ପ୍ରମୂଖ ଖବର
  • ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ କିଛି ଘଣ୍ଟାର ଅପେକ୍ଷା..ରଥଖଳାରେ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାରରେ ଲାଗିବ ରଥତ୍ରୟ
  • ||
  • ଉମରକୋଟ: ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ, ବାପା ଗୁରୁତର
  • ||
  • ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ୨୪ରେ ଉପବାଚସ୍ପତି ନିର୍ବାଚନ,୨୫ରେ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଶନିବାର ଜିମ୍ବାୱେ-ଭାରତ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ଗିଲ୍‌ଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଯୁବ ବାହିନୀ
  • ||
  • ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ୪ ଦିନ ରହିବେ, ଗୁଣ୍ଡିଚା ଯାତ୍ରା ଦେଖିବେ, ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍‌ ଫୋର୍ସ ମୁତୟନ
  • ||
  • ରତ୍ନଭଣ୍ଡାର ଗଣତିମଣତି ନେଇ ନବଗଠିତ କମିଟିର ପ୍ରଥମ ବୈଠକ, ଖୋଲିବାର ତାରିଖ ଓ ମୋଡ଼ାଲିଟି ନିର୍ଦ୍ଧାରିତ ହେବ
  • ||
  • ୭ରେ ଲଘୁଚାପ: ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
  • ||

ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଗଠନ ହେବ କମିଶନ, ମାତୃଭାଷାରେ ହେବ ସରକାରୀ କାର୍ଯ୍ୟ

ଭୁବନେଶ୍ଵର, ୦୪/୦୭ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ କରିଛନ୍ତି। ଶପଥ ନେବା ପରେ ସେ ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନକୁ ପ୍ରବେଶ କରିଥିଲେ ଏବଂ ଓସ୍ବାସ ଜରିଆରେ ଫାଇଲ କାମ କରିଥିଲେ। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡାଙ୍କ ସହିତ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ପାଖରେ ଉପସ୍ଥାପିତ ସମସ୍ତ ନଥି ଓଡ଼ିଆରେ ହେବ। ଓଡିଶାର ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ। ଏହା ସହିତ ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ଵ ଦିଆଯିବ । 

ମୁଖ୍ୟମନ୍ତ୍ରୀ ଦେଇଥିବା ବିବୃତ୍ତିର ଗୁରୁତ୍ବପୂର୍ଣ୍ଣ ବିଷୟ ଗୁଡିକ ହେଲା - 

ତିନୋଟି ଏକାଡେମୀ ତଥା ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ। ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ। ଓଡ଼ିଆ ଅସ୍ମିତା ଉପରେ ଗୁଣାତ୍ମକ ଗବେଷଣାକୁ ପ୍ରୋତ୍ସାହିତ କରାଯିବ। ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ। ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ। ଭାଷା ପାଇଁ ଆଧୁନିକ, ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାର ଉପଯୋଗ ପାଇଁ ବ୍ୟବସ୍ଥା ହେବ। ଓଡ଼ିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ। ଭାଷା କମିଶନ ଗଠିତ ହେବ। ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ହେବ । ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବାକୁ ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ । ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ ।

ପ୍ରତ୍ୟେକ ଜିଲ୍ଲାରେ ସମନ୍ୱିତ ସଂସ୍କୃତି ଭବନ ନିର୍ମାଣ ସହ ଜିଲ୍ଲାର କଳା ସଂସ୍କୃତିକୁ ପ୍ରୋତ୍ସାହିତ କରାଯିବ। ଉଚ୍ଚ ବିଦ୍ୟାଳୟ ସ୍ତରରେ ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ପାଇଁ ବିଚାର କରାଯିବ। ବରୁଣେଇ ଠାରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ୱରାନ୍ୱିତ ହେବ। ରାଜ୍ୟର ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ୱ ଦେବାକୁ ସରକାର ସଂକଳ୍ପବଦ୍ଧ। ସବୁ କାର୍ଯ୍ୟ ଲୋକମାନଙ୍କ ସହଯୋଗ ସହଭାଗିତା ଓ ପରାମର୍ଶରେ ହେବ। ଓଡ଼ିଆ ଅସ୍ମିତା କ୍ଷେତ୍ରରେ ଆଉ କଣ କରାଯିବା ଦରକାର, ସେଥିପାଇଁ ମୁଁ ଲୋକମାନଙ୍କର ପ୍ରସ୍ତାବ ଆହ୍ୱାନ କରୁଛି।

ରାଜ୍ୟ ପରିଚାଳନା ରାଜ୍ୟ ଭାଷା ଓଡ଼ିଆରେ ହିଁ ହେବ। ଏଥି ନିମନ୍ତେ ପ୍ରଣୀତ ସରକାରୀ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ। ଦରକାର ପଡିଲେ ଏଥିରେ ଆବଶ୍ୟକ ସଂଶୋଧନ କରି ଆଇନକୁ ଆହୁରି ସଶକ୍ତ କରାଯିବ। ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ପାଇଁ ଉପଯୁକ୍ତ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ ନିମନ୍ତେ ବ୍ୟବସ୍ଥା କରାଯିବ।









  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.