ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ମାଳଦ୍ୱୀପରେ ଫସି ରହିଛନ୍ତି ଓଡିଆ ଶ୍ରମିକ, ଉଦ୍ଧାର ପାଇଁ ଭିଡିଓ କରି ସରକାରଙ୍କୁ ଅନୁରୋଧ

Published By : Harapriya Sethi | December 23, 2024 12:55 PM

ଖଲ୍ଲିକୋଟ,୨୩/୧୨: ରୋଜଗାର ଆଶା ୬ ମାସ ତଳେ ମାଳଦ୍ୱୀପ ଯାଇଥିଲେ ୫୫ରୁ ଉର୍ଦ୍ଧ୍ୱ ଓଡିଆ ଶ୍ରମିକ । ଗୋଟିଏ ମାସ ପରେ ଠିକ୍ ସମୟରେ ଦରମା ଦେଉନି କମ୍ପାନୀ । ସେଠାରୁ ଉଦ୍ଧାର ପାଇଁ ଏକ ଭିଡ଼ିଓ ମାଧ୍ୟମରେ ସରକାରଙ୍କୁ ଅନୁରୋଧ କରିଛନ୍ତି ଶ୍ରମିକ ଦଳ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ମାଳଦ୍ୱୀପରେ ଚାଲିଥିବା ଏୟାରପୋର୍ଟ କାମ ପାଇଁ ୬ ମାସ ତଳେ ଖଲ୍ଲିକୋଟର ୧୫ ଜଣ ଯୁବକଙ୍କ ସମେତ ଓଡ଼ିଶାର ୪୦ ଜଣ ଯୁବକ ମାଳଦ୍ୱୀପ ଯାଇଥିଲେ । ସେଠାରେ ଗୋଟିଏ ମାସ କାମ କରିବା ପରେ ତାର ପରବର୍ତ୍ତୀ ମାସ ଠାରୁ ଠିକ୍‌ ଭାବରେ ଦରମା ଦେଉନି କମ୍ପାନୀ । ଶ୍ରମିକମାନଙ୍କୁ ଖାଇବା ଏବଂ ରହିବା ସୁବିଧା କମ୍ପାନୀ ଯୋଗାଇ ଦେବ ବୋଲି କୁହାଯାଇଥିବା ବେଳେ ବର୍ତ୍ତମାନ ଖାଇବା ପାଇଁ ଟଙ୍କା ମାଗୁଛି କମ୍ପାନୀ । ଏପରିକି ରହୁଥିବା ରୁମ୍‌ର ବିଦ୍ୟୁତ ବିଚ୍ଛିନ୍ନ କରି ଦେଉଛନ୍ତି କମ୍ପାନୀ କତୃପକ୍ଷ । ଏଭଳି ସ୍ଥିତିରେ ସେଠାରେ ଫସି ରହିଛନ୍ତି ସମସ୍ତ ଓଡ଼ିଆ ଶ୍ରମିକ । ତେଣୁ ଏକ ଭିଡିଓ ମାଧ୍ୟମରେ ସେମାନଙ୍କୁ ଉଦ୍ଧାର କରିବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି ଶ୍ରମିକ ଦଳ । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.