ପ୍ରମୂଖ ଖବର
  • ୨୦୨୬ ସୁଦ୍ଧା ମୂଳପୋଛ ହେବ ନକ୍ସଲବାଦ; ୧୦ ବର୍ଷରେ ୨୯ ଜିଲ୍ଲା ନକ୍ସଲମୁକ୍ତ, ଗୃହମନ୍ତ୍ରୀଙ୍କ ବଡ଼ ଘୋଷଣା
  • ||
  • ଦୋଳମୁଣ୍ଡାଇ ଛକରେ ଭୟଙ୍କର ଅଗ୍ନିକାଣ୍ଡ: ହୁ ହୁ ହୋଇ ଜଳିଲା ସୋ' ରୁମ୍‌, ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ
  • ||
  • ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଲାଲ ସଂଗଠନକୁ ବଡ଼ ଝଟକା, ୧୩ ସକ୍ରିୟ ମାଓବାଦୀଙ୍କୁ ବାନ୍ଧିଲା ପୋଲିସ
  • ||
  • ଓଡ଼ିଶା ପୁଲିସର ୯୦ ତମ ପ୍ରତିଷ୍ଠା ଦିବସ, ମୁଖ୍ୟ ଅତିଥି ଭାବେ ଯୋଗଦେବେ ପୁଲିସ୍‌ ମହାନିର୍ଦ୍ଦେଶକ
  • ||
  • ଆଇପିଏଲ୍ ୨୦୨୫: ଆଜି ପଞ୍ଜାବ କିଙ୍ଗ୍‌ସକୁ ଭେଟିବ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ପାର୍କ ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଖୋଜୁଛି ପୋଲିସ
  • ||
  • ପଶ୍ଚିମବଙ୍ଗରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ, ଚାଲିଗଲା ୭ ଜୀବନ, ମୃତକଙ୍କ ମଧ୍ୟ ୩ ମହିଳାଙ୍କ ସମେତ ୪ ଶିଶୁ
  • ||
  • କଟକରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ: ଆଜି ମଧୁବାବୁଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପର ଶୁଭ ପଡ଼ିବ
  • ||
  • ଏପ୍ରିଲ ୧ ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ପୂରିଲା ୮୯ ବର୍ଷ
  • ||
  • ଏପ୍ରିଲରେ ପ୍ରଚଣ୍ଡ ତାତି, ଜୁନ୍‌ ଯାଏ ଜାଳିବ ଖରା: ଏବେ କାଳବୈଶାଖୀ ଆଣିବ ଆଶ୍ୱସ୍ତି, ୮ରୁ ହୁ ହୁ ବଢ଼ିବ ତାତି
  • ||

ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ୩ ବର୍ଷରେ ବିନିଯୋଗ ହେବ ୭୫୫୦ କୋଟି ଟଙ୍କା

Published By : Prameya | March 30, 2025 8:35 AM

ଭୁବନେଶ୍ୱର ୩୦/୦୩: ଆଜି କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।  ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର କଳାହାଣ୍ଡି ଗସ୍ତରେ କରିବେ। ସେ ସକାଳ ୯ ଟାରେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ୧୦ ଟାରେ ଭବାନୀପାଟଣା ସ୍ଥିତ ଶ୍ରୀକ୍ରିଷ୍ଣା ନଗରରେ ଆୟୋଜିତ ହେବାକୁ ଥିବା ସଭାସ୍ଥଳରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି ।  ସେଠାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ଭିନ୍ନକ୍ଷମ, ବିଧବା, ରୋଗାକ୍ରାନ୍ତ, ଶହୀଦ ପରିବାର, ଘରପୋଡ଼ି, ହାତୀ ଉପଦ୍ରବ, ବନ୍ୟା ବାତ୍ୟା କ୍ଷତିଗ୍ରସ୍ତ ଯୋଗ୍ୟ ପରିବାକୁ ଅଗ୍ରାଧିକାର ଭିତ୍ତିରେ ଗୃହ ମଞ୍ଜୁର ହେବ। ୩ ବର୍ଷରେ ୭୫୫୦ କୋଟି ଟଙ୍କାର ବିନିଯୋଗ ହେବ।

ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ରାଜ୍ୟର ପ୍ରାୟ ୫୦ ହଜାର ହିତାଧିକାରୀଙ୍କୁ ଗୃହ କାର୍ଯ୍ୟାଦେଶ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି । ସେହିଭଳି ୬୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତ ସ୍ଥାପନ ଏବଂ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ କଳାହାଣ୍ଡି ଗ୍ରସ୍ତ ହୋଇଥିବାରୁ ବିଜେପି କର୍ମୀ ମହଲରେ ଉତ୍ସାହ ପରିଲକ୍ଷିତ ହେଉଛି । କାର୍ଯ୍ୟକ୍ରମରେ ୨୦ ହଜାର ଲୋକଙ୍କ ଜନସମାଗମ ହେବାର ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଭବାନୀପାଟଣା ସହର ସମେତ ସଭା ସ୍ଥଳରେ ୧୭ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.