ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ଓଡିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ଆରମ୍ଭ, ୫ ଲୋକସଭା ୩୫ ବିଧାନସଭା ଆସନାରେ ମତଦାତା ଲେଖିବେ ପ୍ରାର୍ଥୀଙ୍କ ଭାଗ୍ୟ

ଭୁବନେଶ୍ୱର,୨୦/୦୫: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ । ସୁନ୍ଦରଗଡ଼, ବରଗଡ଼,  ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଲୋକସଭା ସହ ଏସବୁ କ୍ଷେତ୍ରରେ ଥିବା ୩୫ ବିଧାନସଭା ଆସନରେ ମତଦାତା ଲେଖିବେ ପ୍ରାର୍ଥୀଙ୍କ ଭାଗ୍ୟ । 

ଲୋକସଭା ପାଇଁ ୪୦ଜଣ ପ୍ରାର୍ଥୀ ଲଢୁଥିବା ବେଳେ ବିଧାନସଭା ପାଇଁ ୨୬୫ ଜଣ ପ୍ରାର୍ଥୀ । ବିଜେଡି ସୁପ୍ରିମୋ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢୁଥିବା କଣ୍ଟାବାଞ୍ଜି ଓ ହିଞ୍ଜିଳିରେ ବି  ପଡ଼ିବ ଭୋଟ । 

ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯  ହଜାର ୮୮୭ ମତଦାତା ମୋଟ ୯୧୬୨ କେନ୍ଦ୍ରରେ ଏହି ନେତାମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ୨୦% କେନ୍ଦ୍ର ସମ୍ବେଦନଶୀଳ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ  ଅଧିକାରୀ ନିକୁଞ୍ଜ ଧଳ । ସମ୍ବେଦନଶୀଳ ବୁଥଗୁଡ଼ିକରେ ସକାଳ ୭ରୁ ମତଦାନ ଆରମ୍ଭ ହୋଇ ୪ଟାରେ ସରିବ ।  ଅନ୍ୟ ସମସ୍ତ ବୁଥ୍‌ରେ ୬ଟାରେ ମତଦାନ ସରିବାକୁ ଥିବା ବେଳେ କିଛି ବୁଥରେ ୫ଟାରେ ଶେଷ ହେବ । 

ନବୀନଙ୍କ ବ୍ୟତୀତ ମନ୍ତ୍ରୀ ପ୍ରଦୀପ ଅମାତ,  ବିକ୍ରମ ଆରୁଖ, ନିରଞ୍ଜନ ପୂଜାରୀ, ସାରଦା ନାୟକ,  ଟୁକୁନି ସାହୁଙ୍କ ଭାଗ୍ୟ ପରୀକ୍ଷା ହେବ । ସୁନ୍ଦରଗଡ଼  ଲୋକସଭାରେ ବିଜେପିର ଜୁଏଲ୍‌ ଓରାମ୍‌ ଓ ହକି ତାରକା  ଦିଲ୍ଲୀପ ତିର୍କୀଙ୍କ ମଧ୍ୟରେ ହାଇ ଭୋଲ୍‌ଟେଜ୍‌ ଲଢ଼େଇ । ବିଜେପିର ସଂଗୀତା ସିଂହଦେଓ, ଦିଲ୍ଲୀପ  ରାୟ, ପ୍ରଦୀପ ପୁରୋହିତ, ସୁରେଶ ପୂଜାରୀ,  କନକବର୍ଦ୍ଧନ ସିଂହଦେଓ(କେଭି), କୁସୁମ ଟେଟେ  ପ୍ରମୁଖ ହେଭିୱେଟ୍‌ ନେତା ଥିବା ବେଳେ କଂଗ୍ରେସର  ସନ୍ତୋଷ ସିଂ ସାଲୁଜା, ରମେଶ ଜେନା, ସି ଏସ୍‌ ରାଜନ  ଏକ୍କା, ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ  ଝିଅ ଅମିତା ଓ ନରସିଂହ ମିଶ୍ରଙ୍କ ପୁଅ ସମରେନ୍ଦ୍ର ମଇଦାନରେ ଅଛନ୍ତି ।  

୩୫ ବିଧାନସଭା ଆସନ ମଧ୍ୟରେ  ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଞ୍ଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି, ହିଞ୍ଜିଳି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.