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର। ସେଠାରୁ ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବେ କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ଶପଥ ନେବେ।

ଡ. କେ ହରି ବାବୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି । ସେ ୨୦୧୪ ଲୋକସଭା ନିର୍ବାଚନରେ ଆନ୍ଧ୍ର ପ୍ରଦେଶର ବିଶାଖାପଟନମ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ଭାରତୀୟ ଜନତା ପାର୍ଟିରୁ ନିର୍ବାଚନ ଲଢି ବିଜୟୀ ହୋଇଥିଲେ ହରି ବାବୁ । ସେ ଆନ୍ଧ୍ର ପ୍ରଦେଶ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମଧ୍ୟ ଥିଲେ । ହରି ବାବୁଙ୍କୁ ୨୦୨୧ ଜୁଲାଇ ୬ରେ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି । ଏବେ ମିଜୋରାମର ରାଜ୍ୟପାଳ ଅଛନ୍ତି କେ. ହରିବାବୁ।

୧୯୯୧ରୁ ୧୯୯୩ ପର୍ଯ୍ୟନ୍ତ ହରି ବାବୁ ଭାରତୀୟ ଜନତା ପାର୍ଟିର ଆନ୍ଧ୍ର ପ୍ରଦେଶ ରାଜ୍ୟ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟ ଥିଲେ। ପୁଣି ୧୯୯୩ରୁ ୨୦୦୩ ମଧ୍ୟରେ ଆନ୍ଧ୍ର ପ୍ରଦେଶର ସାଧାରଣ ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ। ୧୯୯୯ରେ ହରି ବାବୁ ବିଶାଖାପାଟନମ୍ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ୨୦୦୩ରେ ଆନ୍ଧ୍ରପ୍ରଦେଶ ବିଜେପିର ବିଧାନସଭାର ନେତା ଭାବେ ଦଳ ଦାୟିତ୍ଵ ଦେଇଥିଲା । ୨୦୧୪ ମାର୍ଚ୍ଚରେ  ସେ ବିଜେପିର ରାଜ୍ୟ ସଭାପତି ଭାବରେ ନିର୍ବାଚିତ ହୋଇଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.