ପ୍ରମୂଖ ଖବର
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଆମପାଣି ଘାଟିରେ ଗଛକୁ ପିଟିଲା କାର : ଜଣେ ମୃତ, ୨ ଗୁରୁତର

କୋକସରା(ଆପ୍ର)୧୭/୧୦  :  ନବରଙ୍ଗପୁର- କଳାହାଣ୍ଡି ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ମୈଦାଲପୁର ଥାନା ଅଧୀନରେ ଥିବା ତୁଳସୀ ପଦର ଘାଟି ନିକଟରେ ଏକ କାର ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଏସ. ଶ୍ରୀନିଭାସ ରାଓ (୫୦ ) ।

 ଏକ ସ୍ୱିପ୍ଟ ଡିଜେଆର  କାର ( ନଂ.  ଓ ଆର ୨୬ ଏ ୪୩୦୦ ) ଗୁଣ୍ଟୁର (ଆନ୍ଧ୍ର ପ୍ରଦେଶ ) ଠାରୁ ବଲାଙ୍ଗୀର (ଓଡିଶା ) ଅଭିମୁଖେ ଯାଉଥିଲା। କଳାହାଣ୍ଡି ସୀମାନ୍ତ ମୈଦାଲପୁରରୁ ଆମପାଣି ଘାଟି ମଧ୍ୟରେ  ଏକ ଗଛ କୁ ଭାରସାମ୍ୟ ହରାଇ ପିଟି ଦେଇଥିଲା ।  ଯାହା ଫଳରେ ଚାଳକ ଏସ. ଶ୍ରୀନିଭାସ ରାଓ (୫୦ )ଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଭି. ଶ୍ରୀନିବାସ ରାଓ,ଶ୍ରୀନିବାସ ରାଓ  ଗୁରୁତର ହୋଇଥିଲେ। ତାଙ୍କୁ ଉଦ୍ଧାର କରି  ମୈଦାଲପୁର ପୋଲିସ ମୈଦଲପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା ପରେ ପାପଡାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରା ଯାଇଥିବା ମୈଦାଲପୁର ପୋଲିସ ପକ୍ଷରୁ ସୂଚନା ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.