ପ୍ରମୂଖ ଖବର
  • ସୋର : ଶୋଇଥିବା ବେଳେ ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ଆଉ ୪ ଦିନ କଳବଲ କରିବ ଶୀତର ପ୍ରକୋପ, ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୧୨ରୁ ୧୩ ଡିଗ୍ରୀ ତଳକୁ ଖସିବ
  • ||
  • ସୁବର୍ଣ୍ଣପୁର ଜିଲ୍ଲାରେ ଶୀତ ଲହରୀ ଜାରି, ରାତିରେ ୧୦ ଡିଗ୍ରୀ ତଳକୁ ଖସୁଛି ପାରଦ
  • ||
  • କୋରାପୁଟରେ ୪ ଡିଗ୍ରୀ ତଳକୁ ଖସିଲା ପାରଦ, ଶୀତ ଲହରୀ ସାଙ୍ଗକୁ ତୁଷାରପାତ
  • ||

ଶୌଚ ହେବା ବେଳେ ଆକ୍ରମଣ କଲା ଦନ୍ତା, ଚାଲିଗଲା ବୃଦ୍ଧଙ୍କ ଜୀବନ

Published By : Harapriya Sethi | January 1, 2025 12:21 PM

ହିନ୍ଦୋଳ,୦୧/୦୧: ଶୌଚ ହେବା ବେଳେ ଦଳିଦେଲା ଦନ୍ତା । ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତ ବୃଦ୍ଧ ଜଣକ ବାଲିମି ଥାନା ବାର୍ଷିଙ୍ଗା ଗାଁର ନବକିଶୋର ମହାରଣା (୭୦) ବୋଲି ଜଣାପଡ଼ିଛି । ଢେଙ୍କାନାଳ ଜିଲ୍ଲା ବାଲିମି ଥାନା ଅନ୍ତର୍ଗତ ବାର୍ଷିଙ୍ଗା ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ନବକିଶୋର ବୁଧବାର ସକାଳୁ ଶୌଚ ହେବା ପାଇଁ ବିଲକୁ ଯାଇଥିଲେ । ସେଠାରେ ଶୌଚ ହେବା ବେଳେ ହଠାତ ଏକ ହାତୀ ତାଙ୍କୁ ଆକ୍ରମଣ କରିଥିଲା । ହାତୀଟି ତାଙ୍କୁ ଦଳି ଚକଟି ଦେଇଥିଲା । ଫଳରେ ବୃଦ୍ଧ ଜଣକ ଘଟଣା ସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ବନ ବିଭାଗର କର୍ମଚାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ବନ ବିଭାଗର କର୍ମଚାରୀ ପହଞ୍ଚି ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ।  

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.