ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

ଓଡ଼ିଶା ବଜେଟ୍ ୨୦୨୫ -୨୬ : ମତ୍ସ୍ୟ ଓ ପଶୁପାଳନ ପାଇଁ ୧୯୦୯ କୋଟି ଟଙ୍କାର ବଜେଟ୍ ଆଗତ

Published By : Prameya | February 17, 2025 5:00 PM

ଭୁବନେଶ୍ୱର- ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଆଜି ( ସୋମବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ୍ ଉପସ୍ଥାପିତ କରିଛନ୍ତି। ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍। ଚଳିତ ଥର ରାଜ୍ୟ ବଜେଟର ଆକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କା ରହିଛି । ଏହି ରାଜ୍ୟ ବଜେଟ୍‌ରେ ମତ୍ସ୍ୟ ଓ ପଶୁପାଳନ ପାଇଁ ୧୯୦୯ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି।  ମତ୍ସ୍ୟ, ପଶୁପାଳନ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ଲକ୍ଷ୍ୟ ରହିଥିବା ମୁଖ୍ୟମନ୍ତ୍ରୀ ବଜେଟ୍‌ରେ କହିଛନ୍ତି।

ଏହାସହ ଦୁଗ୍ଧ ଉତ୍ପାଦନ ବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରିଛନ୍ତି। ଏହି ଯୋଜନାରେ ଖର୍ଚ୍ଚ ହେବ ୧୪୬ କୋଟି ଟଙ୍କା ଏବଂ ଗୋମାତା ଯୋଜନା ପାଇଁ ୪୬ କୋଟି ରଖାଯାଇଛି ।

ଏହାସହ ବଜେଟ୍‌ରେ କୃଷିର ଅଭିବୃଦ୍ଧି ପାଇଁ ମଧ୍ୟ ୩୭, ୮୦୦ କୋଟିର  କୃଷି ବଜେଟ ରହିଛି। ଯାହା ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ ରହିଛି। ସିଏମ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି ଟଙ୍କା ରହିଛି। ଫସଲ ବିବିଧତାର ପ୍ରସାର ପାଇଁ ୬୯୫ କୋଟି ରଖାଯାଇଛି । ମିଲେଟ୍ ଶ୍ରୀଅନ୍ନ ଯୋଜନା ୧୭୭ଟି ବ୍ଲକକୁ ବର୍ଦ୍ଧିତ କରାଯାଇଛି। ମିଲେଟ୍ ପାଇଁ ଏମଏସପି ୪୨୯୦ କୋଟି ଟଙ୍କା ବାଦ ଅଧିକ ୨୦୦ ଟଙ୍କା ମିଳିବ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ପାଇଁ ୨୯୩ କୋଟି ରଖାଯାଇଛି। ଓୟୁଏଟି ପାଇଁ ୫୧୧ କୋଟିର ବ୍ୟୟବରାଦ କରାଯାଇଛି। ଆହୁରି ମଧ୍ୟ ଚଳିତ ବର୍ଷ ଲୋୟର ସୁକତେଲ ପ୍ରକଳ୍ପର କାର୍ଯ୍ୟ ସରିବା ନେଇ ମୁଖ୍ୟମନ୍ତ୍ରୀ ବଜେଟ୍‌ରେ ସୂଚନା ଦେଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.