ପ୍ରମୂଖ ଖବର
  • ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ, ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର ନୂଆ ଷ୍ଟେସନ୍‌ରୁ ଯାତ୍ରା ଆରମ୍ଭ କଲା ୩ ଏକ୍ସପ୍ରେସ୍ ଟ୍ରେନ୍‌, ଉପକୃତ ହେବେ ଯାତ୍ରୀ
  • ||
  • ଟେଷ୍ଟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ବିରାଟ କୋହଲି, ସୋସିଆଲ୍ ମିଡିଆରେ ପୋଷ୍ଟ କରି ଅବସର ଘୋଷଣା କଲେ
  • ||
  • ମୟୂରଭଞ୍ଜ : ବେଆଇନ ଗୋ ଚାଲାଣ ବେଳେ ପୋଲିସର ଚଢାଉ, ୨୭ ଟି ଗୋରୁ ଉଦ୍ଧାର, ଚାଳକ ଅଟକ
  • ||
  • ଗଞ୍ଜାମ : ପାତିସୁନାପୁର ଗାଁରେ ଗୋଷ୍ଠୀ ସଂଘର୍ଷ, ସୁରକ୍ଷା ପାଇଁ ୫ ପ୍ଲାଟୁନ ପୋଲିସ ମୁତୟନ
  • ||
  • କଳାହାଣ୍ଡି : ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ରାଇରଙ୍ଗପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଆଜି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ
  • ||
  • ଆଗାମୀ ୪ ଦିନ ପ୍ରଚଣ୍ଡ ତାତି: ବୁଧବାର ୪୫ ଡିଗ୍ରୀ ଛୁଇଁବ ପାରଦ, ତତଲା ଲୌହପିଣ୍ଡ ପାଲଟିବ ପଶ୍ଚିମ ଓଡ଼ିଶା
  • ||

ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ୍ ଧକ୍କାରେ ଜଣେ ମୃତ

Published By : Prameya | May 11, 2025 5:52 PM

ଠାକୁରମୁଣ୍ଡା,୧୧/୫ : ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଗୋଡଭଙ୍ଗା ଘାଟିରେ ଇର୍ଟିଗା କାରକୁ ଧକ୍କା ଦେଇ ଚମ୍ପଟ ମାରିଲା ଗ୍ୟାସ ସିଲିଣ୍ଡର ଟାଙ୍କି ବୋଝେଇ ଟ୍ରକ। ପ୍ରକାଶ ଯେ କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଶାଳପଡା ଗ୍ରାମର ଜ୍ୟୋସ୍ନାରାଣୀ ମହାପାତ୍ର(୬୨)ପୁଅ ରବିନାରାୟଣ ମହାପାତ୍ର( ୩୦) ନାତୁଣୀ ସସ୍ମିତା ମିଶ୍ର( ୨୩) ବୋହୂ ମନୋସ୍ୱିନୀ ଦାଶ(୨୬) ଝିଅ ବିଶ୍ଵଵିଜୟିନି ଦାଶ ଏକ ଇର୍ଟିଗା କାର ଯୋଗେ ଶାଳପଡାରୁ ଠାକୁରମୁଣ୍ଡା ବ୍ଲକ କେନ୍ଦୁଜିଆଣି ଗ୍ରାମର ବୈଦ୍ୟଙ୍କ ନିକଟରୁ ଆୟୁର୍ବେଦ ଔଷଧ ଆଣିବାକୁ ଆସୁଥିଲେ। ଗୋଡଭଙ୍ଗା ଘାଟିରେ ଆସୁଥିବା ବେଳେ ହଠାତ ଠାକୁରମୁଣ୍ଡା ପଟରୁ ଯାଉଥିବା ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ ଧକ୍କା ଦେଇ ଚାଲିଯାଇଥିଲା। 

ଗାଡି ଧକ୍କାରେ ଘଟଣାସ୍ଥଳରେ ଜ୍ୟୋସ୍ନାରାଣୀ ମହାପାତ୍ରଙ୍କ ମୃତ୍ୟୁ ହୋଇଯାଇଥିଲା। ସସ୍ମିତା ମିଶ୍ରଙ୍କର କାନ୍ଧ ହାଡ଼ ଭାଙ୍ଗିଥିବାବେଳେ ରବିନାରାୟଣଙ୍କର ଛାତି ଏବଂ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି l ଅନ୍ୟମାନେ ସାମାନ୍ୟ ଆହତ ହୋଇଛନ୍ତି। ଖବରପାଇ ଠାକୁରମୁଣ୍ଡା ଅଗ୍ନିଶମ ବାହିନୀ ଓ ମହୁଲଡିହା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ସମସ୍ତଙ୍କୁ ଆମ୍ବୁଲାନସ ଯୋଗେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ଚିକିତ୍ସା ନିମନ୍ତେ ପଠାଯାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକର ପତ୍ତା ମିଳିନାହିଁ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.