ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ମିଳିଲା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଏସ୍‌ସିବିରେ ହେବ ୫ ଶହ ବେଡ୍‌ ଟ୍ରମା ସେଣ୍ଟର୍‌

Published By : Prameya | February 4, 2025 3:01 PM

କଟକ,୦୪/୦୨: ଏସ୍‌ସିବି  ମେଡ଼ିକାଲ୍‌ରେ ୫ଶହ ଶଯ୍ୟା ବିଶିଷ୍ଟ  ଟ୍ରମା ସେଣ୍ଟର୍‌ ନିର୍ମାଣ କରାଯିବ । ଏହି  ଅତ୍ୟାଧୁନିକ ତଥା ଉତ୍କୃଷ୍ଟ ଦୁର୍ଘଟଣା ଜନିତ ଚିକିତ୍ସା କେନ୍ଦ୍ର ନିର୍ମାଣ ପ୍ରସ୍ତାବକୁ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଅନୁମୋଦନ ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ ସୁରକ୍ଷା ଯୋଜନାରୁ  ଏହା ନିର୍ମାଣ କରାଯିବ । ଏଥିରେ କେନ୍ଦ୍ର  ସରକାରଙ୍କ ୬୦ ପ୍ରତିଶତ ଏବଂ ରାଜ୍ୟ  ସରକାର ୪୦ ପ୍ରତିଶତ ଅନୁଦାନରେ ଏହି  ବୃହତ୍ତ ପ୍ରକଳ୍ପ ନିର୍ମାଣ କରାଯିବ ବୋଲି  ସୂଚନା ମିଳିଛି ।




ଏହି ଟ୍ରମା ସେଣ୍ଟର ପ୍ରତିଷ୍ଠା  କରିବା ପାଇଁ ମୁଖ୍ୟମନ୍ତ୍ରୀ ଗତ ଜୁଲାଇ ୨  ତାରିଖରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି  ନଡ୍ଡାଙ୍କ ନିକଟକୁ ପତ୍ର ଲେଖିଥିଲେ । କେନ୍ଦ୍ର ସରକାର ଏହାକୁ ନୀତିଗତ ଅନୁମୋଦନ ଦେବାପରେ ଏବେ ଏହା  ରାଜ୍ୟ ସରକାରଙ୍କ ଅନୁମୋଦନ ମଧ୍ୟ ହାସଲ କରିଛି । ଏହାପରେ ଏହାର ବିସ୍ତୃତ ପ୍ରକଳ୍ପ  ରିପୋର୍ଟ ପ୍ରସ୍ତୁତ କରାଯିବ ଏବଂ ପ୍ରକଳ୍ପ  ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ ବୋଲି  ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । 

ସୂଚନାଯୋଗ୍ୟ, ଏସ୍‌ସିବିରେ ୫ଶହ  ବେଡ୍‌ ବିଶିଷ୍ଟ ଟ୍ରମା କେୟାର୍‌ ସେଣ୍ଟର  ନିର୍ମାଣ ହେବାପରେ ଏହା ପୂର୍ବ ଭାରତର  ସର୍ବ ବୃହତ୍ତ ଟ୍ରମା କେୟାର ସେଣ୍ଟର ହେବ  ବୋଲି ସୂଚନା ମିଳିଛି । ଏଠାରେ ଆହତ  ଓ ଗୁରୁତର ଦୁର୍ଘଟଣାଗ୍ରସ୍ତଙ୍କ ଚିକିତ୍ସା  ଲାଗି ସ୍ୱତନ୍ତ୍ର ପ୍ରକଳ୍ପ ନିର୍ମାଣ ହେବା ସହ  ବହୁ ଅତ୍ୟାଧୁନିକ ସରଞ୍ଜାମ ଓ ଚିକିତ୍ସା  ଉପକରଣ ଉପଲବଧ୍‌ ହେବ । ଏଥିରେ  ମର୍ଡୁଲାର ଓଟି ସହ ସ୍ୱତନ୍ତ୍ର ଆଇସିୟୁ  ଓ ଜରୁରୀକାଳୀନ ଚିକିତ୍ସା, ସ୍ୱତନ୍ତ୍ର  ୱାର୍ଡ, ଅନ୍ୟାନ୍ୟ ସୁବିଧା ସହ ଭିତ୍ତିଭୂମି  ବ୍ୟାପକ ହେବ ବୋଲି ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.