ପ୍ରମୂଖ ଖବର
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଶନିବାର ୧୬ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ, ଯୋଗଦେବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୦୫/୧୦: ରାଜ୍ୟର ବିଭିନ୍ନ ପ୍ରାଥମିକ ଓ  ଉଚ୍ଚପ୍ରାଥମିକ ସ୍କୁଲରେ ୧୬୦୦୯  ଜଣ କନିଷ୍ଠ ଶିକ୍ଷକ ନିଯୁକ୍ତ ହେବେ। ଶନିବାର କଳିଙ୍ଗ ଷ୍ଟାଡିୟମରେ  ନବ ନିଯୁକ୍ତି କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ଏଥିସହ  ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯିବ।  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନବନିଯୁକ୍ତ ଶିକ୍ଷକଙ୍କୁ ମାର୍ଗଦର୍ଶନ କରିବେ। କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ  କନକ ବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ  ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ,  ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ  ପ୍ରମୁଖ ଯୋଗ ଦେବେ । 

୧୬ ହଜାର ୯ଜଣ କନିଷ୍ଠ  ଶିକ୍ଷକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରେ  ୪୨୪ ଜଣ, ବାଲେଶ୍ୱର ଜିଲ୍ଲାରେ  ୬୦୦ଜଣ, ବରଗଡ଼ ଜିଲ୍ଲାରେ ୪୭୯ ଜଣ, ଭଦ୍ରକ ଜିଲ୍ଲାରେ ୨୬୦ ଜଣ,  ବଲାଙ୍ଗିର ଜିଲ୍ଲାରେ ୧୦୮୦ ଜଣ, ବୌଦ୍ଧ  ଜିଲ୍ଲାରେ ୬୫ଜଣ, କଟକ ଜିଲ୍ଲାରେ  ୮୯୩ ଜଣ, ଦେବଗଡ଼ ଜିଲ୍ଲାରେ ୨୧, ଢେଙ୍କାନାଳରେ ୫୮୩ ଜଣ,  ଗଜପତି ଜିଲ୍ଲାରେ ୧୩ଜଣ, ଗଞ୍ଜାମ  ଜିଲ୍ଲାରେ ୧୨୬୪, ଜଗତ୍‌ସିଂହପୁର ଜିଲ୍ଲାରେ ୮୮, ଯାଜପୁର ଜିଲ୍ଲାରେ  ୮୭୨, ଝାରସୁଗୁଡ଼ାରେ ୩୮, କଳାହାଣ୍ଡିରେ ୮୧୧,  କନ୍ଧମାଳରେ ୧୫୧, କେନ୍ଦ୍ରାପଡ଼ା ଜିଲ୍ଲାରେ ୧୦୩୮, କେନ୍ଦୁଝର ଜିଲ୍ଲାରେ ୧୩୨୯, ଖୋର୍ଦ୍ଧା ଜିଲ୍ଲାରେ ୭୫୩,  କୋରାପୁଟ ଜିଲ୍ଲାରେ ୯୨୨, ମାଲକାନଗିରି ଜିଲ୍ଲାରେ ୫୫, ମୟୂରଭଞ୍ଜ ଜିଲ୍ଲାରେ ୮୨୭, ନବରଙ୍ଗପୁର ଜିଲ୍ଲାରେ ୮୭୦,  ନୟାଗଡ଼ ଜିଲ୍ଲାରେ ୮୩, ନୂଆପଡ଼ାରେ ୨୧୧, ପୁରୀରେ  ୭୩୩, ରାୟଗଡ଼ାରେ ୫୧୧, ସମ୍ବଲପୁରରେ ୨୧୮,  ସୁବର୍ଣ୍ଣପୁରରେ ୧୫୭ ଓ ସୁନ୍ଦରଗଡ଼ ଜିଲ୍ଲାରେ ୧୬୦  ଜଣଙ୍କୁ ନିଯୁକ୍ତି ଦିଆଯିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.