ପ୍ରମୂଖ ଖବର
  • ସମ୍ୱଲପୁର : ନାଗାବଳୀ ଏକ୍ସପ୍ରେସ୍‌ ଲାଇନଚ୍ୟୁତ, ଟ୍ରାକ୍‌ରୁ ଖସିପଡ଼ିଲା ଗୋଟିଏ ବଗି
  • ||
  • କନ୍ଧମାଳ : ଜଙ୍ଗଲରେ ଅବକାରୀ ବିଭାଗ ସ୍ୱାତନ୍ତ୍ର ସ୍କ୍ୱାର୍ଡର ଚଢାଉ, ୮୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||
  • କେନ୍ଦୁଝର : ଭାରସାମ୍ୟ ହରାଇ ଓଲଟିଲା ସ୍କୁଲ୍‌ ଭ୍ୟାନ୍‌, ୩ ଆହତ
  • ||
  • ପୁରୀ : ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ପିଟିପିଟି ହତ୍ୟା, ତଦନ୍ତ କରୁଛି ପୋଲିସ
  • ||
  • ବଲାଙ୍ଗୀର : ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ, କାରଣ ଅସ୍ପଷ୍ଟ
  • ||
  • ୩ ଦିନ ପରେ ସରଗରମ ହୋଇପାରେ ବିଧାନସଭା, ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ମୁହାଁମୁହିଁ ହେବେ ବିରୋଧୀ ଏବଂ ଶାସକ
  • ||
  • ଭୁବନେଶ୍ୱର : ଗାଡ଼ି ସାଇଡ୍ ମରାକୁ ନେଇ ଛାତ୍ର ଏବଂ ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ, ଉଭୟଙ୍କ ପକ୍ଷରୁ ଖଣ୍ଡଗିରି ଥାନାରେ ଏତଲା
  • ||
  • କଟକ : ଖବରକାଗଜ ବିତରକଙ୍କୁ ପିଟିଲା PCR, ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||

ଏପ୍ରିଲ ୧, ଉତ୍କଳ ଦିବସ; ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ପୂରିଲା ୮୯ ବର୍ଷ

Published By : Prameya | April 1, 2025 8:13 AM

ଭୁବନେଶ୍ୱର ୦୧/୦୪: ଓଡ଼ିଆଙ୍କ ପାଇଁ ଗର୍ବ-ଗୌରବର ଦିନ। ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ। ୮୯ ବର୍ଷରେ ପାଦ ଥାପିଛି ଓଡ଼ିଶା।  ୧୯୩୬  ମସିହା, ଏପ୍ରିଲ ୧ରେ ଓଡ଼ିଶା  ଏକ ସ୍ୱତନ୍ତ୍ର ରାଜ୍ୟ ଭାବେ ନବଗଠିତ ହୋଇଥିଲା । ଏହି  ସ୍ମୃତିରେ ପ୍ରତି ବର୍ଷ ଆଜିର ଦିନକୁ ଉତ୍କଳ ଦିବସ  ବା ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ନିମନ୍ତେ ମଧୁସୂଦନ ଦାସ, ଫକୀର  ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର  ମେହେର, ରାଧାନାଥ ରାୟ, ବାସୁଦେବ ସଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର  ଗଜପତିଙ୍କ ପ୍ରଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ୬ଟି ଜିଲ୍ଲା  କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ  ନେଇ ଓଡ଼ିଶା ଗଠନ କରାଯାଇଥିଲା । ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା ।  ପ୍ରତି ବର୍ଷ ଉତ୍କଳ ଦିବସ ପାଳନ ଅବସରରେ ସ୍ୱତନ୍ତ୍ର ପ୍ରଦେଶ  ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଏ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.