ପ୍ରମୂଖ ଖବର
  • ଚୌଦ୍ବାର ନିର୍ଗୁଣ୍ଡିରେ ନିକଟରେ ସରିଲା ରେଲୱେ ଟ୍ରକ୍‌ ମରାମତି, ଖୁବ୍‌ଶୀଘ୍ର ଚାଳଚଳ କରିବ ଟ୍ରେନ୍
  • ||
  • ଆନନ୍ଦପୁର : ଟ୍ରଲର୍-ହାଇୱା ମୁହାଁମୁହିଁ ଧକ୍କା: ଡ୍ରାଇଭର୍ ମୃତ, ହେଲପର୍ ଗୁରୁତର
  • ||
  • କଟକ : ଇଦ୍ ଉଲ୍ ଫିତର ଓ ରାମ ନବମୀ ଉତ୍ସବ ପାଇଁ ତିଗିରିଆ ପୋଲିସ୍ ପକ୍ଷରୁ ଫ୍ଲାଗମାର୍ଚ୍ଚ
  • ||
  • ଭୁବନେଶ୍ୱର : ଜମି ବାଡ଼ି ବିବାଦକୁ ନେଇ ବନଦୂର୍ଗା ବସ୍ତି ପାଲଟିଲା ରଣକ୍ଷେତ୍ର, ସାନ ଭାଇକୁ ଗୁଣ୍ଡା ଲଗାଇ ହାଣିଲା ବଡ ଭାଇ
  • ||
  • ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତ, ଅପରାହ୍ନ ୫ ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ମନା
  • ||
  • ସୋମବାରଠୁ ରାଜ୍ୟରେ କମିବ ତାତିର ପ୍ରକୋପ, ଏପ୍ରିଲ ୨ରୁ ୫ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ଭାରସାମ୍ୟ ହରାଇ ଓଲଟିଲା ବସ୍: ଜଣେ ମୃତ, ୧୫ରୁ ଉର୍ଦ୍ଧ୍ୱ ଆହତ

Published By : Harapriya Sethi | March 19, 2025 10:45 AM

ଭୁବନେଶ୍ୱର, ୧୯/୦୩: ଟାୟାର୍ ଫାଟିଯିବାରୁ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍‌ । ବସ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ନବରଙ୍ଗପୁର ଜିଲ୍ଲା ତାରାଗାଁ ଛକ ନିକଟରେ ଏଭଳି ଘଟଣା ଘଟିଥିବାର ଖବ ସାମ୍ନାକୁ ଆସିଛି ।

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ୨ମୃତ, ଦୁଇ ଆହତ

ସୂଚନା ମୁତାବକ, ଏସବିଟି ନାମକ ଏକ ଘରୋଇ ବସ୍‌ ରାଇଘରରୁ ଜୟପୁର ଅଭିମୁଖେ ଯାତ୍ରା କରୁଥିଲା । ଉକ୍ତ ବସ୍‌ରେ ୪୦ରୁ ଉର୍ଦ୍ଧ୍ୱ ଲୋକ ଯାତ୍ରା କରୁଥିଲେ । ରାସ୍ତାରେ ଯାଉଥିବା ବେଳେ ତାରାଗାଁ ଛକ ନିକଟରେ ବସ୍‌ଟିର ଟାୟାର ଫାଟି ଯାଇଥିଲା । ଫଳରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଉକ୍ତ ବସ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବସ୍‌ରେ ଯାଉଥିବା ୧୫ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି । ଆହତମାନଙ୍କୁ ଉଦ୍ଧାର କରି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏହା ସହ ଘଟଣାର ତଦନ୍ତ ଆରମ୍ଭ କରି ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.