ପ୍ରମୂଖ ଖବର
  • ବୌଦ୍ଧ : ରାଜ୍ୟ ବାହାରକୁ ଚାଲାଣ ପାଇଁ ଚାଲିଥିଲା ପ୍ରସ୍ତୁତି, ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ପୋଲିସ
  • ||
  • ୧୩ରେ ବିଧାନସଭା ବଜେଟ୍‌ ଅଧିବେଶନ: ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ବସିଲା ସର୍ବଦଳୀୟ ବୈଠକ
  • ||
  • କାଠଯୋଡ଼ି ନଦୀରୁ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଅନୁଗୁଳ : ସାମାନ୍ୟ ବଚସାକୁ ନେଇ ଗୁଳିମାଡ଼, ନାବାଳକ ଆହତ
  • ||
  • ନୟାଗଡ଼ : ଦୋକାନକୁ ପିଟିଲା କାର୍: ୨ମୃତ, ଡ୍ରାଇଭର୍‌ ଫେରାର୍‌
  • ||
  • ଭୀମ୍‌ସାରରେ ରାଗିଂ ଅଭିଯୋଗ, ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ମାଡ଼ ମାରିଲେ ସିନିୟର୍
  • ||
  • ଭୁବନେଶ୍ୱର : ସୋନପୁର ଇଣ୍ଟରସିଟି ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ, ଅଧଘଣ୍ଟା ଅଟକିଲା ଟ୍ରେନ୍‌
  • ||
  • କୋଣାର୍କରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ୩ ଯୁବକଙ୍କ ଜୀବନ
  • ||

ରାଜ୍ୟବାସୀଙ୍କୁ ଦୁଃଖ ବୁଝିବେ ମୁଖ୍ୟମନ୍ତ୍ରୀ: ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ଶୁଣିବେ ଲୋକଙ୍କ ଅଭିଯୋଗ

Published By : Prameya | June 21, 2024 2:22 PM

ଭୁବନେଶ୍ୱର ୨୧/୦୬ : ରାଜ୍ୟବାସୀଙ୍କୁ ଦୁଃଖ ବୁଝିବେ ମୁଖ୍ୟମନ୍ତ୍ରୀ। ଲୋକଙ୍କ ସରକାର, ଲୋକଙ୍କ ମୁଖ୍ୟମନ୍ତ୍ରୀକୁ  ନାରାକୁ ଗୁରୁତ୍ବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଲେ ବଡ଼ ଘୋଷଣା। ଏଣିକି ପ୍ରତିଦିନ ହେବ ଲୋକଙ୍କ ଅଭିଯୋଗ ଶୁଣାଣି । ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ। 

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର  ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।

ସୂଚନାଯୋଗ୍ୟ ଯେ, ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶ୍ରୀ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ  ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.