ଭୁବନେଶ୍ୱର,୦୨/୦୩: ଶୌଚ ପାଇଁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା । ଦନ୍ତା ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତକ ହେଲେ କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ କୋରିଆପାଳ ଗ୍ରାମର ବିଦ୍ୟାଧର ଦେହୁରୀ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅଞ୍ଚଳରେ ଏଭଳି ଘଟଣା ଘଟିଛି ।
ସୂଚନା ମୁତାବକ, ବୃଦ୍ଧ ଜଣକ ଘର ପଛପାଖ ନାଳକୁ ଶୌଚ ହେବା ପାଇଁ ଯାଇଥିଲେ । ସେଠାରେ ହଠାତ ଏକ ଦନ୍ତା ହାବୁଡ଼ରେ ପଡ଼ିଯାଇଥିଲେ । ହାତୀଟି ବୃଦ୍ଧଙ୍କୁ ଦଳି ଚକଟି ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ବୃଦ୍ଧ ଜଣକ ପ୍ରାଣ ହରାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ବନବିଭାଗର ଅଧିକାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ବନ ବିଭାଗ ଆଧିକାରୀ ପହଞ୍ଚି ବୃଦ୍ଧଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ।