ପୁରୀ ୨୫/୦୩: ଓଡିଶାରେ ହାଇକୋର୍ଟ ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ। ଶପଥ ଉତ୍ସବ ପୂର୍ବରୁ ଶ୍ରୀକ୍ଷେତ୍ର ଯାଇ ରତ୍ନସିଂହାନରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବିଶେଷ ପୂଜାର୍ଚ୍ଚନା କରିଛନ୍ତି। ଏଥିସହିତ ମାଆ ମହାଲକ୍ଷ୍ମୀଙ୍କ ମନ୍ଦିରରେ ଦର୍ଶନ କରିବା ସହ ଆଶିଷ କାମନା କରିଛନ୍ତି। ଏହି ସମୟରେ ପୁରୀ ଏସ୍ପି, ଜିଲ୍ଲାପାଳଙ୍କ ସମେତ ଶ୍ରୀମନ୍ଦିର ପ୍ରଶାସନ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିବା ବେଳେ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି।
ସୂଚନା ଅନୁଯାଇ, ଏପ୍ରିଲ ୨୧ ତାରିଖରେ ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ଓଡ଼ିଶାର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରିଥିଲେ ରାଷ୍ଟ୍ରପତି। ସେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହଙ୍କ କାର୍ଯ୍ୟଭାର ସମ୍ଭାଳିବେ। ବୁଧବାର ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ହରିଶ ଟଣ୍ଡନ।
ଉଲ୍ଲେଖଯୋଗ୍ୟ ଯେ, ୨୦୧୦ ମସିହା ଏପ୍ରିଲ ୧୩ ତାରିଖରୁ ହରିଶ ଟଣ୍ଡନ କୋଲକାତା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ସର୍ବଭାରତୀୟ ହାଇକୋର୍ଟ ବିଚାରପତିଙ୍କ ବରିଷ୍ଠତା ତାଲିକାରେ ଜଷ୍ଟିସ ହରିଶ ୭ମ ସ୍ଥାନରେ ଅଛନ୍ତି । ଏହା ସହ ସେ କୋଲକାତା ହାଇକୋର୍ଟର ସବୁଠୁ ବରିଷ୍ଠ ବିଚାରପତି । ପଦୋନ୍ନତି ପୂର୍ବରୁ ସେ କୋଲକାତା ହାଇକୋର୍ଟରେ ଦେୱାନୀ ମାମଲାର ବିଚାର କରୁଥିଲେ।