ପ୍ରମୂଖ ଖବର
  • ଗଜପତିଙ୍କ ଛେରାପହଁରା ନୀତି ଆରମ୍ଭ, ଆଉ କିଛି ସମୟ ପରେ ରଥ ଟଣା
  • ||
  • ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି, ଘଣ୍ଟଘଣ୍ଟା ହରିବୋଲ ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜୁନ୍‌ ୩୦ ରେ ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
  • ||
  • କେନ୍ଦୁଝର : ଟ୍ରାକ୍ଟର ତଳେ ଚାପି ହୋଇ ଚାଳକ ମୃତ, ପରିଚୟ ଅସ୍ପଷ୍ଟ
  • ||
  • ଭଦ୍ରକ : ବ୍ରିଜ୍ ଉପରୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍
  • ||
  • ନବରଙ୍ଗପୁର : ଝରିଗାଁ କାର୍‌ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୨ ଯାଏ ବର୍ଷିବ, ଉତ୍ତରରେ ବେଶି, ରଥଯାତ୍ରାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ଜଙ୍ଗଲକୁ ଛତୁ ଆଣିବାକୁ ଯାଇଥିବା ବେଳେ ଆକ୍ରମଣ କଲେ ୩ ଭାଲୁ, ବୃଦ୍ଧ ମୃତ

Published By : Rasmita Pradhan | June 26, 2025 1:40 PM

ଘଟଗାଁ, ୨୬/୦୬ : ଜଙ୍ଗଲକୁ ଛତୁ ଆଣିବାକୁ ଯାଇଥିବା ବେଳେ ଆକ୍ରମଣ କଲେ ୩ ଭାଲୁ। ଚାଲିଗଲା ବୃଦ୍ଧଙ୍କ ଜୀବନ। କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅଧିନ କୋଲିପଶି ଗ୍ରାମକୁ ଲାଗିଥିବା ଅଟେଇ ସଂରକ୍ଷିତ ଜଙ୍ଗଲରେ ଏହି ଘଟଣା ଘଟିଛି। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ଗୁରୁବାର ଭୋର୍ ସମୟରେ ଘଟଗାଁ ଥାନା ଅଧୀନ କୋଲିପଶୀ ଗ୍ରାମର ଜଣେ ବୃଦ୍ଧ ଛତୁ ଆଣିବା ପାଇଁ ଅଟେଇ ସଂରକ୍ଷିତ ଜଙ୍ଗଲକୁ ଯାଇଥିଲେ। ଏହି ସମୟରେ ୩ଟି ଭାଲୁ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ବୃଦ୍ଧଙ୍କ ଚିତ୍କାର ଶୁଣି ଛତୁ ପାଇଁ ଜଙ୍ଗଲକୁ ଯାଇଥିବା ଆଉ କିଛି ବ୍ୟକ୍ତି ଘଟଣାସ୍ଥଳରେ ପହଞ୍ଚିଥିଲେ। ହେଲେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଘଟଗାଁ ବନ ବିଭାଗ ଏବଂ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ବନ ବିଭାଗ ତରଫରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଜଙ୍ଗଲକୁ ଏକୁଟିଆ ନଯିବାକୁ ଏବଂ ରାତି ସମୟରେ ନଯିବାକୁ ସଚେତନ କରାଯାଉଥିଲେ ବି ଗ୍ରାମବାସୀ ସଚେତନ ହେଉ ନାହାଁନ୍ତି। ଯେଉଁଥିପାଇଁ ଏଭଳି ଅଘଟଣ ଘଟୁଛି ବୋଲି ଚର୍ଚ୍ଚା ହେଉଛି। ତେବେ ମୃତକଙ୍କ ପରିବାରକୁ ବନ ବିଭାଗ ତରଫରୁ ସହାୟତା ମିଳିବ ବୋଲି ବନ ବିଭାଗର ଅଧିକାରୀ କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.