ପ୍ରମୂଖ ଖବର
  • ପୃଥ୍ବୀରାଜ ହରିଚନ୍ଦନଙ୍କୁ ଆଇନ୍‌, ପୂର୍ତ୍ତ ଓ ଅବକାରୀ ବିଭାଗ
  • ||
  • ଡ. ମୁକେଶ ମହାଲିଙ୍ଗଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ ବିଭାଗ
  • ||
  • ନିତ୍ୟାନନ୍ଦ ଗଣ୍ଡଙ୍କୁ ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ସଶକ୍ତିକରଣ
  • ||
  • ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
  • ||
  • ସୁରେଶ ପୂଜାରୀଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ
  • ||
  • ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ
  • ||
  • ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି
  • ||
  • ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ମୁଖ୍ୟମନ୍ତ୍ରୀଙ୍କ ପାଖରେ ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ
  • ||
  • ମାଲକାନଗିରି ସୀମାନ୍ତରେ ବଡ ଧରଣର ଅପରେସନ୍, ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୮ ମାଓବାଦୀ ନିହତ
  • ||
  • କଇଁଛ ଚୋରା ଚାଲାଣ ବେଳେ ଚାରି ଜଣକୁ ଧରିଲା ଝରିଗାଁ ବନ ବିଭାଗ।
  • ||
  • ଚିଲିକାରେ ପୁଣି ଫସିଲା ଡଙ୍ଗା, ୧୦ ବାଇକ୍ ସହ ୨୦ରୁ ଅଧିକ ଯାତ୍ରୀ ଥିବା ସୂଚନା
  • ||
  • ରାମମନ୍ଦିରକୁ ବୋମାରେ ଉଡ଼ାଇଦେବାକୁ ଜୈସ୍‌-ଇ-ମହମ୍ମଦ ଧମକ, ଅଯୋଧ୍ୟାରେ ହାଇଆଲର୍ଟ
  • ||
  • କୁଏତରୁ ଓଡ଼ିଶା ଫେରିଲା ୨ଯୁବକଙ୍କ ମୃତଦେହ, ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ଖୋର୍ଦ୍ଧା: ଭାରସାମ୍ୟ ହରାଇ ଓଲଟିଲା ବସ୍, ୪ ଆହତ
  • ||
  • ନିଧି ଫାଇନାନ୍ସ ଠକେଇ ମାମଲା: ତୁଷାର ଭଞ୍ଜଙ୍କ ସରିଲା ରିମାଣ୍ଡ, ଇଓଡବ୍ଲ୍ୟୁ ନିରାଶ
  • ||
  • ରଜ ସଂକ୍ରାନ୍ତିରେ ଘରେ ଘରେ ମଉଜ: ପିଠା ପଣାରେ ମହକୁଛି ଗାଁଠୁ ସହର, ସବୁଠି ଉତ୍ସବ ମୁଖର
  • ||
  • ଓଡ଼ିଶାରେ ଆଗେଇବ ମୌସୁମୀ: ୧୭ରୁ ପ୍ରବଳ ବର୍ଷା ଆଶଙ୍କା, ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌

ଭୁବନେଶ୍ୱର,୨୩/୦୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଗୁରୁବାର ସନ୍ଧ୍ୟାରେ ଶେଷ ହେବ । ତୃତୀୟ ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ୱର ଲୋକସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭାରେ ଭୋଟ୍‌ ହେବ ।  

ତୃତୀୟ ପର୍ଯ୍ୟାୟ ଲଢୁଥିବା ହେଭିୱେଟ୍‌  ପ୍ରାର୍ଥୀ ତାଲିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,  ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ  ଦାସ (ବବି), ବିରୋଧୀ ଦଳ ନେତା ଜୟନାରାୟଣ  ମିଶ୍ର, ପୂର୍ବତନ ପିସିସି ସଭାପତି ଜୟଦେବ  ଜେନା, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅଶୋକ  ପଣ୍ଡା, ବାସନ୍ତୀ ହେମ୍ବ୍ରମ, ପୂର୍ବତନ ମନ୍ତ୍ରୀ ପ୍ରସନ୍ନ  ଆଚାର୍ଯ୍ୟ, ଦେବୀ ମିଶ୍ର, ଅରୁଣ ସାହୁ, ସଞ୍ଜୟ  ଦାସବର୍ମା, ରୋହିତ ପୂଜାରୀ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ, କଟକ ସାଂସଦ ଭର୍ତ୍ତୃହରିତ  ମହତାବ, ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀର ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର, ସଂତୃପ୍ତ  ମିଶ୍ର ପ୍ରମୁଖ ଅଛନ୍ତି ।  ତେବେ ଲଢେଇ ହେଉଥିବା ଏହି  ଆସନଗୁଡିକ ମଧ୍ୟରୁ ୨୦୧୯ରେ ବିଜେପି ୨ଟି  ଓ ବିଜେଡି ୪ଟି ଲୋକସଭା ସିଟ୍‌ ଜିତିଥିଲା । ସମ୍ବଲପୁର ଓ ଭୁବନେଶ୍ୱର ଲୋକସଭା ଆସନ  ବିଜେପି ଦଖଲରେ ଥିବାବେଳେ କେନ୍ଦୁଝର,  ଢେଙ୍କାନାଳ, କଟକ ଓ ପୁରୀ ଆସନ ବିଜେଡି  ଦଖଲରେ ରହିଛି । ସେହିପରି ୪୨ଟି ବିଧାନସଭା ଆସନ ମଧ୍ୟରୁ ବିଜେଡି ୩୪ଟି, ବିଜେପି-୬, ଓ  କଂଗ୍ରେସ-୨ଟି ଆସନ ଅକ୍ତିଆର କରିଥିଲା।

  • PrameyaOdia
  • prameya
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.