ପ୍ରମୂଖ ଖବର
  • ଏଚଏମପିଭିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାଲେ ରାଜ୍ୟ ସରକାର, ସବୁ ଜିଲ୍ଲାର ସ୍ଥିତିକୁ ନେଇ ହେବ ଆଲୋଚନା
  • ||
  • ଦେବଜିତ୍ ସାଇକିଆ ବିସିସିଆଇ ନୂଆ ସମ୍ପାଦକ, ଜୟ ଶାହଙ୍କ ଜାଗା ନେବେ
  • ||
  • ଫିରିଙ୍ଗିଆ : ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, କ୍ଷତି ପୂରଣ ପାଇଁ ଉତ୍ୟକ୍ତ ଗ୍ରାମବାସୀଙ୍କ ରାସ୍ତାରୋକ
  • ||
  • କଟକରେ ରୋଡ୍‌ ରନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ, ସମସ୍ତଙ୍କୁ ଫିଟ୍‌ ରହିବାକୁ ଅତିଥିଗଣଙ୍କ ଆହ୍ୱାନ
  • ||
  • ମାଲକାନଗିରି-ଛତିଶଗଡ଼ ସିମାନ୍ତ ବିଜାପୁର ଜିଲ୍ଲାରେ ଏନକାଣ୍ଟର,୩ ମାଓବାଦୀ ନିହତ
  • ||
  • ଖୋର୍ଦ୍ଧା : ଗୋରୁ ଗାଡି ଜବତ ବେଳେ ମିଳିଲା ଗଞ୍ଜେଇ ଭର୍ତ୍ତି କାର୍‌, ଡ୍ରାଇଭର ସହ ସହଯୋଗୀ ଫେରାର
  • ||
  • ଭୁବନେଶ୍ୱର : ଲୋକଙ୍କ ଉତ୍ସାହ ଏବଂ ଭିଡ଼କୁ ଦେଖି ନିଷ୍ପତ୍ତି, ବର୍ଷକୁ ୧୨ ଥର ହେବ ପଥ ଉତ୍ସବ
  • ||
  • ରାଜଧାନୀରୁ ହାଇପ୍ରୋଫାଇଲ ଠକେଇ ମାମଲା: କଳା ସାମ୍ରାଜ୍ୟର ଗୁମର ଖୋଲିବ ଇଡି
  • ||
  • ପାଳଗଦାରେ ଦୁଇ ନାବାଳକ ଜଳିଯିବା ଘଟଣା: ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ରୁଷ ଉପରେ ପୁଣି କଟକଣା ଲଗାଇଲା ଆମେରିକା, ୩% ବଢ଼ିଲା ଅଶୋଧିତ ତୈଳ ଦର.ପ୍ରଭାବିତ ଭାରତ, ଚୀନ
  • ||
  • ସ୍ପେଶ ଡ଼କିଂ ମିଶନରେ ମିଳିବ ବଡ଼ ସଫଳତା, ୧୫ ମିଟର ଦୂରରେ ୨ ସାଟେଲାଇଟ୍
  • ||
  • ବିଏମ୍‌ସିର ଦ୍ୱିତୀୟ ପଥ ଉତ୍ସବ: ଦୁଲୁକୁଛି ଜାଗମରା ନ୍ୟୁ ରୋଡ୍, ନାଚ, ଗୀତରେ ଝୁମିଲେ ସହରବାସୀ
  • ||
  • କୁମ୍ଭମେଳାକୁ ଗଡିବ ହାଇ-ଏଣ୍ଡ ପ୍ରିମିୟମ ବସ୍‌, ରବିବାର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଶୀତରେ ଲାଗି ସାମୟିକ ବିରତି: ଆଜିଠୁ କମିବ ଥଣ୍ଡା, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ପ୍ରାଚୀନ କାଳରୁ ଓଡ଼ିଶା ଜଗତୀକରଣର କେନ୍ଦ୍ରବିନ୍ଦୁ ପାଲଟିଛି : ଧର୍ମେନ୍ଦ୍ର ପ୍ରଧାନ

