ପ୍ରମୂଖ ଖବର
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର,୨୭/୦୭: ଶନିବାର ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ନୀତି ଆୟୋଗ ସାଧାରଣ ପରିଷଦ ବୈଠକ । ଏହି ବୈଠକରେ ଯୋଗଦେବା ପାଇଁ ଶୁକ୍ରବାର ରାତିରେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏ ବୈଠକରେ  ମୁଖ୍ୟମନ୍ତ୍ରୀ ରାଜ୍ୟର ଦାବି ଓ ସମସ୍ୟା ସଂପର୍କରେ ଦୃଷ୍ଟି ଆକର୍ଷଣ କରିବେ ।ଦୀର୍ଘଦିନ ହେବ ଯେଉଁସବୁ ରାଜ୍ୟ ସ୍ୱାର୍ଥସମ୍ବଳିତ ପ୍ରସଙ୍ଗ କେନ୍ଦ୍ରର ବିଚାର ପାଇଁ  ରହିଛି ସେ ନେଇ ମୋହନ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିବେ । ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମଧ୍ୟ ନୀତି ଆୟୋଗ ବୈଠକରେ ଯୋଗଦେବେ । 

ବିଜେପିର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ମୋହନ ସାମିଲ ହେବା ସହ  ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ୨୯ରେ ଭୁବନେଶ୍ୱର ଫେରିବେ ବୋଲି ସୂଚନା ମିଳିଛି ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.