ପ୍ରମୂଖ ଖବର
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ସ୍କୁଲ ପିଲାଙ୍କୁ ମିଳିବ ଯାତାୟାତ ଖର୍ଚ୍ଚ, ଉପକୃତ ହେବେ ୩୫ ହଜାର ଯୋଗ୍ୟ ଶିକ୍ଷାର୍ଥୀ

ଭୁବନେଶ୍ବର,୬/୭:ସ୍କୁଲ ଯିବା ଆସିବାର ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ବିଦ୍ୟାଳୟରେ ଉପସ୍ଥାନ ବଢାଇବା ପାଇଁ ଆରମ୍ଭ ହେଲା ପ୍ରୟାସ । ଅଧାରୁ ପାଠ ଛାଡୁଥିବା ପିଲାମାନଙ୍କୁ କିଭଳି ଭାବରେ ସ୍କୁଲ ପ୍ରତି ଆଗ୍ରହ ବଢିବ, ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଭିନ୍ନ ସମୟରେ ଯୋଜନା କରାଯାଉଛି । ରାଜ୍ୟରେ ଥିବା ବିଭିନ୍ନ ଜିଲ୍ଲାରେ ସରକାରୀ ବିଦ୍ୟାଳୟ ଜନବସତିଠାରୁ ଅଧିକ ଦୂର ଥିବାରୁ ଛାତ୍ରଛାତ୍ରୀମାନେ ଅଧାରୁ ପାଠପଢା ଛାଡ଼ି ଦେଇଥାନ୍ତି । ଏହି ସମସ୍ୟାକୁ ଦୃଷ୍ଟିରେ ରଖି ଶିକ୍ଷା ବିଭାଗ ଆରମ୍ଭ କରିଛି ନୂଆ ପ୍ରୟାସ । ସବୁଦିନ ସ୍କୁଲ ଆସିବା, ଛାତ୍ରଛାତ୍ରୀଙ୍କ ଉପସ୍ଥାନ ବଢ଼ାଇବା ପାଇଁ ସ୍କୁଲ ଯାତାୟତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ୩୦ ଜିଲ୍ଲାର ୩୫ ହଜାର ୭୬ ଜଣ ଛାତ୍ରଛାତ୍ରୀ ପାଇବେ ଏହି ସୁବିଧା ।

ଏଣିକି ବିଦ୍ୟାଳୟରେ ପାଠ ପଢୁଥିବା ଛାତ୍ରଛାତ୍ରୀଙ୍କୁ ଯଦି ଏକ କିଲୋମିଟରରୁ ଅଧିକ ଯିବାକୁ ପଡ଼ୁଥିବ, ତେବେ ସେହି ଛାତ୍ରଛାତ୍ରୀ ଅର୍ଥରାଶି ପାଇବେ । ସେହିପରି ଭାବରେ ଉଚ୍ଚ ପ୍ରାଥମିକ ପାଠ ପଢୁଥିବା ଛାତ୍ରଛାତ୍ରୀ ୩ କିଲୋମିଟର ଓ ଉଚ୍ଚ ମାଧ୍ୟମିକ ସ୍କୁଲର ଛାତ୍ରଛାତ୍ରୀ ୫ କିଲୋମିଟରରୁ ଅଧିକ ଦୂରତାରେ ରହିଥିବା ସ୍କୁଲକୁ ଯାଉଥିଲେ ସରକାର ବହନ କରିବେ ଯାତାୟତ ଖର୍ଚ୍ଚ । ଏହି ବାବଦକୁ ବର୍ଷକୁ ଜଣେ ଛାତ୍ର ୬ ହଜାର ଟଙ୍କା ପାଇବେ । ବିଦ୍ୟାଳୟରେ ୭୫ ପ୍ରତିଶତରୁ ଅଧିକ ଉପସ୍ଥାନ ହେଲେ ଏହି ଅର୍ଥରାଶି ପାଇବାକୁ ଛାତ୍ରଛାତ୍ରୀ ଯୋଗ୍ୟ ହେବେ ବୋଲି OSEPA ପକ୍ଷରୁ କୁହାଯାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.