ପ୍ରମୂଖ ଖବର
  • ପୁରୀ : ଏଥର ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୧୦ରେ ମିଳିବ ଆଡ଼ପ ଅବଢ଼ା
  • ||
  • ଭୁବନେଶ୍ଵର : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
  • ||
  • ଭୁବନେଶ୍ଵର : ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ
  • ||

ଅଂଶୁଘାତରେ ବୃଦ୍ଧଙ୍କ ମୃତ୍ୟୁ

ଖଣ୍ଡପଡ଼ା,୩୦|୪ : ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନର ତାପମାତ୍ରା ୪୨ ଡ଼ିଗ୍ରୀରୁ ଉର୍ଦ୍ଧ୍ବ ରହୁଛି। ପଦାକୁ ବାହାରିବା ଏକ ପ୍ରକାର ମୁସ୍କିଲ ହୋଇ ପଡ଼ିଲାଣି। ଏପରିସ୍ଥଳେ ଜରୁରୀ କାର୍ଯ୍ୟରେ ବାହାରକୁ ବାହାରିବା ସମୟରେ ବିଭିନ୍ନ ପ୍ରକାର ସତର୍କତା ଅବଲମ୍ବନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରାଯାଇଛି। ତେବେ ଖଣ୍ଡପଡ଼ା ଅଞ୍ଚଳରେ ପ୍ରଚଣ୍ଡ ରୌଦ୍ରତାପ ପ୍ରଭାବରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ମଇଁଶିବିନ୍ଧା ଗ୍ରାମର କାଶୀନାଥ ବେହେରା (୯୦) ।

ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ଢୋଲମରା ପଞ୍ଚାୟତ ଅଧୀନ ମଇଁଶିବିନ୍ଧା ଗ୍ରାମର କାଶୀନାଥ ବେହେରା (୯୦) କୌଣସି ବ୍ୟକ୍ତିଗତ କାର୍ଯ୍ୟ ପାଇଁ ଢୋଲମରା ଆସିଥିଲେ। ସେଠାରୁ କାମ ସାରି ମଇଁଶିବିନ୍ଧା ଗ୍ରାମକୁ ଫେରୁଥିବା ସମୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଯୋଗୁଁ ମଇଁଶିବିନ୍ଧା ଗ୍ରାମର ବ୍ରାହ୍ମଣୀଦେଇ ମନ୍ଦିର ନିକଟସ୍ଥ ଏକ ଆମ୍ବ ଗଛ ମୂଳେ ବିଶ୍ରାମ ନେଇଥିଲେ। ତେବେ ବିଶ୍ରାମ ନେଇଥିବା ସମୟରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ପରେ ଖବର ପାଇ ମୃତ କାଶୀନାଥଙ୍କ ପରିବାର ଲୋକେ ସେଠାରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.