ପ୍ରମୂଖ ଖବର
  • ମିନାକ୍ଷୀ ବାହିନୀପତି ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ଦିଗପହଣ୍ଡି : ଝାଡାବାନ୍ତିରେ ଜଣେ ମୃତ, ୯ ଗୁରୁତର
  • ||
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଓଡ଼ିଶା ବଜେଟ୍ ୨୦୨୫ -୨୬ : ୩୭, ୮୦୦ କୋଟିର କୃଷି ବଜେଟ ଆଗତ କଲେ ମୁଖ୍ୟମନ୍ତ୍ରୀ

Published By : Prameya | February 17, 2025 4:39 PM

ଭୁବନେଶ୍ୱର – ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଆଗତ କରିଛନ୍ତି। ଏଥିରେ ୩୭, ୮୦୦ କୋଟିର କୃଷି ବଜେଟ ରହିଛି। ଯାହା ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ ରହିଛି। ସିଏମ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି ଟଙ୍କା ରହିଛି। 

ଏହାସହ ବଜେଟ୍‌ରେ ଫସଲ ବିବିଧତାର ପ୍ରସାର ପାଇଁ ୬୯୫ କୋଟି ରଖାଯାଇଛି । ମିଲେଟ୍ ଶ୍ରୀଅନ୍ନ ଯୋଜନା ୧୭୭ଟି ବ୍ଲକକୁ ବର୍ଦ୍ଧିତ କରାଯାଇଛି। ମିଲେଟ୍ ପାଇଁ ଏମଏସପି ୪୨୯୦ କୋଟି ଟଙ୍କା ବାଦ ଅଧିକ ୨୦୦ ଟଙ୍କା ମିଳିବ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ପାଇଁ ୨୯୩ କୋଟି ରଖାଯାଇଛି। ଓୟୁଏଟି ପାଇଁ ୫୧୧ କୋଟିର ବ୍ୟୟବରାଦ କରାଯାଇଛି। ଆହୁରି ମଧ୍ୟ ଚଳିତ ବର୍ଷ ଲୋୟର ସୁକତେଲ ପ୍ରକଳ୍ପର କାର୍ଯ୍ୟ ସରିବା ନେଇ ମୁଖ୍ୟମନ୍ତ୍ରୀ ବଜେଟ୍‌ରେ ସୂଚନା ଦେଇଛନ୍ତି। 

ଏହାସହ ରାଜ୍ୟ ବଜେଟ୍‌ରେ ମତ୍ସ୍ୟ ଓ ପଶୁପାଳନ ପାଇଁ ୧୯୦୯ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ମତ୍ସ୍ୟ, ପଶୁପାଳନ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ଲକ୍ଷ୍ୟ ରହିଥିବା ମୁଖ୍ୟମନ୍ତ୍ରୀ ବଜେଟ୍‌ରେ କହିଛନ୍ତି। ଏହାସହ ଦୁଗ୍ଧ ଉତ୍ପାଦନ ବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରିଛନ୍ତି। ଏହି ଯୋଜନାରେ ଖର୍ଚ୍ଚ ହେବ ୧୪୬ କୋଟି ଟଙ୍କା ଏବଂ ଗୋମାତା ଯୋଜନା ପାଇଁ ୪୬ କୋଟି ରଖାଯାଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.