ପ୍ରମୂଖ ଖବର
  • କ୍ରିକେଟର ସବୁ ଫର୍ମାଟକୁ ବାଏ ବାଏ କହିଲେ ପିୟୂଷ ଚାୱଲା
  • ||
  • ଭୁବନେଶ୍ୱର ରେଳ ଭବନ ଠାରେ ଆୟୋଜିତ ନିଯୁକ୍ତି ମେଳାରେ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଅଗଷ୍ଟ ୩ରେ NEET PG, ନୂଆ ତାରିଖ ନେଇ NBEକୁ ସମୟ ଦେଲେ ସୁପ୍ରିମକୋର୍ଟ
  • ||
  • ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ସବୁ ଋତୁରେ ସହଜ ହେବ ଜମ୍ମୁରୁ ଶ୍ରୀନଗର ଯାତ୍ରା
  • ||
  • RBIର ବଡ଼ ଉପହାର; ଶସ୍ତା ହେବ ଘର-ଗାଡି EMI ,୦.୫୦% କମିଲା ରେପୋ ରେଟ୍
  • ||
  • ବ୍ରହ୍ମପୁର: ବଡ଼ବଜାରର ଥାନା ହରିଡ଼ାଖଣ୍ଡି ପୋଖରୀରୁ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଅନୁଗୁଳ: ଜନ୍ତୁ ଶିକାର ବେଳେ ମାଡି ବସିଲା ବନ ବିଭାଗ, ଜଣେ ଗିରଫ, ୩ କିଲୋ ଜିଆଇ ତାର ଜବତ
  • ||
  • ବାରଙ୍ଗ ଷଣ୍ଢପୁର ନିକଟରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ରାସ୍ତାରେ ଏକ ଟ୍ରକ୍ ସହ ଧକ୍କା
  • ||
  • ବେଙ୍ଗାଲୁରୁ ଦଳାଚକଟା ଘଟଣାରେ ବଡ଼ ଆକ୍ସନ, ଏୟାରପୋର୍ଟରୁ RCB ମାର୍କେଟିଂ ହେଡ୍ ଗିରଫ
  • ||
  • ଅଦିନିଆ ବର୍ଷା କ୍ଷୟକ୍ଷତି ଦାବିରେ ରାସ୍ତା ଅବରୋଧ, କୃଷକ ସଂଗଠନର ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ୯ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲରେ କରିବାକୁ ପଡ଼ିବ ପଞ୍ଜୀକରଣ
  • ||
  • ଇଂଲଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆ, ଶୁଭମନଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଟିମ୍, ବୁମରା ଖେଳିବେ ୩ଟି ଟେଷ୍ଟ
  • ||
  • ବଡ଼ଦେଉଳରେ ରୁକ୍ମିଣୀ ହରଣ ଏକାଦଶୀ ନୀତି, ଅପରାହ୍ଣ ୧ଟାରୁ ସନ୍ଧ୍ୟା ୬ଟା ଦର୍ଶନ କଟକଣା
  • ||
  • ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବଢିଲା ଟ୍ରମ୍ପ-ମସ୍କ କଳି ; ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ଚାହାନ୍ତି ମସ୍କ, କହିଲେ ଜେଡି ଭାନ୍ସଙ୍କୁ ମିଳୁ ରାଷ୍ଟ୍ରପତି ପଦ
  • ||
  • ଜୁନ୍‌ ୧୨ ଆଗରୁ ଫେରିବନି ମୌସୁମୀ : ଆଗକୁ ଆହୁରି ସିଝାଇବ, ଛଟପଟ କରିବ ତାତି, ଲଘୁଚାପ ହିଁଁ ଭରସା
  • ||

ମହିଳାଙ୍କ ଖାତାକୁ ଗଲା ଟଙ୍କା, କୋଟିଏ ଛୁଇଁଲା 'ସୁଭଦ୍ରା' ହିତାଧିକାରୀଙ୍କ ସଂଖ୍ୟା; ମାର୍ଚ୍ଚ ୮ରେ ଦ୍ବିତୀୟ କିସ୍ତି

