ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ରାଜଘାଟରେ ମହାତ୍ମା ଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୯/୬: ତିନି ଦିନିଆ ଦିଲ୍ଲୀ ଗସ୍ତରେ ଥିବା  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିଲ୍ଲୀସ୍ଥିତ ରାଜଘାଟରେ ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ମୁଖ୍ୟମନ୍ତ୍ରୀ ରାଜଘାଟ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେମାନେ ରାଜଘାଟରେ ପହଞ୍ଚି ମହାତ୍ମା ଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ରାଜ୍ୟରେ ବିଜେପି ସରକାର ଗଠନ ହେବା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିଛନ୍ତି ।

ଏହାପରେ ଦିନ ୧୧ଟାରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ତାଙ୍କ ବାସଭବନରେ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନ ୧ଟାରେ ତ୍ୟାଗରାଜ ନଗରରେ ଥିବା ଜଗନ୍ନାଥ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ସଂଧ୍ୟାରେ ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଯୋଗ ଦେବେ।  ଗୁରୁବାର ଓ ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ ଓ ନତୀନ ଗଡକରୀଙ୍କ ପରି ବହୁ କେନ୍ଦ୍ରୀୟ ନେତାଙ୍କୁ ସାକ୍ଷାତ କରି ଆଲୋଚନା କରିଥିଲେ । ସେହିପରି କେନ୍ଦ୍ରମନ୍ତ୍ରୀମାନଙ୍କୁ ରଥଯାତ୍ରା ଅବସରରେ ଓଡ଼ିଶା ଆସିବାକୁ ନିମନ୍ତ୍ରଣ ମଧ୍ୟ କରିଛନ୍ତି । ଗୁରୁବାରଠାରୁ ଆରମ୍ଭ ହୋଇଥିବା ଏହି ଗସ୍ତ ଆଜି ଶେଷ ହେଉଛି ।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.