Published By : Prameya | January 10, 2025 8:14 PM

ଭୁବନେଶ୍ୱର, ୧୦/୧ : ପ୍ରାଚୀନ କାଳରୁ ଓଡ଼ିଶା ଜଗତୀକରଣର କେନ୍ଦ୍ରବିନ୍ଦୁ ପାଲଟିଛି ବୋଲି ଶୁକ୍ରବାର ପ୍ରବାସୀ ଭାରତୀୟ ସମ୍ମେଳନର ଉଦଯାପନୀ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।     ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପସ୍ଥିତିରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ହଜାର ହଜାର ବର୍ଷ ଧରି ଓଡ଼ିଶାରୁ ପ୍ରବାସୀ ଓଡ଼ିଆମାନେ ଶ୍ରୀଲଙ୍କା ଓ ଦକ୍ଷିଣ-ପୂର୍ବ ଏସିଆରେ ବାଣିଜ୍ୟ ବ୍ୟବସାୟ କରିଥିଲେ । କାର୍ତ୍ତିକ ମାସରେ ଓଡ଼ିଆମାନେ ବେପାର ବାଣିଜ୍ୟ ପାଇଁ ବିଦେଶ ଯାଇଥାନ୍ତି ସେଥିପାଇଁ ତ ଆମେ ପ୍ରବାସୀ ଭାରତୀୟ । ଓଡ଼ିଶାର ସଭ୍ୟତା, ସଂସ୍କୃତି ଓ ପରମ୍ପରା ଏବେ ବି ବିଶ୍ୱରେ, ବିଶେଷ କରି ସାଉଥ୍ – ଇଷ୍ଟ ଏସିଆରେ ଦେଖାଯାଉଛି । ଅପରପକ୍ଷରେ ପ୍ରଧାନମନ୍ତ୍ରୀ ମୋଦୀ ପୂର୍ବୋଦୟ ପାଇଁ ଆହ୍ୱାନ ଦେଇଛନ୍ତି । ଭାରତ ସରକାରଙ୍କ 'ଲୁକ୍ ଇଷ୍ଟ- ଆକ୍ଟ ଇଷ୍ଟ' ନୀତିରେ ଓଡ଼ିଶା କେନ୍ଦ୍ରବିନ୍ଦୁ ହୋଇଛି । ଓଡ଼ିଶାରେ ସ୍ୱାଭିମାନ ଓ ଗଣତନ୍ତ୍ରର ମୂଳ ଗଭୀରତା ରହିଛି । ଏହା ହେଉଛି ବୁଦ୍ଧଙ୍କ ଭୂମି, ଶାନ୍ତିର ଭୂମି । ସମଗ୍ର ବିଶ୍ୱରେ ବୌଦ୍ଧ ଧର୍ମର ମାର୍ଗ ଓଡ଼ିଶା ଜରିଆରେ ହିଁ ଉଭା ହୋଇଛି । ଯେତେବେଳେ ଓଡିଶାରେ କେହି ରାଜା ନଥିଲେ, ସେହି ସମୟରେ ଆମ ଓଡିଶାରେ ଗଣତନ୍ତ୍ର ଥିଲା । ଆମର ସମୂହ ତ୍ୟାଗ ବା ବଳିଦାନ ଅଶୋକଙ୍କୁ ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ କରିବା ପାଇଁ ବାଧ୍ୟ କରିଥିଲା । ଏହି ଭୂମି ପୂର୍ବୋଦୟର ଉତ୍ପତ୍ତିସ୍ଥଳୀ ହେବ ।

ଶ୍ରୀ ପ୍ରଧାନ କହିଛନ୍ତି, ଆଜି ଆମ ସମ୍ମୁଖରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ରହିଛି । ୨୦୩୬ରେ ଓଡ଼ିଶା ଭାଷାଭିତ୍ତିକ ରାଜ୍ୟ ଭାବରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବ । ୨୦୪୭ରେ ଭାରତ ସ୍ୱାଧୀନତା ପ୍ରାପ୍ତିର ଶତବାର୍ଷିକୀ ପାଳନ କରିବ । ଏହି ସମୟରେ ଆମକୁ ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବ । ଓଡ଼ିଶାର ବିକାଶ ହେଲେ ହିଁ ଭାରତର ବିକାଶ ହେବ । 

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଭୂମିକୁ ଆସିଥିବା ସମସ୍ତ ପ୍ରବାସୀଙ୍କୁ ଶ୍ରୀ ପ୍ରଧାନ ସ୍ୱାଗତ ଜଣାଇଛନ୍ତି । ରାଷ୍ଟ୍ରପତିଙ୍କ ଠାରୁ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପାଇଥିବା ସମସ୍ତ ପ୍ରବାସୀ   ଭାରତୀୟଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି । ସେହିପରି ବିଶ୍ୱ ମାନଚିତ୍ରରେ ଓଡ଼ିଶାକୁ ଏକ ନୂଆ ପରିଚୟ ପ୍ରଦାନ କରିଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସରେ ମାର୍ଗଦର୍ଶନ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଜୟ ଜୟଶଙ୍କରଙ୍କୁ ଧନ୍ୟବାଦ ଦେଇଛନ୍ତି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.