Published By : Prameya | March 6, 2025 1:40 PM

ଭୁବନେଶ୍ୱର ୦୬/୦୩:  ମହିଳାଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା । ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଡିବିଟି ମାଧ୍ୟମରେ ପଠାଗଲା। ବ୍ୟାଙ୍କ୍ ଖାତାକୁ ସିଧାସଳଖ ୫ ହଜାର ଟଙ୍କା ପଠାଗଲା। ଆଉ ୨ ଲକ୍ଷ ୩୦ ହଜାରରୁ ଅଧିକ ନୂଆ ହିତାଧିକାରୀ ପ୍ରଦାନ କରାଗଲା ଅର୍ଥରାଶି । ମହିଳା ଓ ଶିଶୁ ବିକାଶ ସମ୍ମିଳନୀ କକ୍ଷରୁ ଆବାସୀ ମାଧ୍ୟମରେ ଟଙ୍କା ବାଣ୍ଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। 

ସେପଟେ ଆଉ ଦିନକ ପରେ ଅର୍ଥାତ୍ ମାର୍ଚ୍ଚ ୮ ତାରିଖରେ ଆନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାରେ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ।ଗୋଟିଏ ଦିନରେ ୫ ହଜାର କୋଟି ପ୍ରଦାନ କରିବେ ସରକାର । ବ୍ରହ୍ମପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୨ୟ କିସ୍ତି ଟଙ୍କା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।  ଅନ୍ୟପଟେ ମାର୍ଚ୍ଚ ୩୧ ତାରିଖ ଯାଏଁ ‘ସୁଭଦ୍ରା’ ଆବେଦନ ପ୍ରକ୍ରିୟା ଚାଲିବ । ଜଣେ ବି ମହିଳା ଯେପରି ଏହି ଯୋଜନାରୁ ବାଦ୍‌ ନପଡ଼ିବେ, ସେନେଇ ଘରେ ଘରେ ଯୋଗ୍ୟ ହିତାଧିକାରୀ ଖୋଜିବେ ରାଜ୍ୟ ସରକାର । ଡୋର୍‌ ଟୁ ଡୋର୍‌ ସର୍ଭେ କରାଯିବ। କ୍ଷେତ୍ର ଯାଞ୍ଚ ପରେ ଯାହା ରହିଯିବ ରକ୍ଷା ବନ୍ଧନରେ ସମସ୍ତଙ୍କୁ ତିନିଟି କିସ୍ତି ମିଳିବ । 

ମହିଳାଙ୍କୁ ସଶକ୍ତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼  ଘୋଷଣା କରିଛନ୍ତି।। ସଶକ୍ତ ଓଡ଼ିଶା ଗଠନ ପାଇଁ ବହୁ ଲକ୍ଷପତି ଦିଦି ସୃଷ୍ଟି କରାଯିବ । ପ୍ରତି ଗାଁରେ ୫ ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ ରଖାଯାଇଥିବା ସୂଚନା ଦେଇଛନ୍ତି।

ସେହିଭଳି ଅଙ୍ଗନବାଡି କର୍ମୀଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କରାଯାଇଛି। ସୁଭଦ୍ରା ଯୋଜନା ଘରେ ଘରେ ପହଞ୍ଚାଇଥିବାରୁ ମିଳିବ ପ୍ରୋତ୍ସାହନ ରାଶି। ପ୍ରତି ଅଙ୍ଗନବାଡି କର୍ମୀଙ୍କୁ ୧୫ ଶହ ଓ ସହାୟକଙ୍କୁ ୫ ଶହ ଟଙ୍କା ମିଳିବ। ସୁଭଦ୍ରା ଟଙ୍କା ରିଲିଜ୍‌ ଅବସରରେ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।

ଅନ୍ୟପଟେ ଶୁକ୍ରବାର ଅର୍ଥାତ ୭ ତାରିଖ ସନ୍ଧ୍ୟା ଦୀପ ଜାଳିବାକୁ ଅନୁରୋଧ କରିଛନ୍ତି ଉପମୁଖ୍ୟମନ୍ତ୍ରୀ। ଦେବୀ ସୁଭଦ୍ରାଙ୍କ ଠାରୁ ଶକ୍ତି ପାଇବା ପାଇଁ ଜାଳିବାକୁ ଆହ୍ବାନ କରିଛନ୍ତି। ଯାହା ଘରେ ଯେତେ ସୁଭଦ୍ରା ହତାଧିକାରୀ ରହିଛନ୍ତି ସେତିକି ଦୀପ ଜାଳନ୍ତୁ ବୋଲି କରହିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.