ପ୍ରମୂଖ ଖବର
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ

Published By : Harapriya Sethi | July 17, 2025 10:00 AM

କେସିଙ୍ଗା,୧୭/୦୭: ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ କଂଗ୍ରେସ ତଥା ଅନ୍ୟାନ୍ୟ ରାଜନୈତିକ ଦଳର ଆହ୍ୱାନ କ୍ରମେ ଆଜି ୧୨ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରେ ଦେଖିବାରୁ ମିଳିଛି । କେସିଙ୍ଗା ନଗର ଓ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ବସ୍‌ ଷ୍ଟପ ଛକ ନିକଟରେ ୨୬ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରାଯାଇଛି । ସହରରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି । ଏହା ସହିତ ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟ, ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ବୀମା ଅଫିସ ପ୍ରଭୃତି ସରକାରୀ ଅନୁଷ୍ଠାନକୁ ବନ୍ଦ ରଖାଯାଇଛି ବୋଲି ଆନ୍ଦୋଳନକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.