ପ୍ରମୂଖ ଖବର
  • ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ମାଡ଼ି ଆସୁଛି ଦାନା
  • ||
  • ବାତ୍ୟା ଦାନା ପାଇଁ ୨ ଦିନ ବନ୍ଦ ରହିବ ହାଇକୋର୍ଟ
  • ||
  • କେନ୍ଦୁଝର : ପୋଖରୀରେ‌ ଗାଧୋଇବା ବେଳେ ଅଘଟଣ; ଗଭୀର ପାଣିରେ ବୁଡି ପୁଅ, ଝିଅ ସହ ମାଙ୍କ ମୃତ୍ୟୁ
  • ||
  • ନବରଙ୍ଗପୁର : ଗୁରୁସିଙ୍ଗା ଜଙ୍ଗଲରୁ ନିଖୋଜ ନାବାଳକର ଗଳିତ ମୃତଦେହ ଠାବ, କାରଣ ଅସ୍ପଷ୍ଟ
  • ||
  • ନୟାଗଡ : ବିପୁଳ ପରିମାଣର କଫ୍ ସିରଫ ଜବତ, ୩ ଅଟକ
  • ||
  • ବାତ୍ୟା ପାଇଁ ରାଜ୍ୟ ବିଜେପିର ସମସ୍ତ କାର୍ଯ୍ୟକ୍ରମ ବାତିଲ, ଜାରି ହେଲା ହେଲ୍ପ ଲାଇନ ନମ୍ୱର
  • ||
  • ବାତ୍ୟା ପାଇଁ ଟ୍ୱିଟ୍‌ କରି ଚିନ୍ତା ପ୍ରକାଶ କରିଲେ କେନ୍ଦ୍ରମନ୍ତ୍ରୀ, ବ୍ୟାପକ କ୍ଷୟକ୍ଷତି ନହେବାକୁ ମହାପ୍ରଭୁଙ୍କ ପାଖରେ କରିଲେ ପ୍ରାର୍ଥନା
  • ||
  • ମାଡ଼ି ଆସୁଛି ବାତ୍ୟା 'ଦାନା', ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିଛି କେନ୍ଦ୍ରାପଡା ଅଗ୍ନିଶମ ବିଭାଗ
  • ||
  • ବାସୁଦେବପୁର : ବାତ୍ୟା 'ଦାନା'କୁ ନେଇ ପ୍ରଶାସନର ପ୍ରସ୍ତୁତି, ବାସୁଦେବପୁରରେ ପହଞ୍ଚିଲା ୩ ଟି ଓଡ୍ରାଫ ଟିମ୍‌
  • ||
  • ଉମରକୋଟ : ବସ୍‌ ଚାଳକଙ୍କୁ ଛୁରାମାଡ଼, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ସୃଷ୍ଟି ହେଲା ବାତ୍ୟା 'ଦାନା', ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ କରୁଛି ଗତି
  • ||
  • ବାତ୍ୟା ପାଇଁ ୨ ଦିନ ବନ୍ଦ ରହିବ ସୂର୍ଯ୍ୟ ମନ୍ଦିର
  • ||
  • ଲମତାପୁଟ : ଆମ୍ବୁଲାନ୍ସରୁ ୧୭୦ କେଜି ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ବୁଲେଟ୍-ଅଟୋ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରେ ଚାଲିଗଲା ଜଣେ ଡାକ୍ତରଙ୍କ ଜୀବନ
  • ||
  • ଭୋଗରାଇ : ବାତ୍ୟା 'ଦାନା' ପାଇଁ ଦୀଘା ଖାଲି କରିବାକୁ ପ୍ରଶାସନର ନିର୍ଦ୍ଦେଶ, ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ହୋଟେଲରେ ହେବନି କୌଣସି ବୁକିଂ
  • ||

ଧାନ ବିଲ ଜଗିଥିବା ବେଳେ ଅଘଟଣ, ହାତୀ ଆକ୍ରମଣରେ ପ୍ରାଣ ହରାଇଲେ ବୃଦ୍ଧ

ବାଂଶପାଳ, ୨୧/୧୦: ବିଲରେ ଧାନ ଜଗିଥିବା ବେଳେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ କୁଶକଳା ଗ୍ରାମର ମହେଶ୍ୱର ମହାନ୍ତ (୬୮) ବୋଲି ଜଣାପଡିଛି । କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍ ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ କୁଶକଳା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି । 

ସୂଚନା ମୁତାବକ, ବିଗତ ଦିନରେ ବାଂଶପାଳ ବ୍ଲକ୍‌ର ଶକଳା, ଅଡାଳ, କଲଣ୍ଡା ଆଦି ଅଞ୍ଚଳରେ ୩୨ ଟିକିଆ ହାତୀପଲ ଘୁରି ବୁଲୁଛନ୍ତି । ଏହି କାରଣରୁ ଉକ୍ତ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ମଧ୍ୟ ଲାଗି ରହିଛି । ତେବେ ହାତୀପଲଙ୍କ କବଳରୁ ଧାନ ଫସଲକୁ ବଞ୍ଚାଇବା ପାଇଁ ଲୋକେ ରାତିରେ ଧାନ ବିଲରେ ମଞ୍ଚା ମାରି ଜଗୁଥିଲେ । ରବିବାର ବିଳମ୍ବିତ ରାତିରେ କୁଶକଳା ଗ୍ରାମର ମହେଶ୍ୱର ମହାନ୍ତ ଗାଁ ନିକଟସ୍ଥ ନିଜ ବିଲରେ ଧାନ ଜଗି ରହିଥିଲେ । ଏହି ସମୟରେ ହାତୀପଲରୁ ଏକୁଟିଆ ବୁଲୁଥିବା ମାଇ ହାତୀଟି ଧାନ ବିଲରେ ପଶି ଯାଇଥିଲା । ହାତୀଟି ଧାନ ଫସଲ ନଷ୍ଟ କରୁଥିବା ଦେଖି ବୃଦ୍ଧ ଜଣକ ମଞ୍ଚା ଉପରୁ ତଳକୁ ଓହ୍ଲାଇ ହାତୀକୁ ଘୋଉଡାଇବାକୁ ଚେଷ୍ଟା କରିଥିଲେ ।  ଏହି ସମୟରେ ହାତୀଟି ତାଙ୍କୁ ଦଳି ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଏହା ଦେଖି ଅନ୍ୟ ଚାଷୀମାନେ ବନବିଭାଗକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବନ ବିଭାଗର ଟିମ୍‌ ପହଞ୍ଚିଥିଲା । ସେଠାରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମେଡ଼ିକାଲକୁ ପଠାଇଛି । ଏହା ସହ ବନବିଭାଗ ହାତୀଙ୍କୁ ଘଉଡ଼ାଇବାକୁ ଉଦ୍ୟମ କରୁଛି । ତେବେ ନିୟମିତ ଭାବରେ ହାତୀପଲ ଧନଜୀବନ ନଷ୍ଟ କରୁଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଉଛି । ମୃତକଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.