ପ୍ରମୂଖ ଖବର
  • ବାଲେଶ୍ବର : OSSC ପରିଚାଳିତ ପରୀକ୍ଷାର ପ୍ରଶ୍ନପତ୍ର ସିଲ୍‌ ଖୋଲାଥିବା ଛାତ୍ରଛାତ୍ରୀଙ୍କ ଅଭିଯୋଗ, ଖଣ୍ଡନ କଲେ କର୍ତ୍ତୃପକ୍ଷ
  • ||
  • ଧର୍ମଗଡ଼ : କେନାଲ ପାଣି ଦାବିରେ ତାତିଲେ ଚାଷୀ, ଧର୍ମଗଡ ତମ୍ବାଛଡା ମୁଖ୍ୟ ରାସ୍ତା ଅବରୋଧ
  • ||
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ

ଭୁବନେଶ୍ୱର ୦୬/୧୦: ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୁରୁତ୍ବପୂର୍ଣ୍ଣି ବୈଠକରେ ଯୋଗ ଦେବେ। ସୋମବାର ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ଏହି ବୈଠକରେ ଅନୁଷ୍ଠିତ ହେବ। ତାହା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।  

ସୋମବାର ୮ଟି ନକ୍ସଲ ପ୍ରଭାବିତ ରାଜ୍ୟର  ମୁଖ୍ୟମନ୍ତ୍ରୀଙ୍କ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ । ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଏଥିରେ ଅଧ୍ୟକ୍ଷତା କରିବେ । ବୈଠକରେ  ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ  ଆଲୋଚନା ହେବ । ଛତିଶଗଡ ମୁଖ୍ୟମନ୍ତ୍ରୀ  ବିଷ୍ଣୁଦେଓ ସାଏ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ  ଏନ ଚନ୍ଦ୍ରବାବୁ ନାଇଡୁ, ବିହାର ମୁଖ୍ୟମନ୍ତ୍ରୀ  ନୀତୀଶ କୁମାର, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ  ହେମନ୍ତ ସୋରେନ, ତେଲଙ୍ଗାନା ମୁଖ୍ୟମନ୍ତ୍ରୀ  ରେୱନ୍ତ ରେଡ୍ଡୀ, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ  ଚରଣ ମାଝୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ  ସିନ୍ଦେ ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ  ଯାଦବ ଏହି ବୈଠକରେ ଯୋଗଦେବେ ।

ସେହିଭଳି ବୈଠକରେ ୫ କେନ୍ଦ୍ରମନ୍ତ୍ରୀ,  ଡେପୁଟି ଏନ୍‌ଏସ୍‌ଏ, କେନ୍ଦ୍ର, ରାଜ୍ୟ  ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ  ଅଧିକାରୀମାନେ ଉପସ୍ଥିତ ରହିବେ । ବୈଠକ  ପୂର୍ବରୁ ଆଜି ଶାହ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ  ସହ ମାଓ ମୁକାବିଲା ନେଇ ଆଲୋଚନା  କରିଛନ୍ତି । ଛତିଶଗଡରେ ସୁରକ୍ଷା ବାହିନୀ  ଗୁଳିରେ ୩୬ ଜଣ ମାଓବାଦୀ ନିହତ ହେବା  ଘଟଣାକୁ ନେଇ ଶାହ ଏହି ଅପରେସନରେ ସାମିଲ ରାଜ୍ୟ ପୁଲିସ ଓ କେନ୍ଦ୍ରୀୟ ବାହିନୀର  କାର୍ଯ୍ୟକୁ ପ୍ରଶଂସା କରିଛନ୍ତି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.