ଭୁବନେଶ୍ବର, ୨୨।୧୦ : ପଞ୍ଚମ ଜାତୀୟ ଜଳ ପୁରସ୍କାରରେ ଓଡିଶା ଶ୍ରେଷ୍ଠ ସ୍ଥାନ ଅଧିକାର କରିଛି। ଭାରତ ସରକାରଙ୍କ ଜଳ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଶ୍ରେଷ୍ଠ ରାଜ୍ୟ ବର୍ଗରେ ଓଡିଶାକୁ ପଞ୍ଚମ ଜାତୀୟ ଜଳ ପୁରସ୍କାର ପ୍ରଦାନ କରାଯାଇଛି। ଜଳ ସମ୍ପଦ ସଂରକ୍ଷଣ ଏବଂ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଛି।
ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟ ତରଫରୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି।