ପ୍ରମୂଖ ଖବର
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ମହୁମାଛି ଆକ୍ରମଣରେ ଜଣେ ମୃତ, ୪ ଗୁରୁତର

କଳାହାଣ୍ଡି,୨୨/୦୯: ମହୁମାଛି ଆକ୍ରମଣରେ ଜଣେ ପ୍ରାଣ ହରାଇଥିବା ବେଳେ ଆଉ ୪ ଜଣ ଆହତ ହୋଇଛନ୍ତି ।  ମୃତକ ବୁର୍ଜା ମାଝୀ ବୋଲି ଜଣାପଡ଼ିଛି । କଳାହାଣ୍ଡି ଜିଲ୍ଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ବେତିଆପଡା ଗାଁର ୫ଜଣ ବ୍ୟକ୍ତି ଗତ ଶୁକ୍ରବାର ସନ୍ଧ୍ୟାରେ ଟିଟିଙ୍ଗ ଝରଣ ମହୁଲ ଗଛ ଭଟା ଜଙ୍ଗଲକୁ ଜାଳେଣି କାଠ କାଟିବାକୁ ଯାଇଥିଲେ । ଏହି ସମୟରେ ହଠାତ୍ ଏକ ମହୁମାଛି ଦଳ ସେମାନଙ୍କୁ ଆକ୍ରମଣ କରିଥିଲେ ।  ମହୁମାଛି ଦଳ ଆକ୍ରମଣ କରିବାରୁ ୫ ଜଣ ଗୁରୁତର ଆହତ ହୋଇଥିଲେ । ସେଠାରୁ ପ୍ରାଣ ବିକଳରେ ଘରକୁ ଦୌଡି ଆସିଥିଲେ । ସମସ୍ତଙ୍କ ଅବସ୍ଥା ଗୁରୁତର ହୋଇଥିବାରୁ ତାଙ୍କ ପରିବାର ଲୋକେ ନିକଟସ୍ଥ ବେନଗାଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । କିନ୍ତୁ ବୁର୍ଜା ମାଝୀ ଅତ୍ୟନ୍ତ ଗୁରୁତର ହୋଇପଡ଼ିଥିଲେ । ତେଣୁ ତାଙ୍କୁ ଭବାନୀପାଟଣାରେ ଥିବା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଅଧିକ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସିତ ଅବସ୍ଥାରେ ପ୍ରାଣ ହରାଇଥିଲେ ବୁର୍ଜା ମାଝୀ । ଏନେଇ ତାଙ୍କ ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବିଜେପୁର ପୋଲିସ ପହଞ୍ଚି ଏକ ଅପମୃତ୍ୟୁ ମାମାଲ ରୁଜୁ କରିଛି । ଏହା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ବିଜେପୁର ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.