ପ୍ରମୂଖ ଖବର
  • କଟକରେ ୩ ଜଣ ପାକିସ୍ତାନୀ ଚିହ୍ନଟ, ସମସ୍ତଙ୍କୁ କମିଶନରେଟ ପୋଲିସ ପକ୍ଷରୁ ନୋଟିସ ଜାରି
  • ||
  • ଏପ୍ରିଲ ୨୯ ରୁ ବନ୍ଦ ରହିବ ରତ୍ନଭଣ୍ଡାର ମାରାମତି କାର୍ଯ୍ୟ, ଜରୁରୀ ବୈଠକରେ ନିଆଗଲା ନିଷ୍ପତ୍ତି
  • ||
  • ନବ ଦାସ ହତ୍ୟା ମାମଲା: ଗୋପାଳଙ୍କ ପତ୍ନୀଙ୍କ ପରେ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ
  • ||
  • ଓଡ଼ିଶାରେ ୧୨ଜଣ ପାକିସ୍ତାନୀ ନାଗରିକ, ରାଜଧାନୀରେ ଅଛନ୍ତି ଜଣେ ମହିଳା: ଦେଶ ଛାଡ଼ିବା ପାଇଁ ନୋଟିସ୍‌
  • ||
  • ବାଙ୍କୀ : ମଦ୍ୟପ ବରଯାତ୍ରୀଙ୍କ ଲଙ୍କାକାଣ୍ଡ, ଖଣ୍ଡା ଧରି ଗୋଡ଼ାଇଲେ ହାଣିବାକୁ
  • ||
  • ବଳରାମପୁର ଗାଁରେ ଅଘଟଣ: ନଡ଼ିଆ ଗଛ ଭାଙ୍ଗି ପଡ଼ିବାରୁ ଚାଲିଗଲା ମହିଳାଙ୍କ ଜୀବନ, ୪ ଗୁରୁତର
  • ||
  • OAS ସ୍ତରରେ ଛୋଟ ଧରଣର ଅଦଳବଦଳ, ବଦଳିଲେ ୧୧ ଓଏଏସ୍‌ ଅଫିସର
  • ||
  • ସୁନ୍ଦରଗଡ଼ : ଟ୍ରକ୍‌କୁ ଧକ୍କା ଦେଲା ହାଇୱା, ଜଣେ ମୃତ
  • ||
  • ଶନିବାର ରୋଜଗାର ମେଳା: ଭୁବନେଶ୍ୱର ସମେତ ଦେଶର ୪୭ଟି ସ୍ଥାନରେ ଆୟୋଜନ, ଉଦଘାଟନ କରିବେ ମୋଦି
  • ||
  • ରାଜ୍ୟରେ ତତାଇବ ତାତି, ଆଜି ୪ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ଆଲର୍ଟ, ଉପକୂଳରେ ଗୁଳୁଗୁଳି, ରବିବାରଠୁ ବର୍ଷା
  • ||
  • କୋଣାର୍କ ବସ୍‌ ଷ୍ଟାଣ୍ଡରେ ଜଳିଗଲା ୨ଦୋକାନ, କାରଣ ଅସ୍ପଷ୍ଟ
  • ||

୨ କାର ମଧ୍ୟରେ ମୁହାଁମୁହିଁ ଧକ୍କା : ଜଣେ ମୃତ, ମା’ ଓ ପୁଅ ଗୁରୁତର

Published By : Prameya | April 26, 2025 5:30 PM

ଭୁବନେଶ୍ବର,୨୬।୪ : କଟକ ସାଲେପୁର ରାସ୍ତାର ନାଳିଆମୁହଁ ଛକ ନିକଟରେ ଶନିବାର ଅପରାହ୍ନରେ ଦୁଇଟି କାର ମଧ୍ୟରେ ମୁହାଁମୁହିଁ  ଧକ୍କା ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମା’ ଓ ପୁଅ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତକଙ୍କ ପରିଚୟ ମିଳି ନାହିଁ। ଗୁରୁତର ମା’ ଓ ପୁଅ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ନରଣପୁର ଅଂଚଳର   ସରସ୍ଵତୀ ସେଠୀ ( ୭୦) ଓ ଶ୍ରୀକାନ୍ତ ସେଠୀ ( ୫୧)  ।

କେନ୍ଦ୍ରାପଡ଼ା ଜିଲ୍ଲା ନରଣପୁର ଅଂଚଳର  ସରସ୍ଵତୀ ସେଠୀ ( ୭୦) ଏବଂ ତାଙ୍କ ପୁଅ ଶ୍ରୀକାନ୍ତ ସେଠୀ ( ୫୧) କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ ଯାଉଥିଲେ। ଏହି ସମୟରେ  ବିପରୀତ ଦିଗରୁ ଆସୁଥିବା ଅନ୍ୟ ଏକ କାର  ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଗୁରୁତର ତିନି ଜଣଙ୍କୁ ପୋଲିସ ଉଦ୍ଧାର କରି ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା । ସେଠାରେ ଡ଼ାକ୍ତର ଜଣଙ୍କୁ ମୃତ୍ୟୁ ଘୋଷଣା କରିଥିବା ବେଳେ ଗୁରୁତର ସରସ୍ବତୀ  ଓ ପୁଅ ଶ୍ରୀକାନ୍ତଙ୍କୁ  କଟକ ବଡ଼ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରିଛି। ପୋଲିସ ଦୁର୍ଘଟଣାଗ୍ରସ୍ତ ଉଭୟ କାରକୁ ଜବତ କରି ତଦନ୍ତ ଚଳାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.