ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

ବିରୋଧୀଙ୍କ ହଟ୍ଟଗୋଳରେ ଧୋଇଗଲା ପ୍ରଶ୍ନକାଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

Published By : Harapriya Sethi | February 19, 2025 11:28 AM

ଭୁବନେଶ୍ୱର, ୧୯/୦୨: ବିଧାନସଭା ବଜେଟ ଅଧିବେଶନ । ବୁଧବାର ଗୃହରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ଏବଂ ହୋହାଲ୍ଲା । ଯାହାଫଳରେ ବିଧାନସଭାକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ । ସେପଟେ ବିଧାନସଭା ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ବିଜେଡି ବିଧାୟକଙ୍କ ପକ୍ଷରୁ ଧାରଣା ଦିଆଯାଇଛି । 

ବୁଧବାର ଆରମ୍ଭ ହୋଇଥିଲା ବିଧାନସଭା ଅଧିବେଶନ । ବୁଧବାର କାର୍ଯ୍ୟଦିବସ ଆରମ୍ଭରୁ ବିଜେଡି ବିଧାୟକମାନେ ଗୃହ ମଧ୍ୟଭାଗକୁ ଆସି ହୋହାଲ୍ଲା କରିଥିଲେ । ମିଶନ ଶକ୍ତି ଇ.ସି ପୁନଃଗଠନକୁ ବିରୋଧ କରି ବିଜେଡି ବିଧାୟକମାନେ ନାରାବାଜି କରିଥିଲେ । ଏପିରିକି ବାଚସ୍ପତିଙ୍କ ପୋଡିୟମ ନିକଟରୁ ଆସି ବିରୋଧ ପ୍ରଦର୍ଶନ କରିଥିଲେ । ଶେଷରେ ବାଧ୍ୟ ହୋଇ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିବାକୁ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢୀ । ଅନ୍ୟପଟେ ଗୃହ ମୁଲତବୀ ପରେ ବିଜେଡି ବିଧାୟକମାନେ ଗାନ୍ଧୀ ମୂର୍ତ୍ତି ତଳେ ବିରୋଧ ପ୍ରଦର୍ଶନ କରୁଛନ୍ତି । ରାଜ୍ୟର ବିଜେପି ସରକାର ଏକପାଖିଆ ନିଷ୍ପତ୍ତି ନେଉଛନ୍ତି । ସରକାର ମିଶନ ଶକ୍ତି ଇ.ସିକୁ ପୁନଃଗଠନ କରିବାକୁ ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାହା ରାଜ୍ୟର ମାଆମାନଙ୍କ ବିରୋଧୀ ନିଷ୍ପତ୍ତି ବୋଲି ବିଜେଡି ବିଧାୟକ ଭାବେ କହିଛନ୍ତି